ଛତ୍ରପୁର କଲେଜ ଛକରେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରକ୍‌

ଛତ୍ରପୁର, ୧୮/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର କଲେଜ ଛକରେ ଗୁରୁବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍‌ ସ୍କୁଟିକୁ ଧକ୍କା ଦେବାରୁ ସ୍କୁଟି ଚାଳକ ବନିତା ସେଠୀ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ଘର ରମ୍ଭା ଅଞ୍ଚଳରେ ବୋଲି ଜଣାପଡ଼ିଛି।

ଦୁର୍ଘଟଣା ପରେ ଆହତ ବନିତାଙ୍କୁ ତୁରନ୍ତ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତାଙ୍କ ଅବସ୍ଥା ଗୁରୁତର ହେବାରୁ ପରେ ବ୍ରହ୍ମପୁରସ୍ଥିତ ଏମ୍‌କେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ସୂଚନା ଅନୁସାରେ, ବନିତା ସେଠୀ ଓ ତାଙ୍କ ଭଉଣୀ ସରିତା ସେଠୀ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲରୁ ସ୍କୁଟି ଯୋଗେ ଫେରୁଥିବାବେଳେ ଛତ୍ରପୁର କଲେଜ ଛକ ନିକଟରେ ଏକ ଦ୍ରୁତଗାମୀ ଟ୍ରକ୍‌ ସେମାନଙ୍କ ସ୍କୁଟିକୁ ଧକ୍କା ଦେଇଥିଲା। ଫଳରେ ସ୍କୁଟିଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯିବା ସହ ବନିତାଙ୍କ ଗୋଡ଼ରେ ଗଭୀର ଆଘାତ ଲାଗିଛି।

ଦୁର୍ଘଟଣା ଖବର ପାଇ ଛତ୍ରପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ପୋଲିସ ଆହତ ବନିତାଙ୍କୁ ପ୍ରାଥମିକ ଚିକିତ୍ସା ପାଇଁ ଛତ୍ରପୁର ଚିକିତ୍ସାଳୟକୁ ପଠାଇବା ସହ ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌କୁ ଜବତ କରିଛି। ଏନେଇ ପୋଲିସ ପକ୍ଷରୁ ଅଧିକ ତଦନ୍ତ ଜାରି ରହିଛି।

 

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି କଲେଜରେ  କ୍ୟାରିଅର କାଉନସେଲିଂ: ଛାତ୍ରୀ ମାନଙ୍କ ଦକ୍ଷତା ବିକାଶ କୁ ନେଇ ଗୁରୁତ୍ୱାରୋପ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ଏବଂ ଏକ ଘରୋଇ ଶିକ୍ଷାନୁଷ୍ଠାନ ର ମିଳିତ ସହଭାଗିତା…

ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ ମହଙ୍ଗା ପଡ଼ିଲା ପ୍ରଧାନଶିକ୍ଷକ ନିଲମ୍ବିତ

ପାତ୍ରପୁର, ୧୮ା୯(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ…

୩୩ ଫିଲ୍ମକୁ ପଛରେ ପକାଇ ଓସ୍କାର ଗଲା ‘ଗୋନ୍ଧଳ’; ମିଳିଲା ଅଫିସିଆଲ୍ ଟିକେଟ୍!

ନୂଆଦିଲ୍ଲୀ: ୯୯ତମ ଏକାଡେମୀ ଆୱାର୍ଡ (ଓସ୍କାର ୨୦୨୭) ପାଇଁ ଭାରତରୁ ଅଫିସିଆଲ ଏଣ୍ଟ୍ରି କରିଛି ମରାଠୀ ଫିଲ୍ମ ‘ଗୋନ୍ଧଳ’। ଫିଲ୍ମ ଫେଡେରେସନ ଅଫ ଇଣ୍ଡିଆ ଏବଂ ଇମ୍ପାର…

ମା’ଙ୍କ ଏକମାତ୍ର ଭରସା ଥିଲେ ସୁମିତ, ଛଡ଼ାଇନେଲା ତୁମ୍ବେଶ୍ୱର ଘାଟ: ଗଣେଶ ଭସାଣି ବେଳେ ଋଷିକୁଲ୍ୟାରେ ଭାସିଗଲେ ଛାତ୍ର

ପୁରୁଷୋତ୍ତମପୁର, ୧୮/୯ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଗ୍ରାମ ନିକଟ ଋଷିକୁଲ୍ୟା ନଦୀର ତୁମ୍ବେଶ୍ୱର ଘାଟରେ ଶୁକ୍ରବାର ଅଘଟଣ ଘଟିଛି। ଗଣେଶ…

ଶାଶୁଙ୍କୁ ଛୁରିରେ ଆକ୍ରମଣ କଲେ ବୋହୁ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୧୮।୯( ଦ୍ବିତୀକୃଷ୍ଣ ପଣ୍ଡା): ପାରିବାରିକ କଳହକୁ କେନ୍ଦ୍ରକରି ଶାଶୁଙ୍କୁ ଛୁରିରେ ଆକ୍ରମଣ କରିବା ଅଭିଯୋଗରେ ବୋହୁ ଗିରଫ ହୋଇଛନ୍ତି। ସେ ହେଲେ ଭାରତୀ ସାହୁ। କରୁଣାକର ମାର୍ଗ…

ଜୈବ ବିବିଧତା ସୁରକ୍ଷା ନେଇ…

ଭଞ୍ଜନଗର, ୧୮/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଶୁକ୍ରବାର ପ୍ରଥମ ବର୍ଷର ଛାତ୍ରୀଛାତ୍ରଙ୍କୁ ସ୍ୱାଗତ…

ନବନିର୍ମିତ ପ୍ରଶାସନିକ ଗୃହ ଉଦ୍‌ଘାଟିତ: ୫୨ ଲକ୍ଷ ଟଙ୍କା ବ୍ୟୟରେ ହୋଇଛି ନିର୍ମାଣ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ନବନିର୍ମିତ ପ୍ରଶାସନିକ ଗୃହ ଶୁକ୍ରବାର କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀଙ୍କ ଦ୍ୱାରା ଉଦ୍‌ଘାଟିତ…

ବ୍ୟାଙ୍କର ୩ ସ୍କାଏଲାଇଟ୍‌ ଭାଙ୍ଗି ପଶିଥିଲେ: ୪ ଗିରଫ

କେସିଙ୍ଗା, ୧୮।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ଗିଗିନା ଗ୍ରାମରେ ଥିବା କାନାରା ବ୍ୟାଙ୍କ ଶାଖାରୁ ଚୋରି ଅଭିଯୋଗରେ ୪ ଜଣଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?