ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି। ଘାଟି ଅତିକ୍ରମ କରିବା ସମୟରେ ଏକ ମକା ବୋଝେଇ ଟ୍ରକ୍‌ର ବ୍ରେକ୍ ଫେଲ୍ ହୋଇଯିବାରୁ ଏହା ଆଗରେ ଯାଉଥିବା ଏକ କାର୍‌କୁ ପଛପଟୁ ଜୋରଦାର ଧକ୍କା ଦେଇଥିଲା। ଧକ୍କା ଦେବା ପରେ ଟ୍ରକ୍‌ଟି ଭାରସାମ୍ୟ ହରାଇ ଜାତୀୟ ରାଜପଥ କଡ଼ରେ ଥିବା ଏକ ଗଭୀର ଗାତ ଭିତରକୁ ଖସି ପଡି ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାରେ ଟ୍ରକ୍ ତଳେ ଚାପି ହୋଇ ହେଲପରଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ହେଲପର ଜଣକ ହେଲେ ଛତିଶଗଡ଼ର ରାମ ନେତାମ୍।

ସୂଚନା ଅନୁଯାୟୀ, ଛତିଶଗଡ଼ ରାଜ୍ୟର କଣ୍ଡାଗାଁରୁ ମକା ଲୋଡ୍ କରି ଟ୍ରକ୍ (ନଂ CG27 P 0881) ପଡ଼ୋଶୀ ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ଅଭିମୁଖେ ଯାଉଥିଲା। ଜୋଡିମାଦିଲି ଘାଟି ନିକଟରେ ହଠାତ୍ ଟ୍ରକ୍‌ର ବ୍ରେକ୍ ଫେଲ୍ ହୋଇଯାଇଥିଲା। ସେହି ସମୟରେ ଆନ୍ଧ୍ର ଅଭିମୁଖେ ଯାଉଥିବା ଏକ କାର୍ (ନଂ AP39 UZ 7646) କୁ ପଛପଟୁ ଧକ୍କା ଦେଇ ଟ୍ରକ୍‌ଟି ୨୬ ନମ୍ବର ଜାତୀୟ ରାଜପଥ କଡ଼ରେ ଥିବା ଏକ ଗାତକୁ ଖସି ଓଲଟି ପଡ଼ିଥିଲା।

ଦୁର୍ଘଟଣା ପରେ ହେଲପର ରାମ ନେତାମ୍ ଟ୍ରକ୍ ତଳେ ଚାପି ହୋଇ ରହିଯାଇଥିଲେ। ସ୍ଥାନୀୟ ଗ୍ରାମବାସୀ ତାଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରିବା ସହ ସୁଙ୍କି ପୋଲିସକୁ ଖବର ଦେଇଥିଲେ। ସୁଙ୍କି ଆଇଆଇସି ଚତୁର୍ଭୁଜ ନାୟକ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ପଟ୍ଟାଙ୍ଗିରୁ ଅଗ୍ନିଶମ ବାହିନୀକୁ ଡକାଇଥିଲେ। ଅଗ୍ନିଶମ କର୍ମଚାରୀମାନେ ଟ୍ରକ୍ ତଳୁ ଗୁରୁତର ଅବସ୍ଥାରେ ରାମଙ୍କୁ ଉଦ୍ଧାର କରି ପଟ୍ଟାଙ୍ଗି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ ମଧ୍ୟ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅପରପକ୍ଷରେ, ଟ୍ରକ୍ ଚାଳକ ପ୍ରେମ ସାଗର ସାମାନ୍ୟ ଆହତ ହୋଇ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ବୁଧବାର ସକାଳେ ମୃତଦେହ ବ୍ୟବଚ୍ଛେଦ କରାଯିବ ବୋଲି ହସ୍ପିଟାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

ଦୁର୍ଘଟଣା ସ୍ଥଳରେ ଏକ ଦୁଃଖଦ ଦେଖିବାକୁ ମିଳିଛି। ଉଦ୍ଧାର କରିବା ବାହାନାରେ ସେଠାରେ ରୁଣ୍ଡ ହୋଇଥିବା କିଛି ଅସାଧୁ ଲୋକ ଆହତ ଡ୍ରାଇଭରଙ୍କ ମୋବାଇଲ୍ ଏବଂ ପାଖରେ ଥିବା ଖର୍ଚ୍ଚ ଟଙ୍କା ଚୋରି କରି ନେଇଯାଇଥିବା ଚାଳକ ପ୍ରେମ ସାଗର ଅଭିଯୋଗ କରିଛନ୍ତି। ଚାଳକଙ୍କ ପାଖରେ ଖାଇବାକୁ ବି ଟଙ୍କା ନ ଥିବାରୁ ହସ୍ପିଟାଲ ପକ୍ଷରୁ ତାଙ୍କୁ ମାନବିକତା ଆଧାରରେ ଖାଦ୍ୟ ଯୋଗାଇ ଦିଆଯାଇଛି। ପୋଲିସ ଏହି ଘଟଣାର ତଦନ୍ତ ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

ସ୍ମୃତିଶକ୍ତି ହ୍ରାସର ୬ ବର୍ଷ ପୂର୍ବରୁ ସୂଚନା ଦେବ ସାଧାରଣ ରକ୍ତ ପରୀକ୍ଷା

ୱାଶିଂଟନ,୨୧ା୯: ମାନସିକ ସ୍ମୃତିଶକ୍ତି ହ୍ରାସ ପାଇବା କିମ୍ବା ଆଲଜାଇମର୍ସ ରୋଗର ଲକ୍ଷଣ ପ୍ରକାଶ ପାଇବାର ବହୁ ବର୍ଷ କିମ୍ବା ଦଶନ୍ଧି ପୂର୍ବରୁ ମାନବ ଶରୀରରେ ଏହାର ଜୈବିକ…

ଆଜି ବିଶ୍ୱ ଆଲ୍‌ଜିମର୍ସ ଦିବସ: ଏହି ରୋଗ ହେଲେ ରୋଗୀର…

ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ‘ଆଲ୍‌ଜିମର୍ସ’ ଅନ୍ୟତମ। ଉକ୍ତ ରୋଗରେ ସ୍ମରଣ ଶକ୍ତି ଲୋପ ପାଇଯିବା ହେଉଛି ପ୍ରଧାନ ଲକ୍ଷଣ। ଏହି ରୋଗ…

ଉତ୍ତର ପ୍ରଦେଶର ଆମରୋହାରୁ ନିର୍ବାଚନ ଲଢ଼ିବେ କ୍ରିକେଟର ମହମ୍ମଦ ସାମି? ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ ପାଇଁ ଉଦ୍ୟମ କରୁଥିବା ଦ୍ରୁତ ବୋଲର ମହମ୍ମଦ ସାମି ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ତେବେ ଏଥର ଏହି ଚର୍ଚ୍ଚା…

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

ଏଇ ଭାରତରେ

ଏବେ ଦେଶରେ ବର୍ଜ୍ୟ ପରିଚାଳନା ପାଇଁ ଅନେକ ବ୍ୟକ୍ତି ଓ ସଂସ୍ଥା ଚେଷ୍ଟା କରୁଛନ୍ତି। ଏହି କ୍ରମରେ ହରିୟାଣା ବୁଦ୍ଧ କଲେଜ ଫ୍ୟାଶନ ଛାତ୍ରୀଛାତ୍ରଙ୍କ ଉଦ୍ୟମ ପ୍ରଶଂସନୀୟ।…

ପୁରସ୍କାର ପସରା

ବୁଲାବିକାଳି ତା’ ପସରା ଧରି ନିତିଦିନିଆ ବେପାର କରେ ଗାଁ ଗାଁ ବୁଲି। ଯାହା ବିକ୍ରିବଟା ହୁଏ, ସେଥିରେ ଚଳେ। ପରିବାର ସଦସ୍ୟଙ୍କ ପେଟ ପୋଷେ। ବୁଲାବିକାଳିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?