ସ୍ବାସ୍ଥ୍ୟ ଭିତ୍ତିଭୂମି ତ୍ୱରାନ୍ବିତ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୧(ବ୍ୟୁରୋ): ସ୍ବାସ୍ଥ୍ୟ ସେବାକୁ ରାଜ୍ୟ ସରକାର ସର୍ବାଧିକ ପ୍ରାଥମିକତା ଦେଇ ଆସିଛନ୍ତି। ରାଜ୍ୟବାସୀଙ୍କୁ ଅତ୍ୟାଧୁନିକ ତଥା ଗୁଣାତ୍ମକ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି।
ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜକୁ ବିଶ୍ୱସ୍ତରୀୟ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଭାବେ ଗଢି ତୋଳିବା ପାଇଁ କାର୍ଯ୍ୟ ଆରମ୍ଭ ହୋଇଛି। ସେହିପରି ନୂଆକରି ରାଜ୍ୟ ସରକାର ଗଢିଥିବା ୯ ମେଡିକାଲ କଲେଜଗୁଡିକର ଭିତ୍ତିଭୂମିର ବିକାଶ କାର୍ଯ୍ୟକ୍ରମ ସମ୍ପର୍କରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା କରିଛନ୍ତି। ଏହାଛଡା ୫ ନୂଆ ଜିଲା ମୁଖ୍ୟ ଚିକିତ୍ସାଳୟ ତଥା ୬ଟି ମୁଖ୍ୟ ଚିକିତ୍ସାଳୟର ଉନ୍ନତୀକରଣ କାର୍ଯ୍ୟ ସମ୍ପର୍କରେ ମଧ୍ୟ ସମୀକ୍ଷା କରିଛନ୍ତି। ଝାରସୁଗୁଡାଠାରେ ହୃଦ୍‌ରୋଗ ଯତ୍ନ ଡାକ୍ତରଖାନା, କଟକ ଶିଶୁ ଭବନରେ ପିଜି ଛାତ୍ରୀଛାତ୍ରଙ୍କ ପାଇଁ ମଲ୍ଟି ୟୁଟିଲିଟି କମ୍ପ୍ଲେକ୍ସ, ଆଚାର୍ଯ୍ୟ ହରିହର କ୍ୟାନ୍‌ସର ହସ୍ପିଟାଲର ଏଲ୍‌ଆଇଏନ୍‌ଏସି ବ୍ଲକ, କ୍ୟାପିଟାଲ ହସ୍ପିଟାଲର ବିକାଶ ତଥା ପିଜିଆଇ ଭାବେ ଗଢିବା ଏବଂ ବରଗଡ଼ କ୍ୟାନ୍‌ସର ହସ୍ପିଟାଲ ଆଦିର ନିର୍ମାଣ ସମ୍ପର୍କରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା।
ସ୍ବାସ୍ଥ୍ୟ ସେବାର ଏହି ଗୁରୁତ୍ୱକୁ ଦୃଷ୍ଟିରେ ରଖି ଏହିସବୁ ପ୍ରକଳ୍ପର କାର୍ଯ୍ୟ ନିର୍ଦ୍ଧାରିତ ସମୟରେ ଶେଷ କରିବା ସହିତ ଏଥିରେ ସମ୍ପୃକ୍ତ ବିଭିନ୍ନ ବିଭାଗ ସେମାନଙ୍କ ଦାୟିତ୍ୱକୁ ଉତ୍ତମ ସମନ୍ବୟ ରକ୍ଷା କରି ନିର୍ବାହ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହାଛଡା ନୂଆକରି ଖୋଲିବାକୁ ଥିବା ମେଡିକାଲ କଲେଜଗୁଡିକର ଅଧ୍ୟାପକ ପଦବୀ ତଥା ଆଖପାଖ ଡାକ୍ତରଖାନାର ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଆଦି ପଦବୀ ପୂରଣ ଏବଂ ଚିକିତ୍ସା ଉପକରଣ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା। ଓଡ଼ିଶା ପବ୍ଲିକ ସର୍ଭିସ କମିଶନ(ଓପିଏସସି) ପକ୍ଷରୁ ପ୍ରାୟ ୨ ହଜାର ଡାକ୍ତର, ଦନ୍ତ ଚିକିତ୍ସକ ପଦବୀ ପୂରଣ ପାଇଁ ବିଜ୍ଞାପନ ପ୍ରକାଶ ପାଇବ ବୋଲି ବୈଠକରେ ସୂଚନା ଦିଆଯାଇଛି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଅଧିକରୁ ଅଧିକ ସାଧାରଣ ଲୋକ ଯେପରି ସୁବିଧା ପାଇପାରିବେ ସେ ବିଷୟରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା।
େ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର, ଅର୍ଥ ବିଭାଗ ସଚିବ ଅଶୋକ ମୀନା ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ.ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନା କରିଥିଲେ। ପୂର୍ତ୍ତ ସଚିବ କ୍ରିଷନ କୁମାର ଭିତ୍ତିଭୁମି ବିକଶ ସମ୍ପର୍କରେ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri