ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨ ଜଣ ଆହତ ହୋଇଛନ୍ତି। ଦ୍ରୁତଗତିରେ ଆସୁଥିବା ଏକ ମେକ୍ସ ପିକ୍‌ଅପ୍‌ ରାସ୍ତାକଡ଼ରେ ଠିଆ ହୋଇଥିବା ଲୋକଙ୍କୁ ଧକ୍କା ଦେବାରୁ ଏକାଧିକ ଲୋକ ଆହତ ହୋଇଥିଲେ। ଆହତଙ୍କ ମଧ୍ୟରେ ଜଣେ ୫ ବର୍ଷର ଶିଶୁ ମଧ୍ୟ ରହିଛି।

ସୂଚନା ଅନୁସାରେ, ଚୁଡ଼ଙ୍ଗପୁର ଗାଁ ପଟୁ ଏକ ମେକ୍ସ ପିକ୍‌ଅପ୍‌ ଦ୍ରୁତଗତିରେ ଆସୁଥିଲା। ଅନ୍ତରବା ଛକ ନିକଟରେ ଗାଡ଼ିଟି ନିୟନ୍ତ୍ରଣ ହରାଇ ରାସ୍ତାକଡ଼ରେ ଠିଆ ହୋଇଥିବା ଲୋକଙ୍କୁ ଧକ୍କା ଦେଇଥିଲା।

ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଆହତମାନଙ୍କୁ ଉଦ୍ଧାର କରିଥିଲେ। ୧୧୨ ପୋଲିସ ଗାଡ଼ି ଓ ୧୦୮ ଆମ୍ବୁଲାନ୍ସ ଯୋଗେ ଆହତମାନଙ୍କୁ ମୋହନା ମେଡିକାଲରେ ଭର୍ତ୍ତି କରାଯାଇଥିଲା।

ଚିକିତ୍ସା ପରେ ଶୁଣ୍ଡିପଦା ଗାଁର ରମେଶ ନାୟକ, ଅନ୍ତରବା ଗାଁର ୫ ବର୍ଷର ଶିଶୁ ଗୋପାଳ ବେହେରା ଏବଂ ଗୁଲୁବା ପଞ୍ଚାୟତ ବମପଦା ଗାଁର ପ୍ରଭାକର ଯାନୀଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟପକ୍ଷରେ ଲବ ବେହେରା ଓ ଅବନୀ ସାହୁ ଆହତ ହୋଇଥିବାରୁ ମୋହନା ମେଡିକାଲରେ ସେମାନଙ୍କ ଚିକିତ୍ସା ଚାଲିଛି।

ଘଟଣାସ୍ଥଳରେ ଅଡ଼ବା ପୋଲିସ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରିଛି। ଏନେଇ ଅଧିକ ତଦନ୍ତ ଜାରି ରହିଥିବା ଅଡ଼ବା ଥାନା ଅଧିକାରୀ ସନ୍ତୋଷ ବିଶୋୟୀ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର…

ଦ୍ରୁତଗତିରେ ବାଇକ୍ ଚାଳନାକୁ ନେଇ ଗୋଷ୍ଠୀ ସଂଘର୍ଷ: ବୁଲିଲା ଠେଙ୍ଗା, ରଣକ୍ଷେତ୍ର ପାଲଟିଲା ଗାଁ ରାସ୍ତା

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ବଜ୍ରଗୁମ୍ମା ଗ୍ରାମର ଓଡ଼ିଆ ସାହିରେ ଗୁରୁବାର ଅପରାହ୍ନରେ ଦ୍ରୁତଗତିରେ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

୧୦ ଲକ୍ଷ ଯୌତୁକ ଦାବିରେ ନିର୍ଯାତନା: ମାଡ଼ମାରି ନବବଧୂଙ୍କ ନାକରୁ ରକ୍ତସ୍ରାବ, ନନ୍ଦିପଦା ଥାନାରେ ମାମଲା ରୁଜୁ

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡ଼ଅଁର ପଞ୍ଚାୟତ ଅନ୍ତର୍ଗତ ସରଳା-ରାଧାନଗରପାଟଣା ଗ୍ରାମରେ ଜଣେ ନବବଧୂଙ୍କୁ ୧୦ ଲକ୍ଷ ଟଙ୍କା ଯୌତୁକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?