ବଂଶଧାରା ଆନିକଟ ପାଇଁ ଦାବି ଉଠାଇଲା ଏବିଭିପି: ମୁଖ୍ୟମନ୍ତ୍ରୀଙ୍କୁ ଭେଟି…

ଗୁଣପୁର, ୩୦।୫ (ସୁଜାତା ପାଢ଼ୀ): ଭୁବନେଶ୍ୱରରେ ଆୟୋଜିତ ଏବିଭିପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ଅବସରରେ ଗୁଣପୁର ଶାଖାର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରି ବଂଶଧାରା ନଦୀର ଉପରମୁଣ୍ଡରେ ଆନିକଟ ନିର୍ମାଣ ପାଇଁ ଦାବି ଉପସ୍ଥାପନ କରିଥିଲେ।

ବଂଶଧାରା ଅବବାହିକା ସୁରକ୍ଷା ସମିତିର କାର୍ଯ୍ୟକାରୀ ସଭାପତି ଅକ୍ଷୟ ଦାଶଙ୍କ ନେତୃତ୍ୱରେ ସମିତି ସଦସ୍ୟମାନେ ଓ ଏବିଭିପିର ବିଭିନ୍ନ ପଦାଧିକାରୀମାନେ ଏହି ଦାବି ଉଠାଇଥିଲେ। ଏଥିରେ ଏବିଭିପିର ବିଭାଗ ପ୍ରମୁଖ ଉମା ଦାଶ, ପୂର୍ବତନ ଜିଲା ସଂଯୋଜକ ଭି. ସତୀଶ କୁମାର, ପୂର୍ବତନ ଯାନ୍ତ୍ରିକ ବିଭାଗ ପ୍ରମୁଖ ଚିନ୍ମୟ ପାଣିଗ୍ରାହୀ, ପୂର୍ବତନ ଜିଲା ପ୍ରମୁଖ ଆଶୁତୋଷ ବରାଳ, କାର୍ଯ୍ୟାଳୟ ସମ୍ପାଦକ ବି. ରବି କୁମାର, ବଂଶଧାରା ବିଦ୍ୟାଳୟର ଅଧ୍ୟକ୍ଷ ତଥା ନଗର ସଭାପତି ଲକ୍ଷ୍ମୀ ମାହାକୁଡ଼, ପୂର୍ବତନ ଜିଲା ସହ-ପ୍ରମୁଖ ରାଜେଶ ପାଢ଼ୀ, ଦୀପକ ପଟନାୟକ, ଦୀନେଶ ଅଧିକାରୀ, ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ଦେବବ୍ରତ ଆଚାର୍ଯ୍ୟ ଓ ଶିବ ପ୍ରସାଦ ଡାକୁଆ ପ୍ରମୁଖ ଉପସ୍ଥିତ ଥିଲେ।

ସେମାନେ ବଂଶଧାରା ନଦୀରେ ଆନିକଟ ନିର୍ମାଣ ସମ୍ବନ୍ଧୀୟ ଦାବିପତ୍ର ସହ ଗେଜେଟ୍ ପ୍ରକାଶନର ପ୍ରତିଲିପି ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିଥିଲେ। ଏହାସହ ଚଳିତ ମାସରେ ରାୟଗଡା ଦୌରା ସମୟରେ ଉଠାଇଥିବା ଏହି ଦାବିକୁ ପୁନରାବୃତ୍ତି କରାଯାଇଥିଲା।

ମୁଖ୍ୟମନ୍ତ୍ରୀ ଏହି ବିଷୟରେ ଅନୁଧ୍ୟାନ ଚାଲିଥିବା କହିଥିବା ସହ ଆଗାମୀଦିନରେ ଯଥୋଚିତ ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିବା ସମିତି ପକ୍ଷରୁ ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭ୍ୟାନ୍‌ରେ ଆସି ପୋଷା କୁକୁରକୁ ଲୁହାଛଡ଼ରେ ଆକ୍ରମଣ କରି ଚୋରି ଘଟଣାର ପର୍ଦ୍ଦାଫାଶ: ସିସିଟିଭି ଫୁଟେଜ୍‌ରୁ…

ଦିଗପହଣ୍ଡି,୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଗଡ଼ ଚୈତନ୍ୟପୁର ଶାସନ ସାହିସ୍ଥିତ ନୀଳମାଧବ ମିଶ୍ରଙ୍କ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ମରାମତି ଦୋକାନରୁ ହୋଇଥିବା ଚୋରି ଘଟଣାର ପର୍ଦ୍ଦାଫାଶ…

ICCର ବଡ଼ ଘୋଷଣା; ଭାରତରେ ହେବ ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫି! ଏହି ୨ ସହରରେ ଖେଳାଯିବ ମ୍ୟାଚ୍

ନୂଆଦିଲ୍ଲୀ,୨।୯: ମହିଳା କ୍ରିକେଟ୍‌କୁ ନେଇ ICC ବଡ଼ ଘୋଷଣା କରିଛି । ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରିବ ଭାରତ । ପୂର୍ବରୁ ଏହି ଟୁର୍ଣ୍ଣାମେଣ୍ଟ…

ସୁନା ଦେଇ ଟଙ୍କା ନେଲେ, ମୂଳଧନ ଫେରାଇ ମାଗିବାରୁ ମିଳିଲାନି ଅଳଙ୍କାର: ୭୧ ବର୍ଷୀୟ ବୃଦ୍ଧଙ୍କ ଅଭିଯୋଗ ପରେ…

ପାରଳାଖେମୁଣ୍ଡି,୨ା୯(ଗିରିଧାରୀ ପରିଛା): ସୁନା ଅଳଙ୍କାର ବନ୍ଧକ ରଖି ୫ ଲକ୍ଷ ଟଙ୍କା ଋଣ ନେବା ପରେ, ସୁଧ ଓ ମୂଳଧନ ଟଙ୍କା ଫେରସ୍ତ କରିବାରୁ ଅଳଙ୍କାର ଫେରାଇବାକୁ…

କୋର୍ଟଙ୍କ ଜାମିନବିହୀନ ୱାରେଣ୍ଟ ପରେ ଆକ୍ସନ: ଅଭିଯୁକ୍ତ ବଳିଆଙ୍କୁ…

ଦିଗପହଣ୍ଡି,୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍ ରାମଚନ୍ଦ୍ରପୁର ଗ୍ରାମର ଜଣେ ୱାରେଣ୍ଟି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପାଟପୁର ଥାନା ପୋଲିସ।…

ହାଇକୋର୍ଟଙ୍କ ବଡ଼ ରାୟ, ନାବାଳିକା ପତ୍ନୀଙ୍କ ସହ ସମ୍ପର୍କ…

ଥିରୁଭାନନ୍ତପୁରମ,୨।୯: ନାବାଳିକାଙ୍କ ସୁରକ୍ଷା ମାମଲାରେ କେରଳ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । କୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଆଇନ ଓ ଶିଶୁଙ୍କ ସୁରକ୍ଷାଠାରୁ କୌଣସି ଧାର୍ମିକ…

ସାଇକେଲରେ ସାର ବସ୍ତା ଲଦି ରାସ୍ତା ପାର ହେଉଥିଲେ, ଧକ୍କା ଦେଲା କାର୍‌; ଚାଲିଗଲା ଚାଷୀଙ୍କ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥର ମଳାଭଞ୍ଜା ବ୍ରିଜ୍ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। କାର୍ (ନଂ.…

ଜୀବନରେ ଥରେ ସରପଞ୍ଚ ପଦବୀ ପାଇଁ ଲଢ଼ିବି: ଜିଲା ସରପଞ୍ଚ ମହାସଂଘର ଚତୁର୍ଥ ବାର୍ଷିକ ସମ୍ମିଳନୀରେ ବିଧାୟକ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସରପଞ୍ଚ ମହାସଂଘର ଚତୁର୍ଥ ଜିଲା ସମ୍ମିଳନୀ ବୁଧବାର ଦିଗପହଣ୍ଡି ସ୍ଥିତ ଷୋହଳ ଖଣ୍ଡ ଗୋପାଳ ସମାଜ ଗୃହ ପରିସରରେ ଆଡ଼ମ୍ବରର…

ଶୌଚ ହେବାକୁ ଯାଇଥିଲେ, ଆଉ ଫେରିଲେନି: ଗୋଡ଼ ଖସିଯିବାରୁ ପୋଖରୀ ଗଭୀର ପାଣିରେ ବୁଡ଼ି ଚାଲିଗଲା…

ଥୁଆମୂଳ ରାମପୁର,୨ା୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ମହୁଲପାଟଣା ଫାଣ୍ଡି ଅଧୀନସ୍ଥ ଉପରଚବରି ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ଗାଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri