ବାର୍ଷିକ କ୍ରୀଡ଼ା ବେଳେ ଅଘଟଣ: ଉଚ୍ଚ ଡିଆଁ ଖେଳ ବେଳେ ତଳେ ପଡ଼ି ଭାଙ୍ଗିଲା ଛାତ୍ରଙ୍କ ହାତ

ବାଲିଗୁଡ଼ା:୧୭।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ବେଳେ ଅଘଟଣ । ଉଚ୍ଚ ଡିଆଁ ଖେଳ ବେଳେ ତଳେ ପଡ଼ି ଛାତ୍ରଙ୍କ ବାମ ହାତ ଭାଙ୍ଗିଯାଇଥିବା ଜଣାପଡ଼ିଛି । କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏଭଳି ଅଘଟଣ ଘଟିଛି। ଆହତ ଛାତ୍ର ଜଣକ ସପ୍ତମ ଶ୍ରେଣୀର ଲିଙ୍କନ ନାୟକ ହୋଇଥିବା ସୂଚନା ମିଳିଛି ।
ସୂଚନାଯୋଗ୍ୟ, ବାଲିଗୁଡ଼ା ବ୍ଲକ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ଚାଲିଥିଲା । ଗତକାଲି ଅପରାହ୍ନରେ ଉଚ୍ଚ ଡିଆଁ ଖେଳ ଚାଲିଥିବା ବେଳେ ଛାତ୍ର ଜଣକ ଭୁଇଁରେ ପଡିଯିବାରୁ ତାଙ୍କ ବାମ ହାତରେ ଆଘାତ ଲାଗିଥିଲା। ବିଦ୍ୟାଳୟର ପ୍ରଧାନଶିକ୍ଷକ ଛାତ୍ରଙ୍କୁ ପ୍ରଥମେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ । ଚିକିତ୍ସା ପରେ ଛାତ୍ର ଲିଙ୍କନ ନାୟକଙ୍କ ହାତ ଭାଙ୍ଗିଯାଇଥିବା ଜଣାପଡ଼ିଛି । ସେପଟେ ପ୍ରଥମିକ ଚିକିତ୍ସା ପରେ ଡାକ୍ତର ଆହତ ଛାତ୍ରଙ୍କୁ ବ୍ରହ୍ମପୁର ଏମ୍‌କେସିଜି ଡାକ୍ତରଖାନାକୁ ସ୍ଥାନାନ୍ତରିତ କରିଥିବା ଜଣାପଡ଼ିଛି । ଆହତ ଛାତ୍ର ଜଣକ ବିଦ୍ୟାଳୟ ଛାତ୍ରାବାସରେ ରହି ପାଠ ପଢୁଥିଲେ । ତାଙ୍କ ଘର ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ଦନେକବାଡ଼ି ପଞ୍ଚାୟତର ଜିର୍ଜାମାହା ଗ୍ରାମ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri