ଟ୍ରଲର ଦୁର୍ଘଟଣା: ୨୦ ଘଣ୍ଟା ରାସ୍ତା ଜାମ

ଅନୁଗୋଳ,୧।୪(ମାନସ ବିଶ୍ୱାଳ): ଅନୁଗୋଳ ସହର ହନୁମାନ ବଜାରରେ ଏକ ଟ୍ରଲର ଦୁର୍ଘଟଣା ଘଟି ୨୦ ଘଣ୍ଟା ରାସ୍ତା ଜାମ ହୋଇଛି। ଫଳରେ ଲୋକଙ୍କ ଯାତାୟତରେ ନାହିଁ ନ ଥିବା ଅସୁବିଧା ହୋଇଛି। ଅନ୍ୟପକ୍ଷେ ଟଲରକୁ ରାସ୍ତାରୁ ହଟାଇବା ବ୍ୟବସ୍ଥା ନ ହେବାରୁ କଂଗ୍ରେସ କର୍ମୀମାନେ ଏହାର ପ୍ରତିବାଦ କରିଥିଲେ। ସୋମବାର ବିଳମ୍ବିତ ରାତିରେ ଏଭଳି ଅଭାବନୀୟ ସ୍ଥିତି ଦେଖିବାକୁ ମିଳିଛି।

ଆଇରନ୍‌ କଏଲ ନେଇ ଏକ ଟ୍ରଲର କର୍ନାଟକ ଯାଉଥିଲା। ହେଲେ ହନୁମାନ ବଜାରଠାରେ ଥିବା ହମ୍ପସରେ ଟ୍ରଲର ଡ୍ରାଇଭର ବ୍ରେକ ଦେବାରୁ ଆଇରନ୍‌ କଏଲ ଭାରସ୍ୟାମ ହରାଇ ଟ୍ରଲରର କ୍ୟାବିନ ଉପରେ ଚଢି ଯାଇଥିଲା। ଫଳରେ କ୍ୟାବିନ ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିଲା। ସୌଭାଗ୍ୟବଶତଃ କ୍ୟାବିନ ଭିତରେ ଥିବା ଡ୍ରାଇଭର ସୁରକ୍ଷିତ ଭାବେ ବାହାରକୁ ବାହାରି ଆସିଥିଲେ।

ହେଲେ ଟ୍ରଲର୍‌ ମୁଖ୍ୟ ରାସ୍ତା ଉପରେ ପଡ଼ିରହିଥିଲା। ଫଳରେ ପାଖାପାଖ ୨୦ ଘଣ୍ଟା ରାସ୍ତା ଜାମ ରହି ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଖବର ପାଇ ରାତିରେ ସ୍ଥାନୀୟ କଂଗ୍ରେସ ନେତା ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ରାସ୍ତା ଉପରୁ ଟ୍ରଲର୍‌କୁ ଉଠାଇବାକୁ ଦାବି କରିଥିଲେ। ହେଲେ ରାସ୍ତା ଉପରୁ ଟ୍ରଲର୍‌ ଉଠାଇବାରେ ବିଳମ୍ବ ହୋଇଥିବାରୁ କର୍ମମାନେ ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ।

ଏଥିରେ ଜିଲା କଂଗ୍ରେସର ବରିଷ୍ଠ ନେତା ବଲବୀର ସିଂ, ଲୁଲୁ ପାଣିଗ୍ରାହୀ, ପ୍ରଦ୍ୟୁମ୍ନ ସାହୁ, ଶଙ୍କର୍ଷଣ ସାହୁ, ସଂଗ୍ରାମ ବେହେରା, ବିଶ୍ବଜିତ୍‌ ବିଶ୍ବାଳଙ୍କ ସମେତ ବହୁ କଂଗ୍ରେସ କର୍ମୀ ଘଟଣାସ୍ଥଳରେ ଉପସ୍ଥିତ ରହି ରାସ୍ତା ଜାମ ହଟାଇବାକୁ ପ୍ରଶାସନ ଉପରେ ଚାପ ପକାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri