ଅପହଞ୍ଚ ଗାଁ ପାଣିଖିଆ: ମୌଳିକ ସୁବିଧାରୁ ବଞ୍ଚିତ ଲୋକେ

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):୮୦ ବର୍ଷ ହେଲା ସ୍ବାଧୀନତା ମିଳିଲାଣି। ହେଲେ ଏବେବି ଅନେକ ନିପଟ ମଫସଲ ଗାଁରେ ସ୍ବାଧୀନତା ଅପହଞ୍ଚ ପାଲଟିଛି। ଲୁଣା ହେନ୍ତାଳ ଘେରା ଗଁାରେ ବନ୍ୟପ୍ରାଣୀ, ବିଷାକ୍ତ ସରୀସୃପ ପ୍ରବେଶ କରି ଧନ ଜୀବନ, ଜୀବିକା ନଷ୍ଟ କରୁଥିବା ଅଭିଯୋଗ କରିଛନ୍ତି । ଶିକ୍ଷା, ସ୍ବାସ୍ଥ୍ୟ ପାନୀୟଜଳ ଗମନାଗମନ ଭଳି ମୌଳିକ ସୁବିଧା ଅପହଞ୍ଚ ।
କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ନାଞ୍ଜୁରା ପଞ୍ଚାୟତ ସାନ୍ତାଳୀ ଗାଁ ପାଣିଖିଆ। ବର୍ଷା ହେଲେ ଶିଶୁ , ମହିଳା ଓ ଗୁରୁତର ରୋଗୀଙ୍କୁ ବାଉଁଶ ଦୋଳି ଭାରରେ କାଦୁଅ ପଚ ପଚ ରାସ୍ତାରେ ମେଡିକାଲକୁ ନେବାକୁ ପଡୁଥିବା ଅଭିଯୋଗ ହେଉଛି। ଏଠାରେ ୫୦ ପରିବାର ୩ ଶହ ଲୋକ ବାସ କରନ୍ତି। ଜନପ୍ରତିନିଧି ଓ ପ୍ରଶାସନକୁ ଲିଖିତ ଅଭିଯୋଗ ଦେଇଥିଲେ ମଧ୍ୟ ଅଦ୍ୟାବଧି ଏହି ସାନ୍ତାଳୀ ଗାଁ ପ୍ରତି କାହାର ଦୃଷ୍ଟି ପଡୁ ନ ଥିବା କହିଛନ୍ତି, ଗୁରୁଭା ହାଁସଦା, ସୁନା ମାରାଣ୍ଡି , ରମେଶ ମାରାଣ୍ଡି, ଲବ ମାରାଣ୍ଡି , ଗଜେନ୍ଦ୍ର ମାରାଣ୍ଡି , ଚରଣ ଟୁଡୁ ଓ ପୂର୍ଣ୍ଣ ଟୁଡୁଙ୍କ ସମେତ ଅନ୍ୟମାନେ । ଚାଷବାସ ସରିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିବୁ ବୋଲି ଗଁା ଲୋକ କହିଛନ୍ତି ।
ଏ ସମ୍ପର୍କରେ ବିଡିଓ ତଥା ତହସିଲଦାର ରବି ନାରାୟଣ ଆଚାର୍ଯ୍ୟଙ୍କ ମତାମତ ନେବାରେ ଉକ୍ତ ଗାଁର କି କି ସମସ୍ୟା ରହିଛି। ସରଜମିନ ତଦନ୍ତ ପରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମଜନ୍ମାନ୍ତରର ସାଥୀ ହୋଇରୁହନ୍ତି ଏହି ରାଶି ଯୋଡ଼ି! ଜ୍ୟୋତିଷ ଅନୁସାରେ ଏହି ରାଶି ଯୋଡ଼ି ‘ପରଫେକ୍ଟ ମ୍ୟାଚ’

ଜ୍ୟୋତିଷ ଶାସ୍ତ୍ରରେ ରାଶି ମିଳନ କେବଳ ଗ୍ରହଙ୍କ ଚଳନ ବୁଝିବା ପାଇଁ ନୁହେଁ, ବରଂ ଦୁଇଜଣଙ୍କ ସ୍ବଭାବ ଓ ଊର୍ଜାର ତାଳମେଳ ଜାଣିବା ପାଇଁ ମଧ୍ୟ କରାଯାଏ।…

୫ମାସ ବିତିଲା, ଅପହୃତାଙ୍କ ପତ୍ତା ମିଳୁନି: ଉଦ୍ଧାର ପାଇଁ ନିବେଦନ କଲେ ଅଜା

ମହାକାଳପଡ଼ା, ୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତଥା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ବତୀଘର ଅଞ୍ଚଳର ଜଣେ ନାବାଳିକା ଛାତ୍ରୀଙ୍କୁ ଗତ ମାର୍ଚ୍ଚ ୧୧ତାରିଖ…

ଡାକ୍ତରୀ ପଢ଼ିବେ ଗରିବ ମେଧାବୀ ଛାତ୍ର ସୌମ୍ୟରଞ୍ଜନ: ସହଯୋଗର ହାତ ବଢାଇଲେ ସମବାୟବିତ୍‌

ମହାକାଳପଡ଼ା,୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଜୟ ନଗର ପଞ୍ଚାୟତ ସାହାବାଜପୁର ଗ୍ରାମର କୈଳାସ ଚନ୍ଦ୍ର ସାହୁଙ୍କ ଆର୍ଥିକ ସ୍ଥିତି ଗମ୍ଭୀର। ମୁଣ୍ଡ ଗୁଞ୍ଜିବାକୁ…

ବିହାରରେ ପହଞ୍ଚିଲା ନେପାଳର ବନ୍ୟା ଜଳ…ଏକ ବଡ଼ ବିପଦ ଟଳି ଯାଇଛି କି? ଜାଣନ୍ତୁ ବର୍ତ୍ତମାନର ସ୍ଥିତି

ପାଟନା/କାଠମାଣ୍ଡୁ,୨୭।୮: ନେପାଳରେ ପ୍ରବଳ ବର୍ଷାର ପ୍ରଭାବ ଏବେ ବିହାରର ସୀମାବର୍ତ୍ତୀ ଅଞ୍ଚଳରେ ଦୃଶ୍ୟମାନ ହେଉଛି। ବୁଧବାର ରାତିରେ, ନେପାଳରୁ ପ୍ରବାହିତ ହେଉଥିବା ଜଳର ପ୍ରବଳ ଲହରୀ ଯୋଗୁ…

ରାକ୍ଷୀ ପାଇଁ ସହର ଭିଡ଼: ମିଠା ଦେକାନରେ ଚାଲିଛି ପ୍ରସ୍ତୁତି

କେସିଙ୍ଗା,୨୭।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରଠାରୁ ଗ୍ରାମାଞ୍ଚଳରେ ଆସନ୍ତା କାଲି ଶୁକ୍ରବାର ରାକ୍ଷୀ ପାଳନ କରାଯିବ। ସେଥିପାଇଁ ସହରର ବିଭିନ୍ନ ଛକ, ଜାତୀୟ ରାଜପଥ ୨୬…

ପୁଣି ଆସିବ ପ୍ରଳୟ! ଶେଷ ହୋଇନି ନେପାଳବାସୀଙ୍କ ଦୁର୍ଦ୍ଦଶା, ବଡ଼ ଆକଳନ କଲେଣି ବିଶେଷଜ୍ଞ

କାଠମାଣ୍ଡୁ,୨୭।୮: ନେପାଳରେ ବନ୍ୟା ହଜାର ହଜାର ଲୋକଙ୍କୁ ପ୍ରଭାବିତ କରିଛି; ଏପର୍ଯ୍ୟନ୍ତ ୧୬୦ ଜଣଙ୍କ ଜୀବନ ଯାଇଛି ଏବଂ ଶହ ଶହ ଲୋକ ନିଖୋଜ ଅଛନ୍ତି। ଗୁରୁତ୍ୱପୂର୍ଣ୍ଣ…

ସେପ୍ଟେମ୍ବର ୨୦୨୬ ମାସିକ ରାଶିଫଳ: ବଦଳିବ ଏହି ରାଶିଙ୍କ ଭାଗ୍ୟ, ଜାଣନ୍ତୁ ୧୨ ରାଶି ପାଇଁ କେମିତି ରହିବ ମାସ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ୨୦୨୬ ଏକ ଗୁରୁତ୍ୱପୂର୍ଣ୍ଣ ମାସ ହେବାକୁ ଯାଉଛି। ଏହି ମାସରେ ଅନେକ ପ୍ରମୁଖ ଗ୍ରହ ରାଶି ପରିବର୍ତ୍ତନ କରିବେ। ଏହାର ପ୍ରଭାବ ୧୨ଟି…

ମୋଦିଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ମାନସମନ୍ଥନ: ୭୦+ ମନ୍ତ୍ରୀଙ୍କ କଟିବ ପତ୍ତା! ଯୁବ-ମହିଳାଙ୍କୁ ମିଳିବ…

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଖୁବଶୀଘ୍ର ବଡ଼ ପରିବର୍ତ୍ତନ ହୋଇପାରେ। ସମ୍ଭାବ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଯୁବ ଓ ମହିଳାଙ୍କୁ ଅଧିକ ସ୍ଥାନ ଦେବା ଉପରେ ଗୁରୁତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri