Posted inଜାତୀୟ

ଏସିବି ଜାଲରେ ୨୧ ସରକାରୀବାବୁ

ବେଙ୍ଗାଲୁରୁ,୧୭।୬: କର୍ନାଟକର ଦୁର୍ନୀତି ନିବାରଣ ବ୍ୟୁରୋ(ଏସିବି) ଶୁକ୍ରବାର ୨୧ସରକାରୀ କର୍ମଚାରୀଙ୍କ ସମ୍ପତ୍ତି ମାମଲାରେ ୮୦ରୁ ଅଧିକ ସ୍ଥାନରେ ଚଢ଼ାଉ କରିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ଏକକାଳୀନ ଏହି ଚଢ଼ାଉ କରାଯାଇଥିଲା। ଏହି ଚଢ଼ାଉ ବେଳେ ଶିବଲିଙ୍ଗାଇଙ୍କ ଘରୁ ୩ଟି ଘର, ବେଙ୍ଗାଲୁରୁରେ ୫ଟି, ଚନପାଟନା ଏବଂ ମହିସୁରରେ କୋଟି କୋଟି ଟଙ୍କାର ଜମିର ପ୍ରମାଣ ମିଳିବା ପରେ ଏସିବି ଅଧିକାରୀମାନେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ସେହିପରି ଆଇଜିଆର କାର୍ଯ୍ୟାଳୟର ଜିଲା ରେଜିଷ୍ଟ୍ରାର ମଧୁସୂଦନଙ୍କ ଭି.କେ ବେଙ୍ଗାଲୁରୁର ୨ଟି ଘର ଏବଂ ଅନ୍ୟାନ୍ୟ ସ୍ଥାନରେ ଏସିବି ଅଧିକାରୀମାନେ ଚଢ଼ାଉ କରିଥିଲେ। ତାଙ୍କ ଘରୁ ୩୯ଲକ୍ଷ ନଗଦ ଟଙ୍କା ମିଳିଥିଲା। ଏଥିସହ ୨.୩ କିଲୋଗ୍ରାମ ସୁନା ଅଳଙ୍କାର ଏବଂ ୪.୯ କିଲୋଗ୍ରାମ ରୂପା ଅଳଙ୍କାର ମଧ୍ୟ ଜବତ କରାଯାଇଛି। ଏହି ୧୯ ଜଣ କର୍ମଚାରୀଙ୍କ ନିକଟରେ କୋଟି କୋଟି ଟଙ୍କା ମୂଲ୍ୟର ସମ୍ପତ୍ତି ଥିବା ଜଣାପଡ଼ିଛି। ଶୁକ୍ରବାର ସକାଳେ ଆରମ୍ଭ ହୋଇଥିବା ଏହି ଚଢ଼ାଉରେ ଦୁର୍ନୀତି ନିବାରଣ ବ୍ୟୁରୋର ମୋଟ ୫୫୫ ଅଧିକାରୀ ଏବଂ କର୍ମଚାରୀ ସାମିଲ ଅଛନ୍ତି ଏବଂ ଏହି ଚଢ଼ାଉ ଏବେ ବି ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri