ସ୍ବାସ୍ଥ୍ୟ ଭିତ୍ତିଭୂମି ତ୍ୱରାନ୍ବିତ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୧(ବ୍ୟୁରୋ): ସ୍ବାସ୍ଥ୍ୟ ସେବାକୁ ରାଜ୍ୟ ସରକାର ସର୍ବାଧିକ ପ୍ରାଥମିକତା ଦେଇ ଆସିଛନ୍ତି। ରାଜ୍ୟବାସୀଙ୍କୁ ଅତ୍ୟାଧୁନିକ ତଥା ଗୁଣାତ୍ମକ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି।
ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜକୁ ବିଶ୍ୱସ୍ତରୀୟ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଭାବେ ଗଢି ତୋଳିବା ପାଇଁ କାର୍ଯ୍ୟ ଆରମ୍ଭ ହୋଇଛି। ସେହିପରି ନୂଆକରି ରାଜ୍ୟ ସରକାର ଗଢିଥିବା ୯ ମେଡିକାଲ କଲେଜଗୁଡିକର ଭିତ୍ତିଭୂମିର ବିକାଶ କାର୍ଯ୍ୟକ୍ରମ ସମ୍ପର୍କରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା କରିଛନ୍ତି। ଏହାଛଡା ୫ ନୂଆ ଜିଲା ମୁଖ୍ୟ ଚିକିତ୍ସାଳୟ ତଥା ୬ଟି ମୁଖ୍ୟ ଚିକିତ୍ସାଳୟର ଉନ୍ନତୀକରଣ କାର୍ଯ୍ୟ ସମ୍ପର୍କରେ ମଧ୍ୟ ସମୀକ୍ଷା କରିଛନ୍ତି। ଝାରସୁଗୁଡାଠାରେ ହୃଦ୍‌ରୋଗ ଯତ୍ନ ଡାକ୍ତରଖାନା, କଟକ ଶିଶୁ ଭବନରେ ପିଜି ଛାତ୍ରୀଛାତ୍ରଙ୍କ ପାଇଁ ମଲ୍ଟି ୟୁଟିଲିଟି କମ୍ପ୍ଲେକ୍ସ, ଆଚାର୍ଯ୍ୟ ହରିହର କ୍ୟାନ୍‌ସର ହସ୍ପିଟାଲର ଏଲ୍‌ଆଇଏନ୍‌ଏସି ବ୍ଲକ, କ୍ୟାପିଟାଲ ହସ୍ପିଟାଲର ବିକାଶ ତଥା ପିଜିଆଇ ଭାବେ ଗଢିବା ଏବଂ ବରଗଡ଼ କ୍ୟାନ୍‌ସର ହସ୍ପିଟାଲ ଆଦିର ନିର୍ମାଣ ସମ୍ପର୍କରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା।
ସ୍ବାସ୍ଥ୍ୟ ସେବାର ଏହି ଗୁରୁତ୍ୱକୁ ଦୃଷ୍ଟିରେ ରଖି ଏହିସବୁ ପ୍ରକଳ୍ପର କାର୍ଯ୍ୟ ନିର୍ଦ୍ଧାରିତ ସମୟରେ ଶେଷ କରିବା ସହିତ ଏଥିରେ ସମ୍ପୃକ୍ତ ବିଭିନ୍ନ ବିଭାଗ ସେମାନଙ୍କ ଦାୟିତ୍ୱକୁ ଉତ୍ତମ ସମନ୍ବୟ ରକ୍ଷା କରି ନିର୍ବାହ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହାଛଡା ନୂଆକରି ଖୋଲିବାକୁ ଥିବା ମେଡିକାଲ କଲେଜଗୁଡିକର ଅଧ୍ୟାପକ ପଦବୀ ତଥା ଆଖପାଖ ଡାକ୍ତରଖାନାର ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଆଦି ପଦବୀ ପୂରଣ ଏବଂ ଚିକିତ୍ସା ଉପକରଣ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା। ଓଡ଼ିଶା ପବ୍ଲିକ ସର୍ଭିସ କମିଶନ(ଓପିଏସସି) ପକ୍ଷରୁ ପ୍ରାୟ ୨ ହଜାର ଡାକ୍ତର, ଦନ୍ତ ଚିକିତ୍ସକ ପଦବୀ ପୂରଣ ପାଇଁ ବିଜ୍ଞାପନ ପ୍ରକାଶ ପାଇବ ବୋଲି ବୈଠକରେ ସୂଚନା ଦିଆଯାଇଛି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଅଧିକରୁ ଅଧିକ ସାଧାରଣ ଲୋକ ଯେପରି ସୁବିଧା ପାଇପାରିବେ ସେ ବିଷୟରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା।
େ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର, ଅର୍ଥ ବିଭାଗ ସଚିବ ଅଶୋକ ମୀନା ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ.ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନା କରିଥିଲେ। ପୂର୍ତ୍ତ ସଚିବ କ୍ରିଷନ କୁମାର ଭିତ୍ତିଭୁମି ବିକଶ ସମ୍ପର୍କରେ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ...

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri