Posted inଜାତୀୟ

ଜେଏନୟୁରେ ଛାତ୍ର ଅଶାନ୍ତି: ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍‌

ନୂଆଦିଲ୍ଲୀ,୧।୩: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନୟୁ)ରେ ଛାତ୍ର ଅଶାନ୍ତ ଦେଖାଦେଇଛି। ଅଖିଳ ଭାରତ ବିଦ୍ୟା ପରିଷଦ(ଏବିଭିପି) ଏବଂ ବାମପନ୍ଥୀ ଗୋଷ୍ଠୀ ଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳ ହେବା ସହ ମାରପିଟ୍‌ ହୋଇଛି। ଫଳରେ ୩ଜଣ ଛାତ୍ର ଆହତ ହୋଇଥିବା ଜଣାପଡିଛି।

ମିଳିଥିବା ସୂଚନା ଅନୁସାରେ, ସାଧାରଣ ବୈଠକ ସମୟରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ଶୁକ୍ରବାର ରାତିରେ ସ୍କୁଲ ଅଫ ଲାଙ୍ଗୁଏଜରେ ନିର୍ବାଚନ କମିଟି ସଦସ୍ୟ ଚୟନକୁ ନେଇ ଯୁକ୍ତିତର୍କ ହୋଇଥିଲ। ପରେ ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି ହୋଇଥିଲା। ଏପରିକି ଛାତ୍ରମାନେ ପାଟିତୁଣ୍ଡ କରିବା ସହ ଭଙ୍ଗାରୁଜା କରିଥିବା ଏକ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି।

ଭିଡିଓରେ ଜଣେ ଛାତ୍ରଙ୍କ ମୁଣ୍ଡରୁ ଆଘାତ ଲାଗି ରକ୍ତସ୍ରାବ ହେଉଥିବା ଦେଖିବାକୁ ମିଳିଛି। ଅନ୍ୟ କେତେଜଣ ଛାତ୍ର ଆହତ ହୋଇଥିବା ଜଣାପଡିଛି। ଅନ୍ୟପକ୍ଷେ ଜଣେ ଛାତ୍ର ସାଇକେଲ ଫିଙ୍ଗୁ ଥିବା ଭିଡିଓ ଭାଇରାଲ ହୋଇଛି। ଆହତମାନଙ୍କୁ ସଫଦରଜଙ୍ଗ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।

ଘଟଣାକୁ ନେଇ ବିଶ୍ୱବିଦ୍ୟାଳୟ ପ୍ରଶାସନ ପକ୍ଷରୁ କୌଣସି ବିବୃତ୍ତି ଜାରି କରାଯାଇ ନାହିଁ। ଏପରିକି ଗଣ୍ଡଗୋଳକୁ ନେଇ କୌଣସି ଅଭିଯୋଗ ଆସି ନ ଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଲେଷ୍ଟରଲ୍‌ ନିୟନ୍ତ୍ରଣ କରିବାକୁ ଚାହୁଁଛନ୍ତି କି, ଆପଣାନ୍ତୁ ଏହି ସହଜ ଉପାୟ…

ଆମ ଶରୀରରେ କୋଲେଷ୍ଟରଲ ପରିମାଣ ନିୟନ୍ତ୍ରଣରେ ରହିବା ନିହାତି ଦରକାର। ତେବେ ଏହାର ଏକ ସରଳ ତଥା ସହଜ ଉପାୟ ହାତ ପାଆନ୍ତାରେ ରହିଛି। ତାହା...

ଆଣ୍ଟିବାୟୋଟିକ୍‌ ଖାଉଥିଲେ ହୋଇଯାନ୍ତୁ ସାବଧାନ: ନଚେତ୍‌ ହୋଇପାରେ..

କେତେକ ରୋଗରୁ ଉପଶମ ପାଇବା ଲାଗି ଡାକ୍ତର ଔଷଧ ସହ ଆଣ୍ଟିବାୟୋଟିକ୍‌ ଖାଇବାକୁ ପରାମର୍ଶ ଦେଇଥାଆନ୍ତି। ରୋଗର କାରଣକୁ ଭଲ ଭାବରେ ତର୍ଜମା କରି ସେ...

ଜନ୍ମଦିନରେ ପ୍ରଶଂସକଙ୍କୁ ବଡ଼ ଉପହାର ଦେଲେ ଦୀପିକା

ବଲିଉଡର ସବୁଠାରୁ ପ୍ରତିଭାଶାଳୀ ଅଭିନେତ୍ରୀମାନଙ୍କ ମଧ୍ୟରୁ ଦୀପିକା ପାଦୁକୋଣ ଅନ୍ୟତମ। ଦୀପିକି ନିଜ ଜନ୍ମଦିନ ପ୍ରଶଂସକଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ଜଣେ ଅଭିନେତ୍ରୀ, ପ୍ରଯୋଜକ,...

ବବି ଦାସଙ୍କୁ କଡ଼ା କାଉଣ୍ଟର କଲେ ପ୍ରୀତିରଞ୍ଜନ ଘଡ଼ାଇ, କହିଲେ କୋରେଇରେ ଯେଉଁମାନେ ଥିଲେ ସମସ୍ତେ…

ଯାଜପୁର,୫ା୧: ବିଜେଡି ନେତା ବବି ଦାସଙ୍କ ମନ୍ତବ୍ୟକୁ କଡ଼ା କାଉଣ୍ଟର କରିଛନ୍ତି ପୂର୍ବତନ ବିଧାୟକ ପ୍ରୀତିରଞ୍ଜନ ଘଡ଼ାଇ। ବବି କୋରେଇର ପୂର୍ବତନ ବିଧାୟକମାନଙ୍କୁ ପରୋକ୍ଷରେ ଟାର୍ଗେଟ୍‌...

ଅଭିଯୋଗ ଶୁଣାଣିକୁ ବିଳମ୍ବରେ ଆସିଲେ ଅଧିକାରୀ, ବାହାର କରିଦେଲେ ଜିଲାପାଳ

ରାୟଗଡା,୫/୨(ଆଶିଷ ରଞ୍ଜନ ପଣ୍ଡା)- ଜିଲା ସ୍ତରୀୟ ଅଭିଯୋଗ ଶୁଣାଣି ପ୍ରକୋଷ୍ଠକୁ କିଛି ଜିଲାସ୍ତରୀୟ ଅଧିଳାରୀ ନିର୍ଦ୍ଧାରିତ ସମୟ ଠାରୁ ବିଳମ୍ବରେ ଆସିବାରୁ ଭିତରକୁ ପ୍ରବେଶ କରିବା...

ଶିକ୍ଷା ସହିତ ମନୋରଞ୍ଜନ ନିତ୍ୟାନ୍ତ ଆବଶ୍ୟକ କହିଲେ ବିଧାୟକ

ପରଜଙ୍ଗ,୫।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗସ୍ଥିତ ପିଏମ୍‌ ଶ୍ରୀ ମହେଶ୍ଚନ୍ଦ୍ର ସୁବହୁସିଂହ ନୋଡାଲ ବିଦ୍ୟାପୀଠଠାରେ ସୋମବାର ବିଦ୍ୟାଳୟ ସ୍ତରୀୟ ପିଏମ ଶ୍ରୀ ଉତ୍ସବ ପରଜଙ୍ଗ ବିଧାୟକ...

ମୁସ୍ତାଫିଜୁରଙ୍କୁ KKR ବାଦ୍ ଦେବାପରେ ପାଲଟା ପଦକ୍ଷେପ, ବାଂଲାଦେଶରେ IPL ପ୍ରସାରଣ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୫।୧: ଦ୍ରୁତ ବୋଲର ମୁସ୍ତାଫିଜୁର ରହମାନଙ୍କୁ IPLରୁ ବାସନ୍ଦ କରାଯିବା ପରେ ବାଂଲାଦେଶ ବିଚଳିତ ଅବସ୍ଥାରେ ଅଛି। ଏହି ଘଟଣାର ପ୍ରତିକ୍ରିୟାରେ ବାଂଲାଦେଶ କ୍ରିକେଟ୍ ଅଜବ...

ଗାଁରେ ପଶି ଦଳିତଙ୍କୁ କରାଉଥିଲେ ଧର୍ମ ପରିବର୍ତ୍ତନ : ପହଞ୍ଚିଗଲେ ଲୋକେ, ପରେ..

ପରଜଙ୍ଗ, ୫।୧ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଗ୍ରାମ ପଞ୍ଚାୟତର ବିଏସ୍‌ଏନ୍‌ଏଲ୍‌ କାର୍ଯ୍ୟାଳୟ ନିକଟରେ ଥିବା ଏକ ଦଳିତ ବସ୍ତି ମଧ୍ୟରେ ଜଣେ ବ୍ୟକ୍ତିଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri