ମହିଳାଙ୍କୁ ଅଶ୍ଳୀଳ ବ୍ୟବହାର, ପିଲାଙ୍କ ଚାଉଳ ବିକ୍ରି ଅଭିଯୋଗରେ ପ୍ରଧାନଶିକ୍ଷକଙ୍କୁ ମାଡ଼

ବାଲିଗୁଡ଼ା,୧୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ସୁଡ୍ରା ଗ୍ରାମର ସରକାରୀ ଆଶ୍ରମ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ପ୍ରଧାନ ଶୁକ୍ରବାର ରାତିରେ ଉକ୍ତ ବିଦ୍ୟାଳୟର ଦୁଇ ମହିଳା ରୋଷେୟାଙ୍କୁ ବିଦ୍ୟାଳୟର ପଛ ପାଖ ଗେଟ୍‌ରେ ଡାକି ଦୀର୍ଘ ସମୟ ରଖିବା, ବିଭିନ୍ନ ସମୟରେ ମହିଳା ସିସିଏକୁ ଅଶ୍ଳୀଳ ବ୍ୟବହାର କରିବା ଓ ଚାଉଳ ବିକ୍ରି କରିବା ନେଇ ବାରମ୍ବାର ଅଭିଯୋଗ ସତ୍ତ୍ୱେ ପ୍ରଧାନ ଶିକ୍ଷକଙ୍କ ବିରୋଧରେ ପ୍ରଶାସନ ପକ୍ଷରୁ କିଛି ପଦକ୍ଷେପ ନ ନେବାରୁ ଶୁକ୍ରବାର ରାତିରେ ସ୍କୁଲ ପରିଚାଳନା କମିଟି, ଅଭିଭାବକ ଓ ସାଧାରଣ ଲୋକ ଆଇନକୁ ହାତକୁ ନେଇଛନ୍ତି। ବିଦ୍ୟାଳୟ ପରିସରରେ ଛାତ୍ରୀ ହଷ୍ଟେଲ ରହିଥିବା ବେଳେ ପ୍ରଧାନ ଶିକ୍ଷକ ମହିଳା ରୋଷୟାଙ୍କୁ ରାତିରେ ସ୍କୁଲକୁ ଡାକିବାକୁ ନେଇ ଗ୍ରାମବାସୀ ଶୁକ୍ରବାର ରାତିରେ ଛପି ରହିଥିଲେ। ଏହି ସମୟ ମଧ୍ୟରେ ଦୁଇ ରୋଷେୟା ପଛ ପାଖ ଗେଟ୍‌ରେ ବାହାରୁଥିବା ବେଳେ ଲୋକେ ପ୍ରଧାନଶିକ୍ଷକଙ୍କୁ ଟାଣି ଆଣି ବଜାର ମଧ୍ୟରେ ଚଲାଇ ଚଲାଇ ମାଡ଼ ମାରିଥିବାର ଭିଡିଓ ଭାଇରାଲ ହେଉଛି। କୁଆଡେ ସ୍କୁଲ କର୍ମଚାରୀ ଓ ପରିଚାଳନା କମିଟିର ହାତ ଥିବା ମଧ୍ୟ ଅଭିଯୋଗ ହୋଇଛି। ପ୍ରଧାନଶିକ୍ଷକ ଶାନ୍ତନୁଙ୍କୁ ଲୋକେ ବାରଖମା ଫାଣ୍ଡିରେ ନେଇ ପୋଲିସ ଜିମା ଦେଇଥିଳେ। ଏହି ବିଦ୍ୟାଳୟରେ ଶାନ୍ତନୁ ୭ବର୍ଷ ହେଲା ରହିଥିବା ବେଳେ ତାଙ୍କ ବିରୋଧରେ ସ୍ଥାନୀୟ ମଙ୍ଗଳ ଅଧିକାରୀ, ଉପଖଣ୍ଡ ମଙ୍ଗଳ ଅଧିକାରୀ ଓ ଜିଲା ମଙ୍ଗଳ ଅଧିକାରୀଙ୍କୁ ଜଣାଇ ଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନ ଥିବା କହିଛନ୍ତି ସ୍କୁଲ ପରିଚାଳନା କମିଟି ସଭାପତି ସୁଦାମ ମଲ୍ଲିକ ଓ ସ୍ଥାନୀୟ ସରପଞ୍ଚ ସରୋଜିନୀ ମଲ୍ଲିକ। ଏ ନେଇ ପ୍ରଧାନଶିକ୍ଷକ କହିଛନ୍ତି, ତାଙ୍କୁ ଦୀର୍ଘଦିନ ହେଲା କିଛି ଲୋକ ଯୋଜନା ବଦ୍ଧ ଭାବେ ବିରୋଧ କରି ଆସୁଛନ୍ତି ଓ ଆକ୍ରମଣ ଉଦ୍ୟମ କରିଛନ୍ତି। ଶୁକ୍ରବାର ରୋଷେୟା ମହିଳାମାନଙ୍କୁ ଅଫିସ କାମ ପାଇଁ ଡାକିଥିବା ବେଳେ ମୋତେ ଏ ଭଳି ମରଣାତ୍ମକ ଆକ୍ରମଣ କରାଯାଇଥିଲା। ଏ ସମ୍ପର୍କରେ ଥାନାରେ ମୁଁ ମୋ’ ଜୀବନ ପ୍ରତି ବିପଦ ଥିବା ନେଇ ଲିଖିତ ଏତଲା ଦେଇଛି। ସେପଟେ ସ୍କୁଲ ପରିଚାଳନା କମିଟି ସଭାପତି ସୁଦାମ ମଲ୍ଲିକ ମଧ୍ୟ ପ୍ରଧାନଶିକ୍ଷକଙ୍କ ବିରୋଧରେ ପୂର୍ବରୁ ସିସିଏକୁ ଅଶ୍ଳୀଳ ବ୍ୟବହାର, ସ୍କୁଲ ଚାଉଳ ବିକ୍ରି ଓ ବିଭିନ୍ନ ସମୟରେ ସ୍କୁଲ ପରିଚାଳନା କମିଟିକୁ ଅଶ୍ଳୀଳ ବ୍ୟବହାର କରିବା ଅଭିଯୋଗ କରି ଏତଲା ଦେଇଛନ୍ତି। ବର୍ତ୍ତମାନ ଘଟଣାକୁ ୨୪ଘଣ୍ଟା ବିତିଯାଇଥିଲେ ମଧ୍ୟ କୌଣସି ମାମଲା ରୁଜୁ ହୋଇ ନ ଥିବା ଜଣାପଡ଼ିଛି। ଏ ନେଇ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ଦୃଷ୍ଟି ଦେଇ ଏକ ନିରପେକ୍ଷ ତଦନ୍ତ କରି ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ବୁଦ୍ଧିଜୀବୀ ମହଲରୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri