ଜଗା ଦର୍ଶନ ପାଲଟିଲା ଶେଷ ଯାତ୍ରା, ଚା’ କପ୍‌ ଧରି ଟ୍ରେନ୍‌ରେ ଚଢ଼ୁଥିବା ସମୟରେ…

ଛତ୍ରପୁର, ୨୦।୭ (ଦିଲ୍ଲୀପ ସାମଲ): ଶ୍ରୀଜଗନ୍ନାଥଙ୍କ ଦର୍ଶନ ସାରି ଟ୍ରେନ୍‌ରେ ଘରକୁ ଫେରୁଥିବା ବେଳେ ଜଣେ ଭକ୍ତଙ୍କ ଅକାଳ ମୃତ୍ୟୁ ଘଟିଛି। ଛତ୍ରପୁର ରିକାପଲ୍ଲୀ ଅଞ୍ଚଳର ବାସିନ୍ଦା ରବୀନ୍ଦ୍ର ସେନାପତି (୭୦) ଟ୍ରେନ୍‌ରେ ଚଢ଼ୁଥିବା ସମୟରେ ଗୋଡ଼ ଖସିଯିବାରୁ ଟ୍ରେନ୍‌ ଚକା ତଳେ ପଡ଼ି ପ୍ରାଣ ହରାଇଥିବା ସୂଚନା ମିଳିଛି। ଏହି ଦୁର୍ଘଟଣା ସୋମବାର ସକାଳେ ଖୋର୍ଦ୍ଧା ଜିଲାର ନିରାକାରପୁର ରେଳ ଷ୍ଟେସନରେ ଘଟିଥିବା ଜଣାପଡ଼ିଛି।

ସୂଚନା ଅନୁଯାୟୀ, ରବୀନ୍ଦ୍ର ସେନାପତି ରବିବାର ପୁରୀ ଯାଇ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଥିଲେ। ସେଠାରୁ ଖୋର୍ଦ୍ଧା ରୋଡ୍ ରେଳ ଷ୍ଟେସନକୁ ଆସି ଇଷ୍ଟକୋଷ୍ଟ   ଏକ୍ସପ୍ରେସ୍‌ ଯୋଗେ ଛତ୍ରପୁର ଫେରୁଥିଲେ। ଟ୍ରେନ୍‌ଟି ନିରାକାରପୁର ଷ୍ଟେସନରେ ଅଟକିଥିବା ବେଳେ ସେ ଚା’ ନେବା ପାଇଁ ଓହ୍ଲାଇଥିଲେ। ପରେ ହାତରେ ଚା’ କପ୍‌ ଧରି ଟ୍ରେନ୍‌ରେ ଚଢ଼ୁଥିବା ସମୟରେ ହଠାତ୍ ଟ୍ରେନ୍‌ ଚାଲିଯାଇଥିଲା। ଫଳରେ ତାଙ୍କ ଗୋଡ଼ ଖସିଯାଇ ସେ ଟ୍ରେନ୍‌ ଚକା ତଳେ ପଡ଼ିଯାଇଥିଲେ। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।

ଖବର ପାଇ ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଏବଂ ରେଳବାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି  ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ସୂଚନା ମିଳିଛି। ଘଟଣାକୁ ନେଇ ରିକାପଲ୍ଲୀ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ-କରାଚି ରୁଟରେ ଭାରତୀୟ ଜାହାଜ ଉପରେ ଡ୍ରୋନ ଆକ୍ରମଣ; ଅଳ୍ପକେ ବର୍ତ୍ତିଲେ ୨୩ ଭାରତୀୟ ନାବିକ

ନୂଆଦିଲ୍ଲୀ,୪।୯: ସେପ୍ଟେମ୍ବର ୨, ୨୦୨୬ ରେ, ଭାରତୀୟ କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ଏବଂ ରୁଷିଆର ନୋଭୋରୋସିସ୍କରୁ କରାଚୀ ଯାଉଥିବା ମାଲବାହୀ ଜାହାଜ MV BARYON (IMO 9151412)…

‘ଭାରତର ୪ବନ୍ଧ ଆମ ପାଇଁ ଡେଥ ଓ୍ବାରେଣ୍ଟ’, ଘାବରେଇଲେଣି ପାକିସ୍ତାନୀ ଏକ୍ସପର୍ଟ, ଧମକ ଦେଇ କହିଲେ…

ଇସଲାମାବାଦ,୪।୯: ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ ରଖିବାକୁ ପଦକ୍ଷେପ ନେବା ପରଠାରୁ ପାକିସ୍ତାନ ବିଷ ଓଗାଳି ଚାଲିଛି। ଇତିମଧ୍ୟରେ, ପାକିସ୍ତାନୀ ଜଳ ବିଶେଷଜ୍ଞ ରସିଦ ଆବାସି…

ଜମନକିରାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ୧୮୫ ପଦବୀରୁ ୮୯ ଖାଲି, ଡାକ୍ତର-କର୍ମଚାରୀ ଅଭାବରେ ରୋଗୀ ହନ୍ତସନ୍ତ

ଜମନକିରା,୪।୯:(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ସରକାର କୋଟିକୋଟି ଟଙ୍କା ଖର୍ଚ୍ଚ କରୁଥିବା ଦାବି କରୁଥିବା ବେଳେ, ବାସ୍ତବ ଚିତ୍ର କିନ୍ତୁ…

ଜନ୍ମାଷ୍ଟମୀ ପରଦିନ ସୃଷ୍ଟି ହେବ ଦୁର୍ଲଭ ମହାଲକ୍ଷ୍ମୀ ରାଜଯୋଗ, କେବଳ ଏହି ୩ ରାଶି ଉପରେ ହେବ ଧନବର୍ଷା

ଜ୍ୟୋତିଷ ଶାସ୍ତ୍ରରେ ମହାଲକ୍ଷ୍ମୀ ରାଜଯୋଗକୁ ଅତ୍ୟନ୍ତ ଶୁଭ ଯୋଗ ବୋଲି ମନେ କରାଯାଏ । ଚନ୍ଦ୍ରମା ଓ ମଙ୍ଗଳ ଗ୍ରହ ଗୋଟିଏ ରାଶିରେ ଏକତ୍ର ହେଲେ ଏହି…

ରିଷିଡ଼ାରେ ଧୂମ୍‌ଧାମ୍‌ରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ, ସମଗ୍ର ବିଦ୍ୟାଳୟରେ ଆଧ୍ୟାତ୍ମିକ ପରିବେଶ

ରିଷିଡ଼ା,୪ା୯(ସୁଶାନ୍ତ ମଲ୍ଲିକ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ମାତୃରାମ ସୋହନ ଲାଲ ବିହାର ରିଷିଡ଼ା ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ମହାସମାରୋହରେ ପାଳିତ ହୋଇଯାଇଛି। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବକୁ…

ଖୁଆଡ଼ରୁ ଖସି ବାହାରକୁ ଆସିଲା ହୁଲକ୍ ଗିବନ୍

ଭୁବନେଶ୍ୱର, ୪।୯ : ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖୁଆଡ଼ରୁ ଖସି ଏକ ହୁଲକ୍ ଗିବନ୍ ବାହାରକୁ ଆସିଯିବା ଘଟଣାକୁ ନେଇ କିଛି ସମୟ ପାଇଁ ଚର୍ଚ୍ଚା ସୃଷ୍ଟି…

୧୦ ଏକର ଜମିରେ ଗଞ୍ଜେଇ ଚାଷ :  ୧୨ ହଜାର ଗଛ ନଷ୍ଟ; ୩ ଗିରଫ

କୋରାପୁଟ, ୪/୯ (ଅମିତାଭ ବେହେରା): କୋରାପୁଟ ଜିଲାରେ ଅବୈଧ ନିଶାଦ୍ରବ୍ୟ ଚାଷ ବିରୋଧରେ ପୋଲିସର ଅଭିଯାନ ଜୋରଦାର ଚାଲିଛି। ସୂଚନା ଆଧାରରେ ପାଡ଼ୱା ଥାନା ପୋଲିସ ଡିସାରିଗୁଡ଼ା…

ଭଡ଼ା ଘରେ ଚାଲିଥିଲା ଗଞ୍ଜେଇ କାରବାର, ମାଡ଼ି ବସିଲା ପୁରୀ ପୋଲିସ

ପୁରୀ,୪।୯(ଅଜିତ୍‌ କୁମାର ମହାନ୍ତି ): ପୁରୀ ପୋଲିସକୁ ଏକ ବଡ଼ ଧରଣର ସଫଳତା ମିଳିଛି । ପୋଲିସ ଚଢାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri