ହସଖୁସିରେ ଘରୁ ବୁଲି ବାହାରିଥିଲେ: ତପ୍ତପାଣି ଘାଟିରେ ଠିଆ ହୋଇଥିବା ଟ୍ରକ୍‌କୁ ପିଟିଲା ଟାଭେଲର୍ସ, ୨୫ ଯାତ୍ରୀ…

ଦିଗପହଣ୍ଡି,୧୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଘାଟି ପାଳୁଖଳା ଗ୍ରାମ ନିକଟ ମୁଖ୍ୟରାସ୍ତାରେ ରବିବାର ଭୋରରେ ଏକ ଲୁହାଛଡ଼ ବୋଝେଇ ଟ୍ରକକୁ ଯାତ୍ରୀବାହୀ ଟ୍ରାଭେଲର୍ସ ନଂ.(ଓଡ଼ି୦୫ ବିଏମ – ୧୫୧୯) ଧକ୍କା ଦେବାରୁ ଟ୍ରାଭେଲର୍ସ ଗାଡ଼ିଟି ଭାଙ୍ଗିରୁଜି ଯାଇଛି। ବ୍ରହ୍ମପୁରରୁ ଭାୟା ଦିଗପହଣ୍ଡି ଦେଇ ଯାଉଥିବା ଟ୍ରକ ଟି ଯାନ୍ତ୍ରିକ ତ୍ରୁଟି କାରଣରୁ ପାଳୁଖଳା ଗ୍ରାମ ନିକଟ ରାସ୍ତାକଡରେ ଗତ ପ୍ରାୟ ୪ ଦିନ ହେଲା ଅଟକି ରହିଥିଲା।

ରବିବାର ଭୁବନେଶ୍ବରରୁ ଭାୟା ଦିଗପହଣ୍ଡି ଦେଇ ପର୍ଯ୍ୟଟନକ୍ଷେତ୍ର ତପ୍ତପାଣି ଏବଂ ଗଜପତି ଜିଲା ଜିରାଙ୍ଗ ଗ୍ରାମ ସ୍ଥିତ ବୌଦ୍ଧବିହାରକୁ ବୁଲି ଯିବା ପାଇଁ ୨୫ ଜଣ ଯାତ୍ରୀ ଟ୍ରାଭେଲର୍ସ ଗାଡ଼ିରେ ବାହାରିଥିଲେ। ହେଲେ ପ୍ରବଳ କୁହୁଡି ଯୋଗୁ ରାସ୍ତା ଦେଖାଯାଇ ନ ଥିଲା। ଚାଳକଙ୍କ ଅସାବଧାନତା କାରଣରୁ ରାସ୍ତାକଡରେ ଠିଆ ହୋଇଥିବା ଟ୍ରକକୁ ଗାଡ଼ିଟି ପିଟି ଦେଇଥିଲା। ଫଳରେ ଟ୍ରାଭେଲର୍ସ ଗାଡ଼ିର ଚାଳକ ଏବଂ ଅନ୍ୟ ୨ ଜଣ ଯାତ୍ରୀ ଆହାତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ ଛାଡି ଦିଆଯାଇଛି। ଖବରପାଇ ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ପୋଲିସ ଟିମ ଘଟଣାସ୍ଥଳରେ ପହଞ୍ଚି ଟ୍ରକ ଏବଂ ଟ୍ରାଭେଲର୍ସ ଗାଡ଼ି କୁ ଜବତ କରି ତଦନ୍ତ ଚଳାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ଲଘୁଚାପ: ସପ୍ତାହେ ଯାଏ ପ୍ରବଳ ବର୍ଷା, ଆଜି ୬ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୭ା୮(ବନ୍ଦନା ସେଠୀ) – ରାଜ୍ୟରେ ଲଗାଣ ବର୍ଷା ପାଇଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ।…

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

ବର୍ଷୀୟାନ ସଂଗଠକଙ୍କୁ ଝୁରୁଛି ଗାଁ ମାଟି ….

ପାଟଣା,୨୮/୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ଓ ବିଶିଷ୍ଟ ସଂଗଠକ ରବୀନ୍ଦ୍ର ବେଜଙ୍କ…

ସରକାରୀ ଜମି ଦଖଲକୁ ନେଇ ଗୋଷ୍ଠୀ ସଂଘର୍ଷ: ୨ ମହିଳାଙ୍କ ସମେତ ୯ ଅଭିଯୁକ୍ତ ଗଲେ ଜେଲ, ଫୋର୍ସ ମୁତୟନ

ଦିଗପହଣ୍ଡି, ୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମରେ ସରକାରୀ ଜମି ଦଖଲ ଏବଂ ଚାଷକୁ ନେଇ…

କମେ ଗାଁ ଜଙ୍ଗଲରୁ ହାତୀଛୁଆର ମୃତଦେହ ଉଦ୍ଧାର: ନର୍ଲା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁକୁ ନେଇ…

ନର୍ଲା, ୭।୮(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ଅନ୍ତର୍ଗତ ନର୍ଲା ରେଞ୍ଜ କମେ ଗାଁ ଜଙ୍ଗଲରୁ ଶୁକ୍ରବାର ଏକ ହାତୀ ଛୁଆର ମୃତଦେହ ଉଦ୍ଧାର କରାଯାଇଛି।…

“କାମ କର, ନଚେତ୍ ଅନ୍ୟପାଇଁ ବାଟ ଛାଡ଼”: କଡ଼ା ଚେତାବନୀ ଦେଇ…

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଂଗ୍ରେସର ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପ୍ରଦେଶ ଏବଂ ଜାତୀୟ ସ୍ତରର ପ୍ରମୁଖ ଦଳୀୟ…

ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିଦର୍ଶନ କଲେ ଜିଲାସ୍ତରୀୟ ଟିମ୍‌

ଛତ୍ରପୁର,୭ା୮(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ନେତୃତ୍ୱରେ ଏକ ଜିଲାସ୍ତରୀୟ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୭ା୮ (ଯୁଧିଷ୍ଠିର ମହାପାତ୍ର): ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri