Posted inଜାତୀୟ

ଜେଏନ୍‌ୟୁରେ ଆମିଷ ଖାଇବାକୁ ଛାତ୍ରଙ୍କୁ ବାରଣ

ନୂଆଦିଲ୍ଲୀ,୧୧ ।୪: ଜେଏନ୍‌ୟୁରେ ଆମିଷ ଖାଇବାକୁ ନେଇ ବିବାଦ ଉପୁଜିଛି । ଯାହାର ଏକ ଭିଡିଓ ଏବେ ଭାଇରାଲ ହେଉଛି । ଦିଲ୍ଲୀ ପାଲିସର ସୂଚନା ଅନୁଯାୟୀ, ଦୁଇ ଗୋଷ୍ଠୀର ଛାତ୍ରଙ୍କ ମଧ୍ୟରେ ୬ ଜଣ ଆହତ ହୋଇଛନ୍ତି । ଜେଏନୟୁ ମେସ ବିବାଦକୁ ନେଇ ବିଏଚପି ପ୍ରବକ୍ତା ବିନୋଦ ବଂଶଲ କହିଛନ୍ତି, କେତେଜଣ ଚରମପନ୍ଥୀ ଭୁଲ ପ୍ରଚାର କରୁଛନ୍ତି । ଖାଇବାର ଅଧିକାର ସମସ୍ତଙ୍କୁ ରହିଛି । ହେଲେ ରାମନବମୀରେ ଏଠାରେ କେତେଜଣ ଛାତ୍ର ପୂଜା କରୁଥିଲେ । ଏପଟେ ଲେପ୍ଟ ସଂଗଠନର ଛାତ୍ର ଏହାକୁ ବିରୋଧ କରିଥିଲେ ।
ଅନ୍ୟପଟେ ଜେଏନୟୁର ପୂର୍ବତନ ଅଧ୍ୟକ୍ଷ ସାଇ ବାଲା ଦାବି କରିଛନ୍ତି ଯେ ଏବିଭିପି ଛାତ୍ରଙ୍କୁ ଆମିଷ ଖାଇବାକୁ ବାରଣ କରିଥିଲା । ନବରାତ୍ରୀ ପାଇଁ ଏମାନଙ୍କୁ ଆମିଷ ବାରଣ କରାଯାଇଥିଲା । ଏହା ଜେଏନୟୁ କାବେରୀ ହଷ୍ଟେଲର ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri