Posted inUncategorized

ଯୁବତୀଙ୍କୁ ଅସଦାଚରଣ, ହତ୍ୟା ଉଦ୍ୟମ: ଅଭିଯୁକ୍ତ ଗିରଫ

ବ୍ରହ୍ମପୁର,୮ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ଯୁବତୀଙ୍କୁ ଅସଦାଚରଣ ଏବଂ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ବଡ଼ବଜାର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ତ୍ରିବେଣୀନଗରର ଅଜୟ କୁମାର ମହାରଣା(୨୩)। ଅସଦାଚରଣ ଘଟଣାରେ ଅଜୟଙ୍କୁ ସହଯୋଗ କରିଥିବା ୨ ନାବାଳିକାଙ୍କୁ ପୋଲିସ ଜୁଭେନାଇଲ ଜଷ୍ଟିସ ବୋର୍ଡ଼ରେ ହାଜର କରିଥିଲା। ପରେ ସେମାନଙ୍କୁ ବାଳସୁଧାର ଗୃହକୁ ପଠାଇ ଦିଆଯାଇଛି। ଗିରଫ ଅଭିଯୁକ୍ତ ଅଜୟଙ୍କୁ କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।

ଅଭିାଯୋଗ ମୁତାବକ, ଜୟପୁର ଅଞ୍ଚଳର ଜଣେ ଯୁବତୀ ବ୍ରହ୍ମପୁର ବଡ ବଜ଼ାର ଅଞ୍ଚଳରେ ଘରଭଡ଼ା ନେଇ ଉପର ମହଳାରେ ରହୁଥିଲେ। ତଳେ ଘର ମାଲିକଙ୍କ ନାବାଳିକା ଝିଅ ଓ ତାଙ୍କ ସାଙ୍ଗ ଅଜୟ ରହୁଥିଲେ। ଗତ ୫ତାରିଖ ରାତିରେ ଯୁବତୀ ଜଣକ ଘରକୁ ଫେରିବା ବେଳେ ବାହାରେ ଅଜୟ ତାଙ୍କୁ ଅସଦାଚରଣ କରିଥିଲେ। ଯୁବତୀ ଜଣଙ୍କ ଏହାର ପ୍ରତିବାଦ କରିଥିଲେ। ହେଲେ ସମ୍ପୃକ୍ତ ଦୁଇ ନାବାଳିକା ମଧ୍ୟ ଯୁବତୀଙ୍କୁ ମାଡ଼ ମାରିଥିଲେ। ପରେ ଅଜୟ ତାଙ୍କୁ ବଳାତ୍କାର ଉଦ୍ୟମ କରିଥିଲେ। ଯୁବତୀ ଜଣଙ୍କ ଚିତ୍କାର କରିବାରୁ ତାଙ୍କ ତଣ୍ଟି ଚିପି ହତ୍ୟା ଉଦ୍ୟମ କରାଯାଇଥିଲା ବୋଲି ଯୁବତୀ ଜଣକ ଥାନାରେ ଏତଲା ଦେଇଥିଲେ। ଏନେଇ ପୋଲିସ ଏକ ମାମଲା(ନଂ.୩୭୯/୨୩) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ପୋଲିସ ତଦନ୍ତ ପରେ ୨ ନାବାଳିକାଙ୍କୁ ଧରିଥିଲା। ପରେ ଅଜୟଙ୍କୁ ମଧ୍ୟ ସେଠାରୁ କାବୁ କରିଥିଲା। ସୋମବାର ପୀଡ଼ିତାଙ୍କ ବୟାନ କୋର୍ଟରେ ରେକର୍ଡ କରାଯିବ ବୋଲି ଥାନା ଅଧିକାରୀ ପ୍ରଶାନ୍ତ ଭୂପତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri