ତହସିଲଦାରଙ୍କୁ ଦୁର୍ବ୍ୟବହାର: ଜେଲ ଗଲେ ଭାଜପା ନେତା

ସମ୍ବଲପୁର,୫।୪(ବ୍ୟୁରୋ): ସମ୍ବଲପୁର ଜିଲା କ୍ଷେତରାଜପୁର ଥାନା ଅଞ୍ଚଳରେ ସମଲେଇ ଯୋଜନାରେ ଉଚ୍ଛେଦ ସମୟରେ ସଦର ତହସିଲଦାର ଲକ୍ଷ୍ମଣ ଅମାତଙ୍କୁ ଦୁର୍ବ୍ୟବହାର ମାମଲାରେ ପୋଲିସ ଭାଜପା ନେତା ମୋହନ ଦାସଙ୍କୁ ମଙ୍ଗଳବାର ଗିରଫ କରି କୋର୍ଟ ଚାଲାଣ କରିଛି। ସକାଳୁ ରାମଜୀ ମନ୍ଦିର ନିକଟ ଭଡାଘରୁ ପୋଲିସ ମୋହନଙ୍କୁ ଉଠାଇ ନେଇଥିଲା। ଅତିରିକ୍ତ ଜିଲା ଜଜ୍‌ ଜାମିନ ଆବେଦନ ଖାରଜ କରିବା ପରେ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି। ପ୍ରାୟ ଏକବର୍ଷ ପରେ ପୋଲିସ ଗିରଫ କରିବା ଘଟଣା ସାଧାରଣରେ ଆଲୋଚନାର ବିଷୟ ହୋଇଛି। ଏହି ଘଟଣାରେ ବିଜେଡି ରାଜନୀତି କରୁଥିବା ଭାଜପା ଅଭିଯୋଗ କରିଛି।
ଭାଜପା ଜିଲା ସଭାପତି ଗିରିଶ ପଟେଲ କହିଛନ୍ତି, ବିରୋଧୀଦଳ ନେତା ଜୟନାରାୟଣ ମିଶ୍ର ବାରମ୍ବାର ବିଧାନସଭା ଓ ବାହାରେ ବିଭିନ୍ନ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଅଡୁଆରେ ପକାଉଛନ୍ତି। ତାଙ୍କ ପ୍ରଶ୍ନର ଉତ୍ତର ଦେଇ ନ ପାରି ଗିରଫ କରି ଭୟଭୀତ କରିବାକୁ ଷଡଯନ୍ତ୍ର କରାଯାଉଛି। ପୋଲିସ ଓ ଆଇନ ବ୍ୟବସ୍ଥାକୁ ସ୍ବାଗତ କରାଯାଉଛି। ହେଲେ କେବଳ ଭାଜପା କର୍ମକର୍ତ୍ତା ଓ ନେତାଙ୍କ ଉପରେ ନିୟମ ଲାଗୁ କରାଯାଉଛି। ଉଚ୍ଛେଦ ଦିନ ସ୍ଥାନୀୟ ବିଧାୟକ ଭାବେ ଜୟନାରାୟଣ ସେଠାକୁ ଯାଇଥିଲେ। ବଳପୂର୍ବକ ପୋଲିସ ଲଗାଇ ପୁରା ବସ୍ତିକୁ ଭାଙ୍ଗି ଦିଆଯାଉଥିଲା। ଏହାକୁ ବିଧାୟକ ବିରୋଧ କରିବା ସ୍ବାଭାବିକ। ମିଛରେ ମାମଲା ରୁଜୁ କରି ଦିଆଯାଇଥିଲା। ଏବେ ବିନା ସୂଚନାରେ ପୋଲିସ ଗିରଫ କରିଛି। ଏହା କେବଳ ରାଜନୈତିକ ଉଦ୍ଦେଶ୍ୟ ବୋଲି ସେ କହିଥିଲେ। ସୂଚନାଯୋଗ୍ୟ, ୨୦୨୨ ଫେବୃୟାରୀ ୧୫ରେ ସମଲେଇ ଯୋଜନା ପାଇଁ ଘୁନଘୁଟିପଡାରେ ଉଚ୍ଛେଦ ପ୍ରକ୍ରିୟା ଚାଲିଥିଲା। ସେ ସମୟରେ ସ୍ଥାନୀୟ ବିଧାୟକ ଭାବେ ମିଶ୍ର ଲୋକଙ୍କ ପାଖକୁ ଯାଇଥିଲେ। ସେଠାରେ ଦଳିତ ଆଦିବାସୀ ପରିବାରଙ୍କୁ ଉପଯୁକ୍ତ କ୍ଷତିପୂରଣ ଦିଆଯାଉ ନ ଥିବା ନେଇ ସେ ତହସିଲଦାର ଅମାତଙ୍କୁ ବିଭିନ୍ନ ପ୍ରଶ୍ନ କରିଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏପରି କି ଗାଳିଗୁଲଜ କରିବା ସହ ଜୀବନରେ ମାରିଦେବାକୁ ଧମକ ଦେଇଥିବା ନେଇ ତହସିଲଦାର ଅମାତ ଅଭିଯୋଗ କରିଥିଲେ। ପରେ ଓଏଏସ୍‌ ସଂଘ ପ୍ରତିକ୍ରିୟାଶୀଳ ହୋଇ ଉତ୍ତରାଞ୍ଚଳ ଆର୍‌ଡିସି ଡ. ସୁରେଶ ଚନ୍ଦ୍ର ଦଳାଇଙ୍କୁ ଭେଟି କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଥିଲା। ତହସିଲଦାର ଅମାତଙ୍କ ଅଭିଯୋଗ କ୍ରମେ କ୍ଷେତରାଜପୁର ଥାନାରେ ମାମଲା ରୁଜୁ ହୋଇଥିଲା। ବିଧାୟକ ମିଶ୍ରଙ୍କ ସହିତ ସମର୍ଥକ ମୋହନ ଦାସ ଓ ଅନ୍ୟ ୧୦ ଜଣଙ୍କ ନାମରେ ମାମଲା ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri