ବସଷ୍ଟାଣ୍ଡ ଯାଇ ଆଉ ଘରକୁ ଫେରିଲେନି ଦଣ୍ଡାସି

ଦିଗପହଣ୍ଡି,୨୯।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡ ନିକଟରେ ବୁଧବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ପିକ ଅପ ଭ୍ୟାନ (ନଂ. ଓଡ଼ି୩୩ ଏସି -୧୦୮୩) ଧକ୍କାରେ ଜଣେ ବୃଦ୍ଧ ମୃତ୍ୟୁବରଣ କରିଛନ୍ତି। ମୃତକ ଜଣକ ହେଲେ ଦିଗପହଣ୍ଡି ସାହାଣୀ ସାହିର ଦଣ୍ଡାସି ଦାସ(୬୫)। ସେ କୌଣସି କାମରେ ଘରୁ ବସଷ୍ଟାଣ୍ଡ ଯାଇଥିଲେ। ସେଠାରେ କାମ ସାରି ଘରକୁ ଚାଲି ଚାଲି ଫେରୁଥିବା ବେଳେ ବ୍ରହ୍ମପୁରରୁ ଗଜପତି ଜିଲା ମୋହନା ଅଭିମୁଖେ ଦୃତଗତିରେ ଯାଉଥିବା ପିକଅପ ଭ୍ୟାନଟି ତାଙ୍କୁ ଧକ୍କା ଦେଇଥିଲା। ଚାଳକଙ୍କ ବେପରୱା ଗାଡ଼ି ଚାଳନା ଯୋଗୁ ଦୁର୍ଘଟଣା ଘଟିଥିବା କିଛି ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି। ଦଣ୍ଡାସିଙ୍କୁ ଗୁରୁତର ଅବସ୍ଥାରେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ ଦଣ୍ଡାସିଙ୍କ ପୁଅ ପାଣ ଦାସଙ୍କ ଏତଲାକ୍ରମେ ଥାନା ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ ପାତ୍ର ମାମଲା ନଂ.୩୯୦/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରିବା ସହ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇଥିଲେ। ସେଠାରେ ବ୍ୟବଚ୍ଛେଦ ହେବା ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି। ପୋଲିସ ଦୁର୍ଘଟଣା ଘଟାଇଥିବା ଭ୍ୟାନକୁ ଜବତ କରିଥିବା ବେଳେ ଚାଳକ ଫେରାର ଥିବା ଜଣାପଡିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri