ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ ସ୍କୁଟି-ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ସାନଖେମୁଣ୍ଡି ବ୍ଲକ ଗାଙ୍ଗପୁର ପଞ୍ଚାୟତ ୨ୟ ଢେପାଗୁଡ଼ା ଗ୍ରାମର ଦମ୍ପତିି ମୃତ୍ୟୁବରଣ କରୁଛନ୍ତି। ମୃତକଦ୍ବୟ ହେଲେ ପ୍ରତାପ ମଲ୍ଲିକ(୩୫) । ତାଙ୍କ ସ୍ତ୍ରୀ ଲଳିତା ପାଇକ(୩୦)। ପ୍ରାୟ ୩ ବର୍ଷର ଶିଶୁ ଆହାତ ହୋଇଥିବା ଜଣାପଡ଼ିଛି। ସ୍ତ୍ରୀ ଲଳିତା ପ୍ରାୟ ୮ ମାସର ଗର୍ଭବତୀ ଥିବାରୁ ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରି ଗାଁକୁ ଫେରୁଥିବା ବେଳେ ବିପରୀତ ଦିଗରୁ ଆର. ଉଦୟଗିରର ସୁନୀଲ ଦଳାଇ ବାଇକ ଯୋଗେ ବ୍ରହ୍ମପୁର ଅଭିମୁଖେ ଯାଉଥିବା ବେଳେ ସ୍କୁଟି ସହ ବାଇକର ଧକ୍କା ହୋଇଥିଲା। ସେମାନେ ରାସ୍ତାକଡରେ ଛିଟକି ପଡ଼ିଥିଲେ। ଗୁରୁତର ଅବସ୍ଥାରେ ସେମାନଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ପ୍ରତାପ ଏବଂ ଲଳିତାଙ୍କୁ ମୃତ ଘୋଷଣା କରିଥିଲେ। ଆହାତ ସୁନୀଲ ଏବଂ ଶିଶୁଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗସ୍ତ ଗାଡ଼ି ୨ଟିକୁ ଜବତ କରି ତଦନ୍ତ ଚଳାଇଛନ୍ତି। ସେହିପରି ପୋଲିସ ବଡ଼ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରିଛନ୍ତି। ଶନିବାର ଉଭୟଙ୍କ ମୃତଦେହକୁ ବ୍ୟବଚ୍ଛେଦ କରାଯିବ ବୋଲି ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ କାର୍ଯ୍ୟାଳୟ ପାଲଟିଛି ଆବର୍ଜନା ସ୍ଥଳ

ନୂଆପଡ଼ା,୧୦ା୩ (ମକାରୁ ବେମାଲ):ନୂଆପଡ଼ା ଜିଲାର ପଞ୍ଚାୟତ କାର୍ଯ୍ୟାଳୟ ଏବେ ଆବର୍ଜନା ସ୍ଥଳ ପାଲଟିଛି। ଦୀର୍ଘଦିନ ଧରି ଆବର୍ଜନା ପଡିରହୁଥିବାରୁ କାର୍ଯ୍ୟାଳୟ ପରିସର ପ୍ରଦୂଷିତ ହେବାରେ ଲାଗିଛି। ଜିଲା…

‘ଟିକେ ଲଜ୍ଜା କର ଟିମ ଇଣ୍ଡିଆ…’ ଜୟ ଶାହା, ସୂର୍ଯ୍ୟକୁମାର ଯାଦବଙ୍କ ଉପରେ କିଏ ଆଉ କାହିଁକି କହିଲେ ଏମିତି? ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ନୂଆଦିଲ୍ଲୀ,୧୦।୩: ଟିମ ଇଣ୍ଡିଆ ୨୦୨୬ ର ICC T20 ବିଶ୍ୱକପ ଜିତିଛି। ଏହି ବିଜୟ ପରେ ସାରା ଦେଶରେ ଖୁସିର ଲହରୀ ଖେଳିଯାଇଛି। ଭାରତୀୟ ଦଳ ରେକର୍ଡ…

ଧାନ ଗଦାକଲେ, ପଖାଳ ଖାଇଲେ: ଚାଷୀଙ୍କ ଅଭିନବ ପ୍ରତିବାଦ

ବରଗଡ଼,୧୦।୩(ପ୍ରେମାନନ୍ଦ ଖମାରୀ):ରବି ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ମଙ୍ଗଳବାରରୁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହେବ। କିନ୍ତୁ ବିଭାଗୀୟ ଅଧିକାରୀଙ୍କଠାରେ ଆବଶ୍ୟକ କାଗଜାତ ଦାଖଲ ସତ୍ତ୍ୱେ ଏପର୍ଯ୍ୟନ୍ତ…

ଅନ୍ଧବିଶ୍ୱାସ ରାସ୍ତାରେ ଏଆଇର ସ୍ବପ୍ନ

ଗାଲଗୋଟିଆ ବିଶ୍ବବିଦ୍ୟାଳୟର ଚାଇନା ରୋବୋ କୁକୁରକୁ ନେଇ ଧୂର୍ତ୍ତାମି ଓ ସମ୍ମିଳନୀ ଅବସରରେ ଯୁବ କଂଗ୍ରେସ କର୍ମୀଙ୍କର ଅର୍ଦ୍ଧନଗ୍ନ ପ୍ରତିବାଦକୁ ନେଇ ‘ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬’ର…

ତେହରାନ୍‌ର ପାନୀୟଜଳ, ସ୍ବେରେଜ୍‌ରେ ମିଶିଲା ତେଲ

ତେହରାନ୍‌ ,୧୦ା୩: ତେହରାନ୍‌ ଏବଂ ଏହାର ଆଖପାଖ ଅଞ୍ଚଳର ପ୍ରମୁଖ ପେଟ୍ରୋଲିୟମ ଡିପୋ ଉପରେ ରବିବାର ହୋଇଥିବା ଆକ୍ରମଣ ଯୋଗୁ ଭୟଙ୍କର ପରିସ୍ଥିତି ଉପୁଜିଛି। ଗୋଟିଏ ପଟେ ନିଆଁ…

ମହିଳାଙ୍କ ସ୍ଥିତିରେ ଉନ୍ନତି ଘଟିଛି କି

ସ୍ବାଧୀନତାର ଦୀର୍ଘ ଦଶନ୍ଧି ପରେ ଭାରତ ତଥା ବିଶ୍ୱରେ ମହିଳାଙ୍କ ସ୍ଥିତିରେ ଉନ୍ନତି ଘଟିଛି କି ନାହିଁ ତାହାର ସମୀକ୍ଷା ଆବଶ୍ୟକ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ଅନୁଯାୟୀ…

ବ୍ୟବସାୟିକ ସିଲିଣ୍ଡର ଯୋଗାଣ ବନ୍ଦ

ନୂଆଦିଲ୍ଲୀ/ମୁମ୍ବାଇ,୧୦ା୩: ଇରାନ ଯୁଦ୍ଧ ପାଇଁ ହର୍ମୁଜ୍‌ ଷ୍ଟ୍ରେଟ୍‌ ଦେଇ ଇନ୍ଧନ ପରିବହନ ବାଧାପ୍ରାପ୍ତ ହୋଇଛି। ଫଳରେ ଭାରତର ବିଭିନ୍ନ ସହରରେ ରନ୍ଧନ ଗ୍ୟାସ୍‌ ଅଭାବ ଦେଖାଦେଇଛି। ମୁମ୍ବାଇରେ ବ୍ୟବସାୟିକ…

ଶର୍ଜିଲ ଇମାମ୍‌ଙ୍କୁ ମିଳିଲା ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ,୯ା୩: ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ଏକ ଅଦାଲତ ସୋମବାର ଆକ୍ଟିଭିଷ୍ଟ ଶର୍ଜିଲ ଇମାମ୍‌ଙ୍କୁ ୧୦ ଦିନିଆ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଭାଇ ବାହାଘରରେ ଯୋଗଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri