ଗଞ୍ଜାମ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ, ଏବିଭିପିର ବାଜିମାତ୍

ଗଞ୍ଜାମ, ୧୫/୧୦ (ଅନାଥ ତରାଇ): ଛାତ୍ର ସଂସଦ ନିର୍ବାଚନରେ ଗଞ୍ଜାମ ମହାବିଦ୍ୟାଳୟରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ସମର୍ଥିତ ପ୍ରାର୍ଥୀମାନେ ବିଭିନ୍ନ ପଦବୀରେ ବିଜୟୀ ହୋଇଛନ୍ତି । ସଭାପତି ପଦରେ ଯୁକ୍ତ ତିନି ଦ୍ୱିତୀୟ ବର୍ଷ ବିଜ୍ଞାନ ଛାତ୍ର ଗୋପାଳ କୃଷ୍ଣ ଚୌଧୁରୀ ବିଜୟୀ ହୋଇଥିବାବେଳେ ଉପସଭାପତି ପଦରେ ଜଗନ୍ନାଥ ବେହେରା, ସାଧାରଣ ସମ୍ପାଦକ ପଦରେ ଯୁକ୍ତ ତିନି ଦ୍ୱିତୀୟ ବର୍ଷ କଳା ଛାତ୍ର ସାହିଲ ବିଶ୍ୱାଳ, କ୍ରୀଡ଼ା ସମ୍ପାଦକ ପଦରେ ଏମ୍‌. ଅଜୟ ଏବଂ ନାଟ୍ୟ ସମ୍ପାଦକ ପଦରେ ଜି. ଜଗଦୀଶ କୁମାର ବିଜୟୀ ହୋଇଛନ୍ତି । ସମସ୍ତ ବିଜୟୀ ପ୍ରାର୍ଥୀ ଶହେରୁ ଅଧିକ ଭୋଟ ବ୍ୟବଧାନରେ ବିଜୟ ହାସଲ କରିଥିବା ଜଣାପଡ଼ିଛି । ଅନ୍ୟପକ୍ଷରେ ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀମାନେ ପରାଜୟ ବରଣ କରିଛନ୍ତି।

ମହାବିଦ୍ୟାଳୟରେ ଗାର୍ଲ୍ସ କମନ୍‌ ରୁମ୍‌ ସମ୍ପାଦକ ପଦରେ ଲିପ୍ସା ବେହେରା, ବଏଜ୍‌ କମନ୍‌ ରୁମ୍‌ ସମ୍ପାଦକ ପଦରେ ଦେବୀ ପ୍ରସାଦ ଶତପଥୀ ଏବଂ ଡିଏସ୍‌ଇ ସମ୍ପାଦକ ପଦରେ ରୁଦ୍ର ପ୍ରସାଦ ବେହେରା ପୂର୍ବରୁ ନିଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?