ଟ୍ରାକ୍ଟର ଚକା ଫାଟି ଦୁର୍ଘଟଣା: ମାଉସୀ ମୃତ, ପୁତୁରା ଗୁରୁତର

ଦିଗପହଣ୍ଡି,୨୨।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିପଗହଣ୍ଡି-ଆସିକା ରାସ୍ତାର କବିରାଜ ବନ୍ଧ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ଘଟଣାସ୍ଥଳରୁ ଆହତଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ମହିଳାଙ୍କୁ ଡାକ୍ତର ମୃତ ଘୋଷଣା କରିଥିବା ବେଳେ ଗୁରୁତର ଦୁହିଁଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ୍‌କୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ଦିଗପହଣ୍ଡି ପୋଲିସ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମହିଳାଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ୍‌ ଏକ ଦୁର୍ଘଟଣା ମାମଲା ଋୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିବା ସହ ଦୁର୍ଘଟଣା ଗ୍ରସ୍ତ ଟ୍ରାକ୍ଟର୍‌ ଓ ଅଟୋକୁ ଜବତ କରାଯାଇଥିବା ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରା ସୂଚନା ଦେଇଛନ୍ତି।

ମୃତ ମହିଳା ଜଣକ ହେଲେ ପଦ୍ମନାଭପୁର ଗ୍ରାମର ପଞ୍ଚପାତ୍ରଙ୍କ ସ୍ତ୍ରୀ ଝୁନୁ ପାତ୍ର(୪୦) ଏବଂ ଗୁରୁତରଙ୍କ ମଧ୍ୟରେ ପୁତୁରା ନିଳାଞ୍ଚଳ ପାତ୍ର ଓ ଅଟୋଚାଳକ ଶିବାନନ୍ଦ ପାଣିଗ୍ରାହୀ ବୋଲି ଜଣାପଡିଛି। ମାଉସୀ ଓ ପୁତୁରା ଦୁହେଁ ଏକ ଅଟୋ ଯୋଗେ ପୁରୁଷୋତ୍ତମପୁରକୁ ଯାଇଥିଲେ। କାମ ସାରି ଗାଁକୁ ଫେରୁଥିବା ବେଳେ କବିରାଜ ବନ୍ଧ ନିକଟରେ ବିପରିତ ଦିଗରୁ ଆସୁଥିବା ଏକ ଟ୍ରାକ୍ଟରର ଆଗଚକା ଫାଟିଯିବା ଫଳରେ ଚାଳକ ଭାରସାମ୍ୟ ହରାଇ ଅଟୋ ସହ ମୁହାଁମୁହିଁ ଧକ୍କା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri