Posted inଜାତୀୟ

ହିନ୍ଦୁଙ୍କୁ ଦୁର୍ବ୍ୟବହାର କରିବା ଏକ ଫ୍ୟାଶନ ହୋଇଗଲାଣି: ଆଚାର୍ଯ୍ୟ ପ୍ରମୋଦ କୃଷ୍ଣମ୍‌

ଲକ୍ଷ୍ନୌ,୨୯।୮:ସମାଜବାଦି ପାର୍ଟି(ଏସ୍‌ପି)ର ଜାତୀୟ ସାଧାରଣ ସମ୍ପାଦକ ସ୍ବାମୀ ପ୍ରସାଦ ମୌର୍ଯ୍ୟ ପୁଣି ଥରେ ବିବାଦରେ ଛନ୍ଦି ହୋଇଯାଇଛନ୍ତି। ରାମଚରିତମାନସ ଏପିସୋଡ ପରେ ସେ ହିନ୍ଦୁ ଧର୍ମକୁ ଏକ ପ୍ରତାରଣା ବୋଲି କହିଛନ୍ତି। ଯେଉଁଥିପାଇଁ ରାଜ୍ୟର ରାଜନୀତି ସରଗରମ ହୋଇଛି। ଏଥି ସହିତ ଅଯୋଧ୍ୟାଙ୍କ ସାଧୁସନ୍ଥଙ୍କ ସହ ଏସପି ସହ ମିଳିତ ମେଣ୍ଟ ଗଠନ କରିଥିବା କଂଗ୍ରେସ ମଧ୍ୟ ସ୍ବାମୀ ପ୍ରସାଦଙ୍କୁ ଟାର୍ଗେଟ କରିଛି।
କଂଗ୍ରେସ ନେତା ଆଚାର୍ଯ୍ୟ ପ୍ରମୋଦ କୃଷ୍ଣମ ସମାଜବାଦୀ ପାର୍ଟି ନେତା ସ୍ବାମୀ ପ୍ରସାଦଙ୍କୁ ଦଳରୁ ବହିଷ୍କାର କରିବାକୁ ନିବେଦନ କରି କହିଛନ୍ତି ଯେ, ହିନ୍ଦୁମାନଙ୍କୁ ଦୁର୍ବ୍ୟବହାର କରିବା ଏକ ଫ୍ୟାଶନରେ ପରିଣତ ହୋଇଛି। ସ୍ବାମୀ ପ୍ରସାଦ ମୌର୍ଯ୍ୟ ସୀମା ଅତିକ୍ରମ କରିଛନ୍ତି। ସେ ପ୍ରତିଦିନ ସବୁ ସ୍ଥାନରେ ହିନ୍ଦୁମାନଙ୍କୁ ଦୁର୍ବ୍ୟବହାର କରନ୍ତି ଏବଂ ହିନ୍ଦୁ ଧର୍ମକୁ ଅପମାନ କରନ୍ତି। କୌଣସି କାର୍ଯ୍ୟାନୁଷ୍ଠାନ ନେବା ପରିବେର୍ତ୍ତ ଅଖିଳେଶ ଜୀ ଏନେଇ ଚୁପ ଅଛନ୍ତି। ମୁଁ ଭାବୁଛି ସମାଜବାଦୀ ପାର୍ଟି ଆଉ ହିନ୍ଦୁମାନଙ୍କର ସମର୍ଥନ ଏବଂ ଭୋଟର ଆବଶ୍ୟକତା ନାହିଁ। ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ।
ସେ ଆହୁରି ମଧ୍ୟ କହିଛନ୍ତି, କୌଣସି ଧର୍ମ ଅନୁସରଣ କରୁଥିବା କୋଟି କୋଟି ଲୋକଙ୍କ ବିଶ୍ୱାସକୁ କ୍ଷତି ପହଞ୍ଚାଇବାକୁ କାହାକୁ ଅଧିକାର ଦିଆଯାଇପାରିବ ନାହିଁ। ମୁଁ ଭାବୁଛି ଅଖିଳେଶ ଯାଦବ ସ୍ବାମୀ ପ୍ରସାଦ ମୌର୍ଯ୍ୟଙ୍କୁ ଦଳରୁ ନିଶ୍ଚୟ ବିଦା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍‌ ଓଡ଼ିଶା ଲିଲି କପ୍‌ ବାସ୍କେଟବଲ୍‌ ଟୁର୍ଣ୍ଣାମେଣ୍ଟ: ଏମ୍‌-୩ ପାନ୍ଥର୍ସ କଟକ ଚମ୍ପିୟାନ

କଟକ ସଦର,୨୭।୮(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ଲିଲି ଇଣ୍ଟରନ୍ୟାଶନାଲ ସ୍କୁଲ ପରିସରରେ ‘ଅଲ ଓଡ଼ିଶା ଲିଲି କପ୍‌’ ବାସ୍କେଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ପ୍ରତିଯୋଗିତାରେ…

ଗଭୀର ସମୁଦ୍ରରୁ ଉଦ୍ଧାର ହେଲା ଟ୍ରଲର: ବଞ୍ଚିଛନ୍ତି ମତ୍ସ୍ୟଜୀବୀ, ୩ ତାରିଖରୁ ଥିଲେ ନିଖୋଜ

ଭୋଗରାଇ,୨୭।୮(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ଉପକୂଳ ଗଭୀର ସମୁଦ୍ରରୁ ଆନ୍ଧ୍ରପ୍ରଦେଶର ଏକ ମାଛ ଧରା ଟ୍ରଲର ଭାସମାନ ଅବସ୍ଥାରେ ବିପଦରେ ଥିବା…

CJP ନିର୍ବାଚନ ଲଢିଲେ ଭୋଟ୍‌ ଦେବେ କି? ଚମକାଇଲା ସର୍ଭେ ରିପୋର୍ଟ…ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଯନ୍ତର-ମନ୍ତରଠାରେ ହୋଇଥିବା ଛାତ୍ର ଆନ୍ଦୋଳନ ପରେ କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ଚର୍ଚ୍ଚାରେ ଅଛି। CJP ପକ୍ଷରୁ ଆଉ ଥରେ ସେପ୍ଟେମ୍ୱର…

ନେପାଳ ବନ୍ୟା; ଖୋର୍ଦ୍ଧାର ଦମ୍ପତି ନିଖୋଜ, ସାନ ଭାଇ କହିଲେ…

ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ) : ନେପାଳ ବନ୍ୟାରେ ଖୋର୍ଦ୍ଧା ଜେମାଦେଇର ଦମ୍ପତି ସନ୍ଦିପ ମହାପାତ୍ର ଓ ସ୍ତ୍ରୀ ସିର୍ଦ୍ଧାର୍ଥୀ ସାହୁ ନିଖୋଜ ହୋଇଯାଇଛନ୍ତି । ଏନେଇ ତାଙ୍କ ସାନ…

ଉଡନ୍ତା ପାଉଁଶ ଗଦା ଉପରେ ବଡ଼ ଧରଣର ଚଢ଼ାଉ

କୁଆଁରମୁଣ୍ଡା,୨୭।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ଉଡ଼ନ୍ତା ପାଉଁଶ ଗଦା କରାଯାଉଥିବା ଖବର ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ…

‘ଏମ୍‌ଭି ଓସେନ ୱିନର୍‌’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ

ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର…

PM ସୂର୍ଯ୍ୟ ଘର ଯୋଜନାରେ ନୂଆ ନିୟମ! ସବସିଡି ପାଇଁ ପୂରଣ କରିବାକୁ ପଡ଼ିବ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୭।୮: ସରକାର ‘ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ (PM Surya Ghar Muft Bijli Yojana) ର ପରବର୍ତ୍ତୀ ପର୍ଯ୍ୟାୟରେ ବଡ଼ ପରିବର୍ତ୍ତନ କରିବାକୁ…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri