ମେ’ରେ ଦୁର୍ଘଟଣା ଅଡିଟ୍‌

ଭୁବନେଶ୍ୱର,୨୦।୪(ବ୍ୟୁରୋ): ଓଡ଼ିଶାରେ ନିୟନ୍ତ୍ରଣକୁ ଆସୁନାହିଁ ସଡ଼କ ଦୁର୍ଘଟଣା। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଓଡ଼ିଶାରେ ଦୁର୍ଘଟଣା ଏବଂ ତତ୍‌ଜନିତ ମୃତ୍ୟୁରେ ଅଙ୍କୁଶ ଲାଗିପାରୁନାହିଁ। ବେପରୁଆ ଗାଡ଼ିଚାଳନା ପାଇଁ ଅକାଳରେ ଝରିପଡୁଛି ଜୀବନ, ଯାହାକୁ ନେଇ ଚିନ୍ତା ବଢ଼ିଛି। ସିଆଇଡି ଓ କ୍ରାଇମ୍‌ବ୍ରାଞ୍ଚ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ୨୦୨୦ ତୁଳନାରେ ରାଜ୍ୟରେ ୭.୨୪% ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ବୃଦ୍ଧି ପାଇଛି। ୨୦୨୦ରେ ୧୦,୯୮୪ଟି ସଡ଼କ ଦୁର୍ଘଟଣାରେ ୪,୭୩୮ ଜଣଙ୍କର ମୃତ୍ୟୁ ହୋଇଥିଲା। ୨୦୨୧ରେ ୧୦,୯୮୪ଟି ସଡ଼କ ଦୁର୍ଘଟଣାରେ ଯାଇଥିଲା ୫ ହଜାର ୮୧ ଜଣଙ୍କ ଜୀବନ। ୨୦୧୪ରେ ଦୁର୍ଘଟଣାରେ ୩,୯୩୧ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦୨୧ରେ ଏହା ୫,୦୮୧କୁ ବୃଦ୍ଧିପାଇଛି। ସୁପ୍ରିମକୋର୍ଟ କମିଟି ୨୦୧୪ରୁ ୨୦୨୦ ମଧ୍ୟରେ ସଡ଼କ ଦୁର୍ଘଟଣା ୫୦% ହ୍ରାସ କରିବାକୁ ପରାମର୍ଶ ଦେଇଥିବା ବେଳେ ଏହି ସମୟ ମଧ୍ୟରେ ରାଜ୍ୟରେ ୨୯% ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ବୃଦ୍ଧି ପାଇଛି। ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ସଡ଼କ ସୁରକ୍ଷା କମିଟି ପକ୍ଷରୁ ଭିଡିଓ କନ୍‌ଫରେନ୍ସ ଜରିଆରେ ରାଜ୍ୟ ସରକାରଙ୍କ ସହ ଏନେଇ ଆଲୋଚନା କରାଯାଇଛି। ରାଜ୍ୟରେ ବଢୁଥିବା ସଡ଼କ ଦୁର୍ଘଟଣା ମୃତ୍ୟୁକୁ ନେଇ କମିଟି ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। କମିଟି ସୁପାରିସ ଅନୁଯାୟୀ ରାଜ୍ୟରେ ଠିକ୍‌ ଢଙ୍ଗରେ ସଡ଼କ ସୁରକ୍ଷା ବ୍ୟବସ୍ଥା କାର୍ଯ୍ୟକାରୀ ହେଉଛି କି ନାହିଁ ସେ ନେଇ ଅଡିଟ କରାଯିବ। ନୂଆଦିଲ୍ଲୀସ୍ଥିତ ଇଣ୍ଟିଗ୍ରେଟେଡ୍‌ ମଲ୍‌ଟିମୋଡାଲ ଟ୍ରାନ୍‌ଜିଟ ସିଷ୍ଟମ (ଡିଆଇଏମ୍‌ଟିଏସ୍‌) ଦ୍ୱାରା ଏହି ଅଡିଟ ହେବ। ଆସନ୍ତା ମେ’ ମାସରେ ଡିଆଇଏମ୍‌ଟିଏସ୍‌ ରାଜ୍ୟର ପ୍ରମୁଖ ଦୁର୍ଘଟଣା ପ୍ରବଣ ରାସ୍ତାଗୁଡ଼ିକର ଅଡିଟ୍‌ କରିବ ବୋଲି ଜଣାପଡ଼ିଛି।
ହେଲ୍‌ମେଟ ନ ପିନ୍ଧିବାରୁ ରାଜ୍ୟରେ ୪୧% ମୃତ୍ୟୁ ହେଉଥିବା ବେଳେ ଦ୍ରୁତବେଗରେ ଗାଡ଼ିଚାଳନା ଯୋଗୁ ୬୯% ଏବଂ ୨୦% ହିଟ୍‌ ଆଣ୍ଡ୍‌ ରନ୍‌ ଦୁର୍ଘଟଣା ଘଟୁଛି। ବ୍ଲାକ୍‌ସ୍ପଟଗୁଡ଼ିକରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଯାଜପୁର, ରାୟଗଡା, ମୟୂରଭଞ୍ଜ, ଝାରସୁଗୁଡ଼ା, ବାଲେଶ୍ୱର, ସୁନ୍ଦରଗଡ଼, କେନ୍ଦୁଝର, ଗଞ୍ଜାମ, କଟକ ଓ ଖୋର୍ଦ୍ଧା ଜିଲାରେ ଦୁର୍ଘଟଣା ହାର ଅଧିକ। ଉପରୋକ୍ତ ଜିଲାଗୁଡ଼ିକ ମଧ୍ୟରୁ ଅଧିକାଂଶ ଜିଲାରେ ବାର୍ଷିକ ୧୦୦ରୁ ଊର୍ଦ୍ଧ୍ୱ ଲୋକ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଉଛନ୍ତି। ବିଶ୍ୱ ବ୍ୟାଙ୍କ ସର୍ଭେ ୨୦୨୦ ଅନୁଯାୟୀ ଭାରତରେ ୭୬.୨ ପ୍ରତିଶତ ୧୮ରୁ ୪୫ ବର୍ଷର ଲୋକ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଉଛନ୍ତି। ଏଥିଯୋଗୁ ୫୦ ପ୍ରତିଶତ ମହିଳା ଘର ଚଳାଇବା ନେଇ ଭୟଙ୍କର ଆର୍ଥିକ ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି। ସଡ଼କ ଦୁର୍ଘଟଣା ଯୋଗୁ ଦେଶକୁ ବାର୍ଷିକ ଜିଡିପିର ୩.୧୪ ପ୍ରତିଶତ ଆର୍ଥିକ କ୍ଷତି ଭୋଗିବାକୁ ପଡୁଛି। ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା କମାଇବା ପାଇଁ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଅନେକଗୁଡ଼ିଏ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି। ପରିବହନ ବିଭାଗ ତରଫରୁ ସଡ଼କ ଦୁର୍ଘଟଣା ପୀଡ଼ିତଙ୍କୁ ସାହାଯ୍ୟ କରିବା ପାଇଁ ଏକ ସ୍ବେଚ୍ଛାସେବୀ ଗୋଷ୍ଠୀ ଗଠନ କରାଯାଇଛି । ଏମାନଙ୍କୁ ଫାଷ୍ଟ ରେସ୍ପଣ୍ଡର ଟ୍ରେନିଂ ଦିଆଯାଇଛି। ଯାନଚାଳକମାନଙ୍କ ପାଇଁ ରିଫ୍ରେଶର ଟ୍ରେନିଂ କରାଯାଉଛି । ବ୍ଲାକ୍‌ ସ୍ପଟ୍‌ଗୁଡ଼ିକୁ ସେଭ୍‌ ଲାଇଫ୍‌ ଫାଉଣ୍ଡେଶନ ଦ୍ୱାରା ସର୍ଭେ କରାଯାଇ ତ୍ରୁଟି ସୁଧାରିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି। ଏହି ବୈଠକରେ ମୁଖ୍ୟ ଶାସନ ସଚିବଙ୍କ ସମେତ ପରିବହନ କମିଶନର, ଗୃହ ବିଭାଗ, ଗୃହ ଓ ନଗର ଉନ୍ନୟନ ବିଭାଗ ସଚିବମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri