ମୌଳିକ ସୁବିଧା ଅପହଞ୍ଚ, ଆନ୍ଦୋଳନ ପାଇଁ ସଜବାଜ

ରାଉରକେଲା,୨୩।୯(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ମହାନଗର ନିଗମ ଅଧୀନ ୧୪ ନମ୍ବର ଓ୍ବାର୍ଡ ଧାମରା ବସ୍ତି ଲୋକଙ୍କୁ ମୌଳିକ ସୁବିଧା ସୁଯୋଗ ଅପହଞ୍ଚ ହୋଇପଡିଛି। ବାରମ୍ବାର ଦାବି କରିବା ସତ୍ତ୍ୱେ ସ୍ଥାନୀୟ ପ୍ରଶାସନ ଏ ନେଇ ପଦକ୍ଷେପ ନେଉ ନ ଥିବା ସେମାନେ ଅଭିଯୋଗ କରିଛନ୍ତି। ଫଳରେ ଆଗାମୀ ଦିନରେ ଆନ୍ଦୋଳନ କରିବା ପାଇଁ ବସ୍ତିବାସୀ ସଜବରଜ ହେଉଥିବା ଜଣାପଡିଛି।
ସୂଚନା ଅନୁସାରେ, ଧାମରା ବସ୍ତିର ଜନସଂଖ୍ୟା ୯୩୩। ତେବେ ବସ୍ତିର ତଳିଆ ଅଞ୍ଚଳକୁ ଏପର୍ଯ୍ୟନ୍ତ ଡ୍ରେନେଜ ବ୍ୟବସ୍ଥା ହୋଇପାରି ନ ଥିବାରୁ ଲୋକେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେହିପରି ରାସ୍ତାଘାଟ ବର୍ଷ ବର୍ଷ ହେଲା ଖାଲଖମା ହୋଇ ପଡିଛି। ବସ୍ତି ଲୋକଙ୍କ ଘରୁ ନିଷ୍କାସିତ ପାଣି ରାସ୍ତାରେ ଭାସୁଛି। ବର୍ତ୍ତମାନ ବର୍ଷାପାଣି ସିଧାସଳଖ ଲୋକଙ୍କ ଘରକୁ ପ୍ରବେଶ କରୁଛି। ବସ୍ତିରେ ଲାଗିଥିବା ୬ ଷ୍ଟ୍ରିଟ୍‌ ଲାଇଟ୍‌ ଅଚଳ ହୋଇ ଯାଇଛି। ଖେଳପଡିଆ ଅଳିଆ ଆବର୍ଜନାର ପେଣ୍ଠସ୍ଥଳ ପାଲଟିଥିବା ବେଳେ ବସ୍ତିରେ ବାହ୍ୟ ଲୋକଙ୍କ ଜବରଦଖଲ ବଢିବାରେ ଲାଗିଛି। ୬ ମାସ ତଳେ ପରିତ୍ୟକ୍ତ ଖେଳ ପଡିଆରେ ଏକ ପାର୍କ ନିର୍ମାଣ ନେଇ ବସ୍ତିବାସିନ୍ଦା ଆର୍‌ଏମ୍‌ସି କର୍ତ୍ତୃପକ୍ଷଙ୍କୁ ପ୍ରସ୍ତାବ ଦେଇଥିଲେ। ମାତ୍ର ଏଯାଏ କୌଣସି ପଦକ୍ଷେପ ଗ୍ରହଣ କରାଯାଇନାହିଁ। ଧାମରା ବସ୍ତି କ୍ୱାର୍ଟର୍ସରୁ ବାହାରୁଥିବା କୁଢ କୁଢ ଅଳିଆ ବସ୍ତି ତଳପଟ ପଡିଆରେ ଗଦା କରାଯାଉଛି। ଫଳରେ ବସ୍ତିରେ ପୂତିଗନ୍ଧମୟ ପରିବେଶ ସୃଷ୍ଟି ହେବା ସହିତ ମଶାମାଛିଙ୍କ ବଂଶବୃଦ୍ଧି ହେଉଛି। ଏପରିକି ଆର୍‌ଏମ୍‌ସି ପକ୍ଷରୁ ମଶା ନିପାତ ଧୂଆଁଯନ୍ତ୍ର ବିପର୍ଯ୍ୟସ୍ତ ରାସ୍ତା ଯୋଗୁ ବସ୍ତିକୁ ଯାଇପାରୁନି। ଏସବୁ ସମସ୍ୟାର ସମାଧାନ ହୋଇପାରି ନ ଥିବାରୁ ଆଗାମୀ ଦିନରେ ଆନ୍ଦୋଳନ କରିବା ପାଇଁ ବସ୍ତିବାସୀ ସଜବାଜ ହେଉଥିବା ଅରୁଣ ମହନ୍ତ, ଶାନ୍ତି କୁସୁମା, ତାପସୀ ନାୟକ, ରିତ ବାହାଲି ପ୍ରମୁଖ କହିଛନ୍ତି। ଏ ସମ୍ପର୍କରେ ଆର୍‌ଏମ୍‌ସି ଡେପୁଟି କମିଶନର ସୁଧାଂଶୁ ଭୋଇଙ୍କୁ ପଚାରିବାରୁ ସେ କହିଲେ, ବସ୍ତିରେ ରାସ୍ତା କାମ ଚାଲିଥିଲା, ଆଗକୁ ମଧ୍ୟ ହେବ। ଅନ୍ୟାନ୍ୟ ସମସ୍ୟା ନେଇ ଆର୍‌ଏମ୍‌ସିର ବିଭାଗୀୟ ଅଧିକାରୀ ବସ୍ତି ତଳି ଅଞ୍ଚଳ ପରିଦର୍ଶନ କରିସାରିଛନ୍ତି। ଯାହା କିଛି ସମସ୍ୟା ରହିଛି ତୁରନ୍ତ ସମାଧାନ କରାଯିବ ବୋଲି ଭୋଇ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ବାଙ୍କୀରେ ୧୬୩ ଧାରା ଉଲ୍ଲଂଘନ: ଭାଜପା-ବିଜେଡି ମୁହାଁମୁହିଁ, ୭ ଦିନିଆ ଚେତାବନୀ: ପ୍ରଶାସନିକ କାର୍ଯ୍ୟାନୁଷ୍ଠାନକୁ ନେଇ

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଉପଖଣ୍ଡ ଡମପଡ଼ା ବ୍ଲକ ଏବଂ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବିଏନ୍‌ଏସ୍‌ର ୧୬୩ ଧାରା ଜାରି ହୋଇଥିବା ସତ୍ତ୍ବେ ଦୁଇ ପ୍ରମୁଖ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା-ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଗଞ୍ଜାମ, ୧୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପରିସରରେ ସମନ୍ୱିତ ଶିଶୁ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ମଙ୍ଗଳବାର…

ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଘଟିଥିଲା ସବର୍ଣ୍ଣ-ଅସବର୍ଣ୍ଣ ସଂଘର୍ଷ: ବର୍ଷେ ପରେ ୩ ଅଭିଯୁକ୍ତ ଗଲେ ଜେଲ 

ଦିଗପହଣ୍ଡି, ୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଗତ ବର୍ଷ ଘଟିଥିବା ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ସଂଘର୍ଷ ଏବଂ ହତ୍ୟା ଉଦ୍ୟମ ମାମଲାରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri