ମନୁଷ୍ୟକୃତ ତ୍ରୁଟିରୁ ଦୁର୍ଘଟଣା ଚର୍ଚ୍ଚା

ବାଲେଶ୍ୱର/ବାହାନଗା,୨।୭(ମାନସ ବିଶ୍ୱାଳ/ ଅରୂପ କୁମାର ଦାସ)ବାଲେଶ୍ୱର ଜିଲା ବାହାନଗା ଟ୍ରେନ ଦୁର୍ଘଟଣାକୁ ଜୁଲାଇ ୨ତାରିଖ ରବିବାର ଏକ ମାସ ପୂରିବ। ଏହି ଦୁର୍ଘଟଣାରେ ୨୯୩ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧ହଜାରରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। କେତେଜଣ ଆହତ ଘରକୁ ଫେରିଥିବାବେଳେ ଅନେକେ ଏବେବି ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ଅଛନ୍ତି। ହେଲେ ଏତେ ବଡ଼ ଦୁର୍ଘଟଣାର କାରଣ କ’ଣ ତାହା ଜାଣିବା ପାଇଁ ସମସ୍ତଙ୍କ ମନରେ ଉତ୍‌କଣ୍ଠା ଜାରି ରହିଥିବାବେଳେ କମିଶନ ଅଫ୍‌ ରେଲ୍‌ୱେ ସେଫ୍‌ଟି(ସିଆର୍‌ଏସ୍‌) ନିକଟରେ ତଦନ୍ତ ରିପୋର୍ଟ ଦାଖଲ କରିଛି। ତେବେ ଏହି ରିପୋର୍ଟକୁ ସାର୍ବଜନୀନ କରାଯିବ ନାହଁି ବୋଲି ରେଳ ବିଭାଗ ମନା କରିଦେଇଛି। ଅପରପକ୍ଷରେ ମନୁଷ୍ୟକୃତ ତ୍ରୁଟିରୁ ଏଭଳି ଘଟଣା ଘଟିଥିବା ରିପୋର୍ଟରେ ଉଲ୍ଲେଖ ରହିଥିବା ନେଇ ଚର୍ଚ୍ଚା ହେଉଛି।
ବାହାନଗା ଟ୍ରେନ୍‌ ଦୁର୍ଘଟଣାର କାରଣ ଜାଣିବା ପାଇଁ ଉଭୟ ରେଳ ବିଭାଗ ଏବଂ ସିବିଆଇ ପକ୍ଷରୁ ତଦନ୍ତ ଜାରି ରହିଛି। ଇତିମଧ୍ୟରେ ନିକଟରେ ସିଆର୍‌ଏସ୍‌ ରେଲ୍‌ୱେ ବୋର୍ଡ ତଦନ୍ତ ରିପୋର୍ଟ ଦାଖଲ କରିଛି। ହେଲେ ସିବିଆଇ ତଦନ୍ତ ଜାରି ରହିଥିବାରୁ ଏହା ଶେଷ ନ ହେବା ପର୍ଯ୍ୟନ୍ତ ସିଆର୍‌ଏସ୍‌ ତଦନ୍ତ ରିପୋର୍ଟକୁ ସାର୍ବଜନୀନ ନ କରିବାକୁ ରେଲ୍‌ଓ୍ବେ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ତେବେ ଏନେଇ କୌଣସି ଆନୁଷ୍ଠାନିକ ସୂଚନା ମିଳିନାହଁି। ରେଲୱେର ଜଣେ ବରିଷ୍ଠ ଅଧିକାରୀ ଏକ ଜାତୀୟ ଗଣମାଧ୍ୟମକୁ ସୂଚନାଦେଇ କହିଛନ୍ତି ଯେ, ସିବିଆଇ ତଦନ୍ତ ଜାରି ରହିଥିବାରୁ ଆମେ ସିଆର୍‌ଏସ୍‌ର ତଦନ୍ତ ରିପୋର୍ଟ ସାର୍ବଜନୀନ କରିବୁ ନାହିଁ। ଉଭୟ ସିଆର୍‌ଏସ୍‌ ଓ ସିବିଆଇର ତଦନ୍ତ ରିପୋର୍ଟକୁ ଅନୁଧ୍ୟାନ କରିବା ପରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ବାହାନଗା ଦୁର୍ଘଟଣାର ତଦନ୍ତ କରୁଥିବା ଦକ୍ଷିଣ-ପୂର୍ବ ସର୍କଲ ସିଆର୍‌ଏସ୍‌ ଏମ୍‌. ଚୌଧୁରୀ ଗତ ଗୁରୁବାର ରେଲୱେ ବୋର୍ଡରେ ନିଜର ରିପୋର୍ଟ ଦାଖଲ କରିଥିଲେ। ଉକ୍ତ ରିପୋର୍ଟରେ ମାନବୀୟ ତ୍ରୁଟି ଯୋଗୁ ଟ୍ରେନ୍‌ ଦୁର୍ଘଟଣା ଘଟିଥିବାନେଇ ଉଲ୍ଲେଖ ଥିବା କୁହାଯାଉଛି। ସିଗ୍‌ନାଲିଂ, ଟେଲିକମ୍‌ ଏବଂ ଟ୍ରାଫିକ୍‌ ଆଦି ବିଭାଗରେ କାର୍ଯ୍ୟରତ ଅଧିକାରୀଙ୍କ ଅବହେଳା ଯୋଗୁ ଏହି ଅଘଟଣ ଘଟିଛି। ଟ୍ରେନ୍‌ ଚଳାଚଳ ପାଇଁ ଉଦ୍ଦିଷ୍ଟ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରକ୍ରିୟା ପାଳନ କରିବାରେ ଅଧିକାରୀମାନେ ବିଫଳ ହୋଇଛନ୍ତି ବୋଲି ରିପୋର୍ଟରେ ଲେଖାଥିବା ରେଲ୍‌ୱେ ଅଧିକାରୀଙ୍କ ସୂତ୍ରରୁ ସୂଚନା ମିଳିଛି।
ପ୍ରକାଶ ଥାଉକି, ଗତ ଜୁନ୍‌ ୨ତାରିଖରେ ବାହାନଗା ଷ୍ଟେଶନ ନିକଟରେ ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା ଘଟିଥିଲା। ହାଓଡ଼ାରୁ ଚେନ୍ନାଇ ଯାଉଥିବା କରମଣ୍ଡଳ ଏକ୍ସପ୍ରେସ, ଶାଲିମାର ଏକ୍ସପ୍ରେସ୍‌ ଏବଂ ମାଲବାହୀ ଟ୍ରେନ ମଧ୍ୟରେ ଦୁର୍ଘଟଣା ଘଟିଥିଲା। ଏହି ଘଟଣାର କିଛିଦିନ ପରେ ଦକ୍ଷିଣ-ପୂର୍ବ ରେଲୱେର ମହାପ୍ରବନ୍ଧକ(ଜିଏମ୍‌) ଅର୍ଚ୍ଚନା ଜୋଷୀଙ୍କୁ ପଦରୁ ହଟାଯାଇଛି। ତାଙ୍କ ସ୍ଥାନରେ ଅନିଲ କୁମାର ମିଶ୍ର ନୂଆ ମହାପ୍ରବନ୍ଧକ ବା ଜେନେରାଲ ମ୍ୟାନେଜର ଭାବେ ନିଯୁକ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?