Posted inଜାତୀୟ

ଆଉ ଏକ ସ୍ପାଇସଜେଟ ୱିଣ୍ଡସିଲ୍ଡରେ ଫାଟ, ମୁ୍‌ମ୍ବାଇରେ ହେଲା ପ୍ରାୟୋରିଟି ଲ୍ୟାଣ୍ଡିଂ

ମୁମ୍ବାଇ,୫ ।୭: ସ୍ପାଇସଜେଟର ଆଉ ଏକ ବିମାନରେ ୱିଣ୍ଡସିଲ୍ଡରେ ଫାଟ ସୃଷ୍ଟି ହେବାରୁ ବିମାନଟିକୁ ପ୍ରାୟୋରିଟି ବେସିସରେ ମୁମ୍ବାଇରେ ଲ୍ୟାଣ୍ଡ କରାଯାଇଛି । ମିଳିଥିବା ସୂଚନା ଅନୁଯାୟୀ, କାଣ୍ଡଲାରୁ ମୁମ୍ବାଇ ଯାଉଥିବା ସ୍ପାଇସଜେଟର ବିମାନ ଏସଜି ୩୩୨୪ରେ କ୍ରୁଜ ସମୟରେ ପି୨ ସାଇଡ ୱିଣ୍ଡସିଲ୍ଡର ବାହାର ଭାଗ ଭାଙ୍ଗି ଯାଇଥିଲା । ଏହାପରେ ବିମାନଟିକୁ ସୁରକ୍ଷିତ ଭାବେ ଲ୍ୟାଣ୍ଡିଂ କରାଯାଇଥିଲା ।
ଏହାକୁ ନେଇ ସ୍ପାଇସଜେଟ ପ୍ରବକ୍ତା କହିଛନ୍ତି, ୫ ଜୁଲାଇ ୨୦୨୨ରେ ସ୍ପାଇସଜେଟ କ୍ୟୁ୪୦୦ ବିମାନ ଏସଜି ୩୩୨୪ (କାଣ୍ଡଲା-ମୁମ୍ବାଇ) ଉଡାଣ ଭରିସାରିଥିଲା । ଏହି ସମୟରେ ଏଫଏଲ୨୩୦ର ପି୨ ସାଇଡ ୱିଣ୍ଡସିଲ୍ଡ ଆଉଟର ପେନ୍‌ରେ ଫାଟ ଦେଖାଦେଇଥିଲା । ହେଲେ ଏହା ଜଣାପଡିବା ପରେ ବିମାନଟିକୁ ସୁରକ୍ଷିତ ଭାବେ ମୁମ୍ବାଇରେ ଲ୍ୟାଣ୍ଡ କରାଯାଇଛି ।
ସୂଚନାଯୋଗ୍ୟ, ଫ୍ଲୁ ଇଣ୍ଡିକେଟରରେ ତ୍ରୁଟି ଯୋଗୁ ହିଁ ଦିଲ୍ଲୀରୁ ଦୁବଇ ଯାଉଥିବା ସ୍ପାଇସଜେଟ ଜେଟ ଏସଜି-୧୧ ବିମାନଟିକୁ ପାକିସ୍ତାନର କରାଚିରେ ଲ୍ୟାଣ୍ଡ କରାଯାଇଥିଲା । ସୂଚନା ମୁତାବକ ଯାନ୍ତ୍ରିକ ତ୍ରୁଟି ଯୋଗୁ ବିମାନଟିକୁ କରାଚିରେ ଜରୁରୀକାଳିନ ଅବତରଣ କରାଯାଇଥିଲା । ପରେ କିନ୍ତୁ ସ୍ପାଇସଜେଟର ପ୍ରବକ୍ତା କହିଥିଲେ ବିମାନଟି ସାମାନ୍ୟ ଲାଣ୍ଡଂ କରିଛି ସମସ୍ତ ଯାତ୍ରୀ ସୁରକ୍ଷିତ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri