Posted inଜାତୀୟ

ଏସିବି ଜାଲରେ ୨୧ ସରକାରୀବାବୁ

ବେଙ୍ଗାଲୁରୁ,୧୭।୬: କର୍ନାଟକର ଦୁର୍ନୀତି ନିବାରଣ ବ୍ୟୁରୋ(ଏସିବି) ଶୁକ୍ରବାର ୨୧ସରକାରୀ କର୍ମଚାରୀଙ୍କ ସମ୍ପତ୍ତି ମାମଲାରେ ୮୦ରୁ ଅଧିକ ସ୍ଥାନରେ ଚଢ଼ାଉ କରିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ଏକକାଳୀନ ଏହି ଚଢ଼ାଉ କରାଯାଇଥିଲା। ଏହି ଚଢ଼ାଉ ବେଳେ ଶିବଲିଙ୍ଗାଇଙ୍କ ଘରୁ ୩ଟି ଘର, ବେଙ୍ଗାଲୁରୁରେ ୫ଟି, ଚନପାଟନା ଏବଂ ମହିସୁରରେ କୋଟି କୋଟି ଟଙ୍କାର ଜମିର ପ୍ରମାଣ ମିଳିବା ପରେ ଏସିବି ଅଧିକାରୀମାନେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ସେହିପରି ଆଇଜିଆର କାର୍ଯ୍ୟାଳୟର ଜିଲା ରେଜିଷ୍ଟ୍ରାର ମଧୁସୂଦନଙ୍କ ଭି.କେ ବେଙ୍ଗାଲୁରୁର ୨ଟି ଘର ଏବଂ ଅନ୍ୟାନ୍ୟ ସ୍ଥାନରେ ଏସିବି ଅଧିକାରୀମାନେ ଚଢ଼ାଉ କରିଥିଲେ। ତାଙ୍କ ଘରୁ ୩୯ଲକ୍ଷ ନଗଦ ଟଙ୍କା ମିଳିଥିଲା। ଏଥିସହ ୨.୩ କିଲୋଗ୍ରାମ ସୁନା ଅଳଙ୍କାର ଏବଂ ୪.୯ କିଲୋଗ୍ରାମ ରୂପା ଅଳଙ୍କାର ମଧ୍ୟ ଜବତ କରାଯାଇଛି। ଏହି ୧୯ ଜଣ କର୍ମଚାରୀଙ୍କ ନିକଟରେ କୋଟି କୋଟି ଟଙ୍କା ମୂଲ୍ୟର ସମ୍ପତ୍ତି ଥିବା ଜଣାପଡ଼ିଛି। ଶୁକ୍ରବାର ସକାଳେ ଆରମ୍ଭ ହୋଇଥିବା ଏହି ଚଢ଼ାଉରେ ଦୁର୍ନୀତି ନିବାରଣ ବ୍ୟୁରୋର ମୋଟ ୫୫୫ ଅଧିକାରୀ ଏବଂ କର୍ମଚାରୀ ସାମିଲ ଅଛନ୍ତି ଏବଂ ଏହି ଚଢ଼ାଉ ଏବେ ବି ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri