ଅପହଞ୍ଚ ଗାଁ ପାଣିଖିଆକୁ ମିଳିବ ମୌଳିକ ସେବା: ୯ ଅଭିଯୋଗର ତ୍ୱରିତ ସମାଧାନ

ମହାକାଳପଡ଼ା, ୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ୍‌ ସଭାଗୃହରେ କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆୟାର ଯୋଗଦେଇ ମିଳିତ ଜନଶୁଣାଣି କରିଥିଲେ। ୮୫ ଅଭିଯୋଗ ହୋଇଥିଲା। ସାମୂହିକ ୧୦ ଅଭିଯୋଗରେ ବିଭିନ୍ନ ସମସ୍ୟା ଥିଲା । ପାଣି ଖିଆଗାଁକୁ ସବୁଦିନିଆ ରାସ୍ତା ନାହିଁ ଓ ଲୁଣା ଘେରି ବନ୍ଧ ନିର୍ମାଣକୁ ନେଇ ଜିଲାପାଳ ତ୍ୱରିତ ପଦକ୍ଷେପ ଗ୍ରହଣ କରିଥିଲେ। ସେହିପରି ରାଶନ କାର୍ଡ, ଭତ୍ତା, ପାନୀୟ ଜଳ, ଆବାସ ଯୋଜନା ଗୃହ ନିର୍ମାଣ, ଶିଶୁ ବିକାଶ ,ଗଁା ରାସ୍ତା ନିର୍ମାଣ ଉପରେ ଶୁଣାଣି ହୋଇଥିଲା ।

ତେବେ ୩ ଜଣ ଲକ୍ଷ ପତି ଦିଦିଙ୍କୁ ଆର୍ଥିକ ସହାୟତା ପ୍ରଦାନ, ମିଶନ ଶକ୍ତି ଗୋଷ୍ଠୀ ମହିଳାଙ୍କୁ ଆର୍ଥିକ ସହାୟତା, ଦୁଇ ହିତାଧିକାରୀଙ୍କୁ ନୂଆ ରାଶନ କାର୍ଡ, ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରେ ୩ ଜଣଙ୍କୁ ଆର୍ଥିକ ସହାୟତା, ୭ ଭିନ୍ନକ୍ଷମଙ୍କୁ ହଇଲ୍‌ ଚେୟାର ପ୍ରଦାନ, ଯୁକ୍ତ ୩ ଦୃଷ୍ଟିବାଧିତ ଛାତ୍ରୀ ଲିସାରାଣୀ ପଲେଇଙ୍କୁ ଲାପ୍‌ଟପ୍‌ ପ୍ରଦାନ କରାଯାଇଥିଲା। ପରେ ବ୍ଲକ୍‌ ପରିସର ମଧ୍ୟରେ ବିଭିନ୍ନ ବିଭାଗ ପକ୍ଷରୁ ତଥା କୃଷି ମତ୍ସ୍ୟ, ବିଦ୍ୟୁତ୍‌, ଉଦ୍ୟାନ, କୃଷି, ସ୍ବାସ୍ଥ୍ୟ ଓ ଖାଉଟି କଲ୍ୟାଣ ଆଦି ବିଭାଗର ସଚେତନତା ପ୍ରଦର୍ଶନ ମେଳାକୁ ଜିଲାପାଳ ଦେଖିଥିଲେ ।

ସ୍ବାସ୍ଥ୍ୟ ସଚେତନତା ସମ୍ପର୍କିତ ଡେଙ୍ଗୁ, ମ୍ୟାଲେରିଆ, ଡାଇରିଆ, ଜ୍ୱର ଆଦିର ଦାସକାଠିଆ, ପାଲା ମାଧ୍ୟମରେ ପ୍ରଦର୍ଶନ କରାଯାଇଥିଲା। ଜନଶୁଣାଣିରେ ଅତିରିକ୍ତ ଜିଲାପାଳ ନବକୃଷ୍ଣ ଜେନା, ଉପ ଜିଲାପାଳ ଅରୁଣ କୁମାର ନାୟକ, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଆରକ୍ଷୀ ଅଧିକାରୀ ସୁଧାକର ସାହୁ, ଏସ୍‌ଡିପିଓ ଜ୍ୟୋତିରଞ୍ଜନ ଗୌଡ଼, ବିଡିଓ ତଥା ତହସିଲଦାର ରବିନାରାୟଣ ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

ବନ୍ୟା ପାଇଁ ଡଙ୍ଗାରେ ଗଲେ ବର: ବନ୍ୟାଜଳରେ ବୁଡ଼ିରହିଛି ବିଭିନ୍ନ ପଞ୍ଚାୟତ

ଭୋଗରାଇ,୨୯ା୯(ପ୍ରଦୀପ ଦାସ):ସୁବର୍ଣ୍ଣରେଖା ନଦୀରେ ଆସିଛି ଚତୁର୍ଥ ବନ୍ୟା। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବିଭିନ୍ନ ପଞ୍ଚାୟତ ବନ୍ୟାଜଳରେ ବୁଡ଼ିରହିଛି। ଘରୁ ଗୋଡ଼ କାଢ଼ିଲେ ଅକାତକାତ ପାଣି। ଯାତାୟାତ…

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?