ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଧଳା ରଙ୍ଗର ଟାଟା ଇଣ୍ଡିଗୋ କାର୍ (OD 02 R 9002) ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ବିଲ ଭିତରକୁ ଓଲଟି ପଡ଼ିଛି।

ଘଟଣାରୁ ପ୍ରକାଶ ଯେ, କାର୍‌ଟି ଆୟତପୁର ଛକ ଦେଇ ବାଣପୁର ଅଭିମୁଖେ ଅତି ଦ୍ରୁତ ଗତିରେ ଯାଉଥିଲା। ଏହି ସମୟରେ ଚାଳକ ଗାଡ଼ି ଉପରୁ ନିୟନ୍ତ୍ରଣ ହରାଇବାରୁ କାର୍‌ଟି ପ୍ରାୟ ୩ ପଲଟି ମାରି ବିଲ ମଝିକୁ ଚାଲିଯାଇଥିଲା। ଗାଡ଼ିଟି ସମ୍ପୂର୍ଣ୍ଣ ରୂପେ ଦୁର୍ଘଟଣାଗ୍ରସ୍ତ ହୋଇଛି।

ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ଦୁର୍ଘଟଣା ସମୟରେ ଗାଡ଼ି ଭିତରେ ୫ ଜଣ ଯୁବକ ଥିଲେ। ସେମାନେ ପ୍ରାୟ ସମସ୍ତେ ଅତ୍ୟଧିକ ମଦ୍ୟପାନ କରି ମାତାଲ୍ ଅବସ୍ଥାରେ ଥିଲେ। ବିଲ ଭିତରେ ଗାଡ଼ି ଓଲଟିବା ପରେ ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରିବା ପାଇଁ ଧାଇଁ ଆସିଥିଲେ। ମାତ୍ର ଉଦ୍ଧାର ହେବା ପରେ ଉକ୍ତ ଯୁବକମାନେ ସେଠାରେ ଉପସ୍ଥିତ ଥିବା ଲୋକଙ୍କୁ ଓଲଟା ଧମକଚମକ ଦେଇ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ।

ଦୁର୍ଘଟଣା ସମ୍ପର୍କରେ ଖବର ପାଇ ଗମ୍ଭାରୀମୁଣ୍ଡା ପୋଲିସ ବିଟ୍ ହାଉସ ଅଧିକାରୀ ପ୍ରଫୁଲ୍ଲ କୁମାର ସାହୁ ସଦଳବଳେ ଘଟଣାସ୍ଥଳରେ ପହଞ୍ଚିଥିଲେ। ପୋଲିସ ବିଲ ଭିତରୁ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଉଦ୍ଧାର କରି ଜବତ କରିଛି। ଏହି ଭୟାବହ ଦୁର୍ଘଟଣାରେ ଆଶ୍ଚର୍ଯ୍ୟଜନକ ଭାବେ କୌଣସି ବ୍ୟକ୍ତି ଆହତ ହୋଇନାହାନ୍ତି ବୋଲି ପୋଲିସ ସୂଚନା ଦେଇଛି। ଗାଡ଼ି ନମ୍ବର ଆଧାରରେ ପୋଲିସ ଫେରାର୍ ଯୁବକମାନଙ୍କ ସମ୍ପର୍କରେ ଅଧିକ ତଦନ୍ତ ଚଳାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଢିଲା ଚାମେଲିଙ୍କ ଅଡୁଆ: ହାଇକୋର୍ଟ ଦେଲେ ଏମିତି ନିର୍ଦ୍ଦେଶ

କେନ୍ଦ୍ରାପଡା,୧୧।୮: କେନ୍ଦ୍ରାପଡ଼ା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ପ୍ରକ୍ରିୟା ଜାରି ରହିବ। ହେଲେ ବିନା ଅନୁମତିରେ…

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା…

NEET ବିରୋଧରେ ବିଜୟ ସରକାରଙ୍କ ବଡ଼ ପଦକ୍ଷେପ, ବିରୋଧୀ DMK କଲା ସମର୍ଥନ

ନୂଆଦିଲ୍ଲୀ, ୧୧।୮: ତାମିଲନାଡୁର ବିଜୟ ସରକାର ମଙ୍ଗଳବାର ବିଧାନସଭାରେ NEET ପରୀକ୍ଷାକୁ ଉଚ୍ଛେଦ କରିବା ଏବଂ ସ୍ନାତକସ୍ତରୀୟ ମେଡିକାଲ ପାଠ୍ୟକ୍ରମରେ ନାମଲେଖା ପାଇଁ ଦ୍ୱାଦଶ ଶ୍ରେଣୀର ନମ୍ବରକୁ…

ଜାପାନରୁ ଆସୁ ନେତାଜୀଙ୍କ ଅସ୍ଥି: ସୁପ୍ରିମକୋର୍ଟର ଦ୍ବାରସ୍ଥ ହେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ଝିଅ, କେନ୍ଦ୍ରକୁ ନୋଟିସ୍!

ନୂଆଦିଲ୍ଲୀ,୧୧।୮: ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଅସ୍ଥିକୁ ଜାପାନର ଟୋକିଓ ସ୍ଥିତ ରେଙ୍କୋଜି ମନ୍ଦିରରୁ ଭାରତ ଆଣିବା ଦାବିକୁ ନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି…

ବିନାଶ କାଳେ ବିପରୀତ ବୁଦ୍ଧି.. କାହିଁକି ଏମିତି କହିଲେ ସୁନୀତା

ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କୁ ନିକଟରେ ମୁମ୍ବାଇ ବିମାନବନ୍ଦରରେ ଅଭିନେତ୍ରୀ କୋମଲ ରାଣୀ ସ୍ବର୍ଣ୍ଣକରଙ୍କ ସହ ଦେଖାଯାଇଥିଲା। ଆଗାମୀ ଚଳଚ୍ଚିତ୍ର ‘ରୂପା’ରେ ଗୋବିନ୍ଦାଙ୍କ ସହ-ଅଭିନେତ୍ରୀ ଭାବେ କୋମଲ…

ସ୍ବାସ୍ଥ୍ୟ ବୀମା ଯୋଜନାର ପରିବର୍ତ୍ତନକୁ ନେଇ ତେଜିଲା ବିରୋଧ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଛତ୍ରପୁର,୧୧।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୋପବନ୍ଧୁ ସାମ୍ବାଦିକ ସ୍ବାସ୍ଥ୍ୟ ବୀମା ଯୋଜନାକୁ ଆୟୁଷ୍ମାନ ଭାରତ ଯୋଜନାରେ ପରିବର୍ତ୍ତନ କରିବା ପ୍ରକ୍ରିୟାକୁ ବିରୋଧ କରିଛି ଓଡ଼ିଶା ସାମ୍ବାଦିକ ସଂଘ (ଓଜେୟୁ)…

ଧର୍ମେନ୍ଦ୍ର ପ୍ରଧାନଙ୍କ ବିସ୍ଫୋରକ ବୟାନ, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ସେ….କାହାକୁ କହିଲେ ଏମିତି

ନୂଆଦିଲ୍ଲୀ, ୧୧।୮: ସଂସଦରେ ମୌସୁମୀ ଅଧିବେଶନ ଚାଲିଛି। ସଂସଦ ମାର୍ଚ୍ଚ ସମୟରେ ଛାତ୍ରୀଛାତ୍ରଙ୍କ ଉପରେ ଦିଲ୍ଲୀ ପୋଲିସର ଲାଠିଚାର୍ଜକୁ ନେଇ ବିରୋଧୀ ଦଳଗୁଡ଼ିକ କ୍ରମାଗତ ଭାବେ କେନ୍ଦ୍ର…

ବାଙ୍କୀ-ଡମପଡ଼ା ବ୍ଲକରେ ଲାଗିଲା ୧୬୩ ଧାରା

ବାଙ୍କୀ,୧୧।୮: ବାଙ୍କୀ-ଡମପଡ଼ା ବ୍ଲକ ପରିସରରେ ମଙ୍ଗଳବାର BNSS ୧୬୩ ଧାରା ଲାଗୁ କରାଯାଇଛି। ବିଧାୟକ ଏବଂ ଭାଜପା ବିଧାୟକ ପ୍ରାର୍ଥୀଙ୍କ ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri