ନେଗେଟିଭ୍‌ ରିପୋର୍ଟ ବିନା ଗଞ୍ଜାମରେ ପ୍ରବେଶ ମନା

ଛତ୍ରପୁର,୨୨ା୩: କରୋନା ହଟସ୍ପଟ ରାଜ୍ୟରୁ ପ୍ରବାସୀମାନେ ଟ୍ରେନ ଯୋଗେ ଗଞ୍ଜାମ ଜିଲାକୁ ଫେରୁଛନ୍ତି। ଦୈନିକ ଛତ୍ରପୁର, ବ୍ରହ୍ମପୁର ଓ ଖଲ୍ଲିକୋଟ ଷ୍ଟେଶନରେ ପ୍ରବାସୀ ଓହ୍ଲାଉଛନ୍ତି। ଜିଲାରେ ଆଗକୁ ଦଣ୍ଡଯାତ୍ରା, ତାରାତାରିଣୀ ଯାତ୍ରା, ଦେଳଯାତ୍ରା ଓ ବ୍ରହ୍ମପୁରରେ ବୁଢ଼ୀ ଠାକୁରାଣୀ ଯାତ୍ରା ହେବ। ଏସବୁ ଯାତ୍ରାକୁ ମାନସିକ ପୂରଣ ପାଇଁ ଗଞ୍ଜାମକୁ ଜିଲା ବାହାରୁ ଲୋକ ଆସୁଥିବା ଜଣାପଡ଼ିଲେ ସେହି ଅଞ୍ଚଳର ଯାତ୍ରାକୁ ସ୍ଥଗିତ ରଖାଯିବ। ତେଣୁ କୌଣସି ଯାତ୍ରା ନିମନ୍ତେ ଜିଲାକୁ ନ ଆସିବାକୁ ଜିଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି। ସ୍ବାସ୍ଥ୍ୟଗତ ସମସ୍ୟା କିମ୍ବା ଅନ୍ୟ କୌଣସି କାର୍ଯ୍ୟ ସକାଶେ ଅନ୍ୟ ରାଜ୍ୟରୁ କେହି ପ୍ରବାସୀ ଗଞ୍ଜାମ ଆସିଲେ ଆର୍‌ଟିପିସିଆର୍‌ ନେଗେଟିଭ୍‌ ରିପୋର୍ଟ ଆଣିବା ବାଧ୍ୟତାମୂଳକ ବୋଲି ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ କହିଛନ୍ତି। ରିପୋର୍ଟ ନ ଆଣିଲେ ୭ ଦିନ କ୍ୱାରାଣ୍ଟାଇନ୍‌ରେ ରହିବାକୁ ହେବ। ପ୍ରବାସୀଙ୍କ ସମ୍ପୂର୍ଣ୍ଣ ତଥ୍ୟ ରେକର୍ଡଭୁକ୍ତ କରାଯାଇ ଯାଞ୍ଚ ହେବ। ଲକ୍ଷଣ ଥିଲେ ଟେଷ୍ଟ କରାଯିବ। ସେହିପରି ବ୍ରହ୍ମପୁର ରେଲଓ୍ବେ ଷ୍ଟେଶନ ଭଳି ଛତ୍ରପୁର ଏବଂ ଖଲ୍ଲିକୋଟ ଷ୍ଟେଶନରେ ଯାତ୍ରୀଙ୍କ ସ୍ବାସ୍ଥ୍ୟଯାଞ୍ଚ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। କୋଭିଡ୍‌ ସମୟରେ ଜିଲାରେ ଯେଭଳି କଟକଣା ଜାରି କରାଯାଇ ପଞ୍ଚସୂତ୍ରୀ ନିୟମକୁ ଗୁରୁତ୍ୱ ଦିଆଯାଇଥିଲା ତାହା ପୁଣି କାର୍ଯ୍ୟକାରୀ କରିବାକୁ ସୋମବାର ଭିଡିଓ କନଫରେନ୍ସରେ ଜିଲାପାଳ ସମସ୍ତ ବିଭାଗୀୟ ଅଧିକାରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, କାର୍ଯ୍ୟ ନିର୍ବାହୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୦ ଦିନରେ କମିଗଲା ୧୫ କେଜି ଓଜନ: ଦୁଃଖ ବଖାଣିଲେ ‘ଦୃଶ୍ୟମ ୩’ ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ଦୃଶ୍ୟମ ୩’ରେ ନଜର ଆସିଥିବା ଅଭିନେତ୍ରୀ ଇଶିତା ଦତ୍ତା ନିଜର ଦ୍ୱିତୀୟ ଗର୍ଭଧାରଣ ସମୟର କଷ୍ଟଦାୟକ ଅନୁଭୂତି…

ଜଗୁଆଳିଙ୍କ ମୃତଦେହ ଜବତ ଘଟଣା, ଥାନାରେ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

ଟେନସା,୧୩।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ସର୍ଗିଗଡ଼ ଗ୍ରାମ ନିକଟରେ ସୋମବାର ରାତିରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ଜଗୁଆଳିଙ୍କୁ ମାରି ଫିଙ୍ଗି…

କ୍ରିକେଟ ଜଗତରେ ଶୋକର ଛାୟା, ମାତ୍ର ୩୬ ବର୍ଷ ବୟସରେ ଚୀର ନିଦ୍ରାରେ ଶୋଇଗଲେ ଏହି ଆନ୍ତର୍ଜାତୀୟ ଅମ୍ପାୟାର

ନୂଆଦିଲ୍ଲୀ,୧୩।୧୦: ଜିମ୍ବାୱେ ମହିଳା କ୍ରିକେଟ ଦଳର ପୂର୍ବତନ ଦ୍ରୁତ ବୋଲର୍‌ ତଥା ଅମ୍ପାୟାର୍‌ ସାରା ଡାମ୍ବାନେଭାନାଙ୍କ ୩୬ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ମାସ ଧରି…

ସନ୍ଦେହଜନକ ଅବସ୍ଥାରେ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର; ଝୁଲନ୍ତା ଅବସ୍ଥାରେ ସ୍ତ୍ରୀ, ଖଟରେ ସ୍ବାମୀ…

ଖଡ଼ିଆଳ,୧୩।୧୦(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ଖନତରାଇ ଗ୍ରାମନିବାସୀ ସ୍ୱାମୀ ସ୍ତ୍ରୀ ଦୀର୍ଘଦିନ ହେବ ଭିମାଖୋଲ ଛକରେ ରହୁଥିଲେ । ଦୁହେଁ ହସଖୁସିରେ…

ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା

କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?