ମେ’ରେ ଦୁର୍ଘଟଣା ଅଡିଟ୍‌

ଭୁବନେଶ୍ୱର,୨୦।୪(ବ୍ୟୁରୋ): ଓଡ଼ିଶାରେ ନିୟନ୍ତ୍ରଣକୁ ଆସୁନାହିଁ ସଡ଼କ ଦୁର୍ଘଟଣା। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଓଡ଼ିଶାରେ ଦୁର୍ଘଟଣା ଏବଂ ତତ୍‌ଜନିତ ମୃତ୍ୟୁରେ ଅଙ୍କୁଶ ଲାଗିପାରୁନାହିଁ। ବେପରୁଆ ଗାଡ଼ିଚାଳନା ପାଇଁ ଅକାଳରେ ଝରିପଡୁଛି ଜୀବନ, ଯାହାକୁ ନେଇ ଚିନ୍ତା ବଢ଼ିଛି। ସିଆଇଡି ଓ କ୍ରାଇମ୍‌ବ୍ରାଞ୍ଚ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ୨୦୨୦ ତୁଳନାରେ ରାଜ୍ୟରେ ୭.୨୪% ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ବୃଦ୍ଧି ପାଇଛି। ୨୦୨୦ରେ ୧୦,୯୮୪ଟି ସଡ଼କ ଦୁର୍ଘଟଣାରେ ୪,୭୩୮ ଜଣଙ୍କର ମୃତ୍ୟୁ ହୋଇଥିଲା। ୨୦୨୧ରେ ୧୦,୯୮୪ଟି ସଡ଼କ ଦୁର୍ଘଟଣାରେ ଯାଇଥିଲା ୫ ହଜାର ୮୧ ଜଣଙ୍କ ଜୀବନ। ୨୦୧୪ରେ ଦୁର୍ଘଟଣାରେ ୩,୯୩୧ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦୨୧ରେ ଏହା ୫,୦୮୧କୁ ବୃଦ୍ଧିପାଇଛି। ସୁପ୍ରିମକୋର୍ଟ କମିଟି ୨୦୧୪ରୁ ୨୦୨୦ ମଧ୍ୟରେ ସଡ଼କ ଦୁର୍ଘଟଣା ୫୦% ହ୍ରାସ କରିବାକୁ ପରାମର୍ଶ ଦେଇଥିବା ବେଳେ ଏହି ସମୟ ମଧ୍ୟରେ ରାଜ୍ୟରେ ୨୯% ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ବୃଦ୍ଧି ପାଇଛି। ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ସଡ଼କ ସୁରକ୍ଷା କମିଟି ପକ୍ଷରୁ ଭିଡିଓ କନ୍‌ଫରେନ୍ସ ଜରିଆରେ ରାଜ୍ୟ ସରକାରଙ୍କ ସହ ଏନେଇ ଆଲୋଚନା କରାଯାଇଛି। ରାଜ୍ୟରେ ବଢୁଥିବା ସଡ଼କ ଦୁର୍ଘଟଣା ମୃତ୍ୟୁକୁ ନେଇ କମିଟି ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। କମିଟି ସୁପାରିସ ଅନୁଯାୟୀ ରାଜ୍ୟରେ ଠିକ୍‌ ଢଙ୍ଗରେ ସଡ଼କ ସୁରକ୍ଷା ବ୍ୟବସ୍ଥା କାର୍ଯ୍ୟକାରୀ ହେଉଛି କି ନାହିଁ ସେ ନେଇ ଅଡିଟ କରାଯିବ। ନୂଆଦିଲ୍ଲୀସ୍ଥିତ ଇଣ୍ଟିଗ୍ରେଟେଡ୍‌ ମଲ୍‌ଟିମୋଡାଲ ଟ୍ରାନ୍‌ଜିଟ ସିଷ୍ଟମ (ଡିଆଇଏମ୍‌ଟିଏସ୍‌) ଦ୍ୱାରା ଏହି ଅଡିଟ ହେବ। ଆସନ୍ତା ମେ’ ମାସରେ ଡିଆଇଏମ୍‌ଟିଏସ୍‌ ରାଜ୍ୟର ପ୍ରମୁଖ ଦୁର୍ଘଟଣା ପ୍ରବଣ ରାସ୍ତାଗୁଡ଼ିକର ଅଡିଟ୍‌ କରିବ ବୋଲି ଜଣାପଡ଼ିଛି।
ହେଲ୍‌ମେଟ ନ ପିନ୍ଧିବାରୁ ରାଜ୍ୟରେ ୪୧% ମୃତ୍ୟୁ ହେଉଥିବା ବେଳେ ଦ୍ରୁତବେଗରେ ଗାଡ଼ିଚାଳନା ଯୋଗୁ ୬୯% ଏବଂ ୨୦% ହିଟ୍‌ ଆଣ୍ଡ୍‌ ରନ୍‌ ଦୁର୍ଘଟଣା ଘଟୁଛି। ବ୍ଲାକ୍‌ସ୍ପଟଗୁଡ଼ିକରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଯାଜପୁର, ରାୟଗଡା, ମୟୂରଭଞ୍ଜ, ଝାରସୁଗୁଡ଼ା, ବାଲେଶ୍ୱର, ସୁନ୍ଦରଗଡ଼, କେନ୍ଦୁଝର, ଗଞ୍ଜାମ, କଟକ ଓ ଖୋର୍ଦ୍ଧା ଜିଲାରେ ଦୁର୍ଘଟଣା ହାର ଅଧିକ। ଉପରୋକ୍ତ ଜିଲାଗୁଡ଼ିକ ମଧ୍ୟରୁ ଅଧିକାଂଶ ଜିଲାରେ ବାର୍ଷିକ ୧୦୦ରୁ ଊର୍ଦ୍ଧ୍ୱ ଲୋକ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଉଛନ୍ତି। ବିଶ୍ୱ ବ୍ୟାଙ୍କ ସର୍ଭେ ୨୦୨୦ ଅନୁଯାୟୀ ଭାରତରେ ୭୬.୨ ପ୍ରତିଶତ ୧୮ରୁ ୪୫ ବର୍ଷର ଲୋକ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଉଛନ୍ତି। ଏଥିଯୋଗୁ ୫୦ ପ୍ରତିଶତ ମହିଳା ଘର ଚଳାଇବା ନେଇ ଭୟଙ୍କର ଆର୍ଥିକ ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି। ସଡ଼କ ଦୁର୍ଘଟଣା ଯୋଗୁ ଦେଶକୁ ବାର୍ଷିକ ଜିଡିପିର ୩.୧୪ ପ୍ରତିଶତ ଆର୍ଥିକ କ୍ଷତି ଭୋଗିବାକୁ ପଡୁଛି। ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା କମାଇବା ପାଇଁ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଅନେକଗୁଡ଼ିଏ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି। ପରିବହନ ବିଭାଗ ତରଫରୁ ସଡ଼କ ଦୁର୍ଘଟଣା ପୀଡ଼ିତଙ୍କୁ ସାହାଯ୍ୟ କରିବା ପାଇଁ ଏକ ସ୍ବେଚ୍ଛାସେବୀ ଗୋଷ୍ଠୀ ଗଠନ କରାଯାଇଛି । ଏମାନଙ୍କୁ ଫାଷ୍ଟ ରେସ୍ପଣ୍ଡର ଟ୍ରେନିଂ ଦିଆଯାଇଛି। ଯାନଚାଳକମାନଙ୍କ ପାଇଁ ରିଫ୍ରେଶର ଟ୍ରେନିଂ କରାଯାଉଛି । ବ୍ଲାକ୍‌ ସ୍ପଟ୍‌ଗୁଡ଼ିକୁ ସେଭ୍‌ ଲାଇଫ୍‌ ଫାଉଣ୍ଡେଶନ ଦ୍ୱାରା ସର୍ଭେ କରାଯାଇ ତ୍ରୁଟି ସୁଧାରିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି। ଏହି ବୈଠକରେ ମୁଖ୍ୟ ଶାସନ ସଚିବଙ୍କ ସମେତ ପରିବହନ କମିଶନର, ଗୃହ ବିଭାଗ, ଗୃହ ଓ ନଗର ଉନ୍ନୟନ ବିଭାଗ ସଚିବମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri