ଅଭ୍ୟୁଦୟ ଆଇସିସିର ନୂଆ ସଭାପତି

ନୂଆଦିଲ୍ଲୀ,୨୨।୧୦: ଇଣ୍ଡିଆନ୍‌ ଚାମ୍ବର ଅଫ୍‌ କମର୍ସ (ଆଇସିସି)ର ନୂତନ ସଭାପତି ଭାବେ ଜିନ୍ଦଲ ଷ୍ଟେନଲେସ୍‌ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ଅଭ୍ୟୁଦୟ ଜିନ୍ଦଲ ମନୋନୀତ ହୋଇଛନ୍ତି। ଏପରିକି ଆଇସିସିର ବାର୍ଷିକ ପୂର୍ଣ୍ଣାଙ୍ଗ ଅଧିବେଶନରେ ଅଭ୍ୟୁଦୟଙ୍କୁ ନୂଆ ସଭାପତି ଭାବେ ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲାବେଳେ ୨୦୦ରୁ ଅଧିକ ଶିଳ୍ପପତି, ସରକାରୀ ପ୍ରତିନିଧି ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଏହି ଅବସରରେ ଆଇସିସି ପ୍ରଖ୍ୟାତ ଅଭିନେତ୍ରୀ, ପଦ୍ମଭୂଷଣ ଶର୍ମିଳା ଟାଗୋରଙ୍କୁ ସମ୍ମାନିତ କରିଥିଲା।
ଏ ସମ୍ପର୍କରେ ଅଭ୍ୟୁଦୟ ଜିନ୍ଦଲ କହିଥିଲେ, ପ୍ରାୟ ଏକ ଶତାବ୍ଦୀ ଧରି ଭାରତର ଆର୍ଥତ୍କ ପରିଦୃଶ୍ୟକୁ ରୂପ ଦେବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ଇଣ୍ଡିଆନ୍‌ ଚାମ୍ବର ଅଫ୍‌ କମର୍ସର ନେତୃତ୍ୱ ଅବସର ପାଇ ମୁଁ ଅତ୍ୟନ୍ତ ଉତ୍ସାହିତ ଅଛି। ଏପରିକି ମିଳିତ ଭାବେ ଆମେ ୨୦୪୭ ସୁଦ୍ଧା ୩୫ଟ୍ରିଲିୟନ ଡଲାର ଅର୍ଥନୀତି ହେବାକୁ ଭାରତର ଟାର୍ଗେଟକୁ ସମର୍ଥନ କରୁଥିବା ଏକ ଶକ୍ତିଶାଳୀ, ଅଧିକ ସ୍ଥିର ଅର୍ଥନୀତି ଗଠନ କରିବୁ। ଅଭ୍ୟୁଦୟ ଜିନ୍ଦଲ ନିକଟରେ ଆଇସିସିର ଉପସଭାପତି ଭାବେ ଦାୟିତ୍ୱ ବହନ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri