ଶେରଗଡ଼ରୁ ପୁରୀକୁ ଗଡ଼ିଲା ଏସି ବସ୍‌ ଜଗନ୍ନାଥ ଏକ୍ସପ୍ରେସ୍‌, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୫(ବ୍ୟୁରୋ): ଗଞ୍ଜାମ ଜିଲା ଶେରଗଡ଼ଠାରୁ ପୁରୀକୁ ବୁଧବାର ପ୍ରଥମ ଏସି ବସ୍‌ ଜଗନ୍ନାଥ ଏକ୍ସପ୍ରେସ୍‌ ଗଡ଼ିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଏହି ବସ୍‌ ସେବା ଚଳାଚଳକୁ ପତାକା ହଲାଇ ଶୁଭାରମ୍ଭ କରିଛନ୍ତି। ଓଏସ୍‌ଆରଟିସି ପକ୍ଷରୁ ଏହି ବସ୍‌ ସେବା ଆରମ୍ଭ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଶେରଗଡ଼-ପୁରୀ ମଧ୍ୟରେ ନୂଆ ବସ୍‌ ସେବା ଦ୍ୱାରା ଶେରଗଡ଼ ଜନସାଧାରଣ ସୁବିଧାରେ ପୁରୀ ଯାଇ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ଲାଭ କରିପାରିବେ। ବିଶେଷକରି କାର୍ତ୍ତିକ ମାସରେ ଗଞ୍ଜାମର ବହୁ ଲୋକ ପୁରୀ ଯାଉଥିବାରୁ ଏହି ବସ୍‌ ସେବା ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ଏମ୍‌ପି ଚନ୍ଦ୍ରଶେଖର ସାହୁ, ଗଞ୍ଜାମ ଜିଲାପାଳ, ଓଏସ୍‌ଆର୍‌ଟିସି ଅଧିକାରୀ ଏବଂ ଶେରଗଡ଼ ପଞ୍ଚାୟତ ପ୍ରତିନିଧି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ

ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?