ଦୁର୍ଘଟଣା ନେଲା ପୁଅଙ୍କ ଜୀବନ: ରାସ୍ତାରେ ଟାୟାର ଜାଳି…

ତିହିଡି଼,୨୫।୩(ସଞ୍ଜିତ ବଳ):ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ତିହିଡି଼ ଥାନା ଅଧୀନ କୋହ୍ଲ ବଜାରରେ ବୁଧବାର ମଧ୍ୟାହ୍ନରେ ଉତ୍ତ୍ୟକ୍ତ ଲୋକମାନେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି l ମଙ୍ଗଳବାର ଅପରାହ୍ନରେ କୋହ୍ଲ ପଞ୍ଚାୟତ ଅଧୀନ ଓରଡ଼ା ଗ୍ରାମର ଆଦିତ୍ୟ ମହାଳିକ (୩୮)ନାମକ ଜଣେ ଯୁବକଙ୍କ ବାଇକ ଦୁର୍ଘଟଣାରେ ମୃତ୍ୟୁ ଘଟଣାର ପ୍ରତିବାଦରେ ଏହି ପଦକ୍ଷେପ ନିଆଯାଇଥିବା ଜଣାଯାଇଛି । କୋହ୍ଲ ବଜାର ହମ୍ପସ ନିର୍ମାଣ ସହ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବି କରାଯାଇଛି । ଘଟଣାରୁ ପ୍ରକାଶ ଯେ, ଅପରାହ୍ନରେ ଆଦିତ୍ୟ ତାଙ୍କ ଘରୁ କୋହ୍ଲ ଗ୍ରାମକୁ ଯାଉଥିବା ବେଳେ କୋହ୍ଲ ବଜାର ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ଦ୍ରୁତଗାମୀ ବାଇକ ତାଙ୍କୁ ଧକ୍କା ଦେଇଥିଲା । ଯାହାଫଳରେ ଆଦିତ୍ୟ ଗୁରୁତର ଆହତ ହୋଇଥିଲେ l ତାଙ୍କୁ ତିହିଡି଼ ଡାକ୍ତରଖାନାରେ ଚିକିତ୍ସା କରାଯାଇ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରା ଯାଉଥିବା ବେଳେ ରାସ୍ତାରେ ତାଙ୍କର ମତ୍ୟୁ ଘଟିଥିଲା l ଆଦିତ୍ୟ ମଙ୍ଗଳପୁର ସମବାୟ ସମିତିର ପରିଚାଳନା କମିଟି ସଦସ୍ୟ ଥିଲେ l ତାଙ୍କ ମୃତତ୍ୟୁରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥୁଲା l ତାଙ୍କ ମୃତଦେହ ବ୍ୟବଚ୍ଛେଦ ହୋଇ ଗ୍ରାମରେ ପହଞ୍ଚିବା ପୂର୍ବରୁ ରାସ୍ତା ଅବରୋଧ କରାଯାଇଛି। ତିହିଡି଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରୁଥିଲେ ମଧ୍ୟ ଅବରୋଧ ଅବ୍ୟାହତ ରହିଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଘରେ କେହି ନ ଥିଲେ, ତାଲା ଭାଙ୍ଗି ୫.୫ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଲେ …

ପାରଳାଖେମୁଣ୍ଡି,୮|୮(ଗିରିଧାରୀ ପରିଛା)- ପାରଳାଖେମୁଣ୍ଡି ସହର ସଞ୍ଜୟଗାନ୍ଧୀ କଲୋନୀରେ ଘରେ କେହି ନଥିବା ଏକ ବଡ଼ ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରର ତାଲା ଭାଙ୍ଗି ଏକ ବଡ଼ଧରଣର ଚୋରି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri