ପିକ୍‌ଅପ ଭ୍ୟାନ୍‌ ଧକ୍କାରେ ଚାଲିଗଲା ବାପ-ପୁଅଙ୍କ ଜୀବନ

ଝାରସୁଗୁଡ଼ା ଅଫିସ,୩୦।୬: ଝାରସୁଗୁଡ଼ା ଜିଲା ବେଲପାହାଡ଼ ଥାନା ଅଧୀନ ବନ୍ଧବାହାଲ-ବେଲପାହାଡ଼ ମୁଖ୍ୟରାସ୍ତା ଯୋରାବଗା ଛକ ନିକଟରେ ଗୁରୁବାର ରାତି ୮ଟାରେ ଏକ ପିକଅପ୍‌ ଭ୍ୟାନ୍‌ ମୋପେଡ ଗାଡ଼ିକୁ ଧକ୍କା ଦେଇଥିଲା। ଫଳରେ ମୋପେଡରେ ଥିବା ବାପ-ପୁଅଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ସେମାନେ ହେଲେ ବେଲପାହାଡ଼ ରେହେମତନଗରର ବାପା ମହମ୍ମଦ ମେହେଫୁଜ ଆଲମ(୪୫) ଏବଂ ପୁଅ ମହମ୍ମଦ ଆଜିଲ(୧୫)।

ଏହି ଖବର ପ୍ରସାରିତ ହେବା ପରେ ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ରଖି ରାସ୍ତା ଅବରୋଧ କରିଥିଲେ। ଫଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ଖବରପାଇ ବେଲପାହାଡ଼ ଥାନା ପୋଲିସ ପହଞ୍ଚି ଆନ୍ଦୋଳନକାରୀଙ୍କ ବୁଝାସୁଝା କରିଥିଲା। ଅନ୍ୟପକ୍ଷେ ସମ୍ପୃକ୍ତ ଅଞ୍ଚଳ ନୋପାର୍କିଂ ଏରିଆ ହୋଇଥିବା ବେଳେ ରାସ୍ତାର ଉଭୟ ପାର୍ଶ୍ୱରେ ବେଆଇନ ଭାବେ ଟ୍ରକ୍‌ ପାର୍କିଂ ହେଉଛି। ଫଳରେ ରାସ୍ତାରେ ବାରମ୍ବାର ଦୁର୍ଘଟଣା ଘଟି ଜନଜୀବନ ହାନୀ ଘଟୁଛି। ବେଆଇନ ପାର୍କିଂ ହଟାଯିବା ସହ ମୃତକଙ୍କ ପରିବାର ଲୋକଙ୍କୁ ଉପଯୁକ୍ତ କ୍ଷତିପୂରଣ ଯୋଗାଇଦେବାକୁ ଆନ୍ଦୋଳନକାରୀମାନେ ଅଡିବସିଛନ୍ତି।

ସୂଚନାଯୋଗ୍ୟ, ମହମ୍ମଦ ମେହେଫୁଜ ଜଣେ ଧୂପକାଠି ବ୍ୟବସାୟୀ ହୋଇଥିବା ବେଳେ ବେପାର ପାଇଁ ସେ ତାଙ୍କ ପୁଅକୁ ସାଙ୍ଗରେ ଧରି ମୋପେଡରେ ବନ୍ଧବାହାଲ ଆସୁଥିଲେ। ଦୁର୍ଘଟଣା ଘଟାଇଥିବା ଏଚ୍‌ଆର ୨୪ଏସି ୩୨୮୧ ନମ୍ବର ବିଶିଷ୍ଟ ପିକଅପ୍‌ ଭ୍ୟାନ୍‌କୁ ପୋଲିସ ଜବତ କରି ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri