ଟ୍ରଲର ଦୁର୍ଘଟଣା: ୨୦ ଘଣ୍ଟା ରାସ୍ତା ଜାମ

ଅନୁଗୋଳ,୧।୪(ମାନସ ବିଶ୍ୱାଳ): ଅନୁଗୋଳ ସହର ହନୁମାନ ବଜାରରେ ଏକ ଟ୍ରଲର ଦୁର୍ଘଟଣା ଘଟି ୨୦ ଘଣ୍ଟା ରାସ୍ତା ଜାମ ହୋଇଛି। ଫଳରେ ଲୋକଙ୍କ ଯାତାୟତରେ ନାହିଁ ନ ଥିବା ଅସୁବିଧା ହୋଇଛି। ଅନ୍ୟପକ୍ଷେ ଟଲରକୁ ରାସ୍ତାରୁ ହଟାଇବା ବ୍ୟବସ୍ଥା ନ ହେବାରୁ କଂଗ୍ରେସ କର୍ମୀମାନେ ଏହାର ପ୍ରତିବାଦ କରିଥିଲେ। ସୋମବାର ବିଳମ୍ବିତ ରାତିରେ ଏଭଳି ଅଭାବନୀୟ ସ୍ଥିତି ଦେଖିବାକୁ ମିଳିଛି।

ଆଇରନ୍‌ କଏଲ ନେଇ ଏକ ଟ୍ରଲର କର୍ନାଟକ ଯାଉଥିଲା। ହେଲେ ହନୁମାନ ବଜାରଠାରେ ଥିବା ହମ୍ପସରେ ଟ୍ରଲର ଡ୍ରାଇଭର ବ୍ରେକ ଦେବାରୁ ଆଇରନ୍‌ କଏଲ ଭାରସ୍ୟାମ ହରାଇ ଟ୍ରଲରର କ୍ୟାବିନ ଉପରେ ଚଢି ଯାଇଥିଲା। ଫଳରେ କ୍ୟାବିନ ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିଲା। ସୌଭାଗ୍ୟବଶତଃ କ୍ୟାବିନ ଭିତରେ ଥିବା ଡ୍ରାଇଭର ସୁରକ୍ଷିତ ଭାବେ ବାହାରକୁ ବାହାରି ଆସିଥିଲେ।

ହେଲେ ଟ୍ରଲର୍‌ ମୁଖ୍ୟ ରାସ୍ତା ଉପରେ ପଡ଼ିରହିଥିଲା। ଫଳରେ ପାଖାପାଖ ୨୦ ଘଣ୍ଟା ରାସ୍ତା ଜାମ ରହି ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଖବର ପାଇ ରାତିରେ ସ୍ଥାନୀୟ କଂଗ୍ରେସ ନେତା ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ରାସ୍ତା ଉପରୁ ଟ୍ରଲର୍‌କୁ ଉଠାଇବାକୁ ଦାବି କରିଥିଲେ। ହେଲେ ରାସ୍ତା ଉପରୁ ଟ୍ରଲର୍‌ ଉଠାଇବାରେ ବିଳମ୍ବ ହୋଇଥିବାରୁ କର୍ମମାନେ ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ।

ଏଥିରେ ଜିଲା କଂଗ୍ରେସର ବରିଷ୍ଠ ନେତା ବଲବୀର ସିଂ, ଲୁଲୁ ପାଣିଗ୍ରାହୀ, ପ୍ରଦ୍ୟୁମ୍ନ ସାହୁ, ଶଙ୍କର୍ଷଣ ସାହୁ, ସଂଗ୍ରାମ ବେହେରା, ବିଶ୍ବଜିତ୍‌ ବିଶ୍ବାଳଙ୍କ ସମେତ ବହୁ କଂଗ୍ରେସ କର୍ମୀ ଘଟଣାସ୍ଥଳରେ ଉପସ୍ଥିତ ରହି ରାସ୍ତା ଜାମ ହଟାଇବାକୁ ପ୍ରଶାସନ ଉପରେ ଚାପ ପକାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri