ନୂଆ ଅବତାରରେ ଏସି ଟ୍ରେନ; ମିଳିବ ଓଟି ଭଳି ସ୍ବଚ୍ଛ ପବନ

ନୂଆଦିଲ୍ଲୀ,୨୯।୬: ଭାରତୀୟ ରେଲଓ୍ବେ ତା’ର ଶୀତତାପ ନିୟନ୍ତ୍ରିତ(ଏସି) ଟ୍ରେନ ଗୁଡିକରେ ଅପରେଶନ ଥିଏଟର(ଓଟି)ରେ ଉପଲବ୍ଧ ହେଉଥିବା ନିର୍ମଳ ବାୟୁ ସୁବିଧା ପ୍ରଦାନ କରିବ। ବର୍ତ୍ତମାନ ବ୍ୟବହାର ହେଉଥିବା ସର୍କୁଲେଟେଡ ଏୟାର ସୁବିଧା ପରିବର୍ତ୍ତେ ନୂଆ ବ୍ୟବସ୍ଥା ଲାଗୁ କରାଇବା ନେଇ ନିଷ୍ପତ୍ତି ହୋଇଛି। ପୂର୍ବ ବ୍ୟବସ୍ଥା ଦ୍ୱାରା କରୋନା ବ୍ୟାପିବାର ସମ୍ଭାବନା ରହିଥିବାରୁ ଏଭଳି ଯୋଜନା ହାତକୁ ନିଆଯାଉଛି ବୋଲି ରେଲଓ୍ବେର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ମେ ୧୨ରୁ ପରୀକ୍ଷଣ ଭିତ୍ତିରେ ରାଜଧାନୀ ଏକ୍ସପ୍ରେସ ରୁଟର ୧୫ ଯୋଡା ଏସି ଟ୍ରେନରେ ନୂଆ ବ୍ୟବସ୍ଥାକୁ କାର୍ଯ୍ୟକାରୀ କରାଯାଇଛି। ରୁଫ୍‌ ମାଉଣ୍ଟେଡ ଏସି ପ୍ୟାକେଜ ୟୁନିଟ(ଆର୍‌ଏମ୍‌ପିୟୁ) ସିଷ୍ଟମ ଦ୍ୱାରା ଉକ୍ତ ସେବା ଯୋଗାଇ ଦିଆଯିବ। ଓଟି ଭଳି ପ୍ରତି ଘଣ୍ଟାରେ ୧୬ରୁ ୧୮ଥର ଟ୍ରେନ କୋଚ୍‌ର ବାୟୁକୁ ପରିବର୍ତ୍ତନ କରିବା ସହ ସ୍ବଚ୍ଛ ପରିବେଶ ଯୋଗାଣରେ ଏହା ସହାୟକ ହେବ ବୋଲି ଅଧିକାରୀ ଜଣକ କହିଛନ୍ତି। ପୂର୍ବରୁ ଏସି କୋଚ ଗୁଡିକରେ ଘଣ୍ଟାକୁ ୬ରୁ ୮ଥର ବାୟୁର ପରିବର୍ତ୍ତନ ହୋଇପାରୁଥିଲା। ଏହା ଦ୍ୱାରା ମାତ୍ର ୨୦% ସ୍ବଚ୍ଛ ବାୟୁ ମିଳି ପାରୁ ଥିବା ବେଳେ ବ୍ୟବହୃତ ବାୟୁର ଭାଗ ୮୦% ରହିଥିଲା। ଯାତ୍ରୀଙ୍କ ସୁରକ୍ଷାକୁ ଧ୍ୟାନରେ ରଖି ଏଭଳି ଯୋଜନା ହାତକୁ ନିଆଯାଇଛି। ସଂକ୍ରମଣକୁ ରୋକିବା ଲକ୍ଷ୍ୟରେ ମନ୍ତ୍ରଣାଳୟ ପକ୍ଷରୁ ସ୍ବତନ୍ତ୍ର ଗାଇଡଲାଇନ ଜାରି ସହ କୋଚ୍‌ଗୁଡିକୁ ଆଇସୋଲେଶନ ଓ୍ବାର୍ଡରେ ପରିଣତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଦାନ୍ତ ଆଲୁମିନିୟମରେ ଓ୍ବାର୍ଲଡ ଆର୍ଥ ଡେ

ନୂଆଦିଲ୍ଲୀ,୨୩।୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ...

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ନୂତନ ସିଏଚ୍‌ଡି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୪: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ ଇଣ୍ଡିଆ ବା ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଲିମିଟେଡର ନୂତନ କମ୍ୟୁନିଟି ହେଲ୍‌ଥ ଡିସ୍‌ପେନ୍‌ସାରି (ସିଏଚ୍‌ଡି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି...

ରିଲାଏନ୍ସ ଜିଓର ନେଟ ଲାଭ ୨୦,୪୬୬ କୋଟି

ନୂଆଦିଲ୍ଲୀ,୨୩।୪: ଦେଶର ସର୍ବବୃହତ୍‌ ଦୂରସଞ୍ଚାର ସେବା ପ୍ରଦାନକାରୀ କମ୍ପାନୀ ତଥା ରିଲାଏନ୍ସ ଜିଓ ଇନ୍‌ଫୋକମ ଲିମିଟେଡ୍‌ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୩ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ, ଜାଣନ୍ତୁ ବଜାର ଦାମ୍

ନୂଆଦିଲ୍ଲୀ, ୨୨।୪: ନିକଟ ଅତୀତରେ ଭାରତରେ ସୁନା ଓ ରୂପା ମୂଲ୍ୟରେ ବହୁତ ବୃଦ୍ଧି ଘଟିଛି। କିନ୍ତୁ ସୋମବାର ଏଥିରେ କିଛି ମାତ୍ରାରେ ହ୍ରାସ ପାଇଛି।...

ସର୍ବୋତ୍ତମ ପ୍ରଯୁକ୍ତିକୁ ଗୁରୁତ୍ୱ

ଭୁବନେଶ୍ୱର,୨୨ା୪: ବ୍ରିଜ୍‌ଷ୍ଟୋନ୍‌ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ନୂତନ ଉତ୍ପାଦ ‘ତୁରଞ୍ଜା ୬ଆଇ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଯାତ୍ରୀବାହୀ ଯାନ ସେଗ୍‌ମେଣ୍ଟ ପାଇଁ ବ୍ରାଣ୍ଡ୍‌...

ଶ୍ରୀଲେଦର୍ସ ପ୍ରତିଷ୍ଠାତାଙ୍କ ପ୍ରତିମୂର୍ତ୍ତି ଅନାବରଣ

ଭୁବନେଶ୍ୱର,୨୨ା୪: ଦେଶର ପ୍ରମୁଖ ସୁଜ୍‌ ବ୍ରାଣ୍ଡ୍‌ ଶ୍ରୀଲେଦର୍ସର ପ୍ରତିଷ୍ଠାତା ତଥା ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ସ୍ବର୍ଗତ ସୁରେଶ ଚନ୍ଦ୍ର ଦେଙ୍କର ୧୧୩ତମ ଜନ୍ମବାର୍ଷିକୀ ରବିବାର ପାଳିତ...

ଶପର୍ସ ଷ୍ଟପ୍‌ ସହ ଆକ୍ସିସ ବ୍ୟାଙ୍କର ସହଭାଗିତା

ଭୁବନେଶ୍ୱର,୨୨ା୪: ଆକ୍ସିସ୍‌ ବ୍ୟାଙ୍କ ଏବଂ ଶପର୍ସ ଷ୍ଟପ୍‌ସ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ନିକଟରେ ସ୍ଥାପନ ହୋଇଛି। ଏପରିକି ଉଭୟ ସଂସ୍ଥାର ମିଳିତ ସହଭାଗିତାରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri