ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ୮୩ ବର୍ଷ ବୟସ୍କ ବୃଦ୍ଧଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାର ତଦନ୍ତ ପ୍ରକ୍ରିୟାରେ ପୋଲିସର ନିଷ୍କ୍ରିୟତା ପ୍ରତିବାଦ ଓ ମୃତକ ପରିବାରଙ୍କୁ କ୍ଷତିପୂରଣ ଦାବିରେ ଶନିବାର ପରିବାର ଲୋକଙ୍କ ସହ ସ୍ଥାନୀୟ ଲୋକେ ମୃତଦେହ ରାସ୍ତା ଉପରେ ରଖି ଧନୁପାଲି ମହାବୀର ଛକରେ ରାସ୍ତାର ଅବରୋଧ କରିଛନ୍ତି। ଉତ୍ତ୍ୟକ୍ତ ଲୋକେ ଗାଡ଼ି ଚାଳକଙ୍କୁ ତୁରନ୍ତ ଗିରଫ କରି ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଓ ପରିବାର ଲୋକଙ୍କୁ କ୍ଷତିପୂରଣ ବାବଦକୁ ୫୦ ଲକ୍ଷ ଟଙ୍କା ପ୍ରଦାନ ଦାବି କରିଛନ୍ତି। ଏହାସହ ରାସ୍ତାରେ ଜଳୁ ନଥିବା ଥିବା ଷ୍ଟ୍ରିଟ ଲାଇଟ ଜଳାଇବାକୁ ମଧ୍ୟ ଲୋକେ ଦାବି କରିଛନ୍ତି। ରାସ୍ତାରୋକୋ ଫଳରେ ଦୀର୍ଘ ସମୟ ହେଲା ଉକ୍ତ ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ରାସ୍ତାର ଉଭୟ ପାଶର୍‌ବରେ ଆମ ବସ୍‌ ସହିତ ଅନ୍ୟାନ୍ୟ ଯାନବାହାନ ଲମ୍ବା ଲାଇନରେ ଅଟକି ରହିଛି। ବର୍ତ୍ତମାନ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରୁଛି।

ପଢ଼ନ୍ତୁ ➡️ ଟ୍ରକ ଧକ୍କାରେ ୫ମୃତ

 

ସୂଚନାଯେଗ୍ୟ, ଶୁକ୍ରବାର ମୃତକ ମହାବୀର ପଡ଼ାର ଅନ୍ତର୍ଯ୍ୟାମୀ ବେହେରା(୮୩) ସନ୍ଧ୍ୟା ଭ୍ରମଣରେ ଯାଇଥିଲେ। ସେ ଯାତୀୟ ରାଜପଥ-୫୫ରେ ଚାଲିଚାଲି ଯାଉଥିବା ବେଳେ ଅନ୍ତର୍ଯ୍ୟାମୀଙ୍କୁ ପଛରୁ ଏକ ଅଜଣା ଗାଡ଼ି ଧକ୍କା ଦେଇ ତାଙ୍କ ଉପରେ ଚଢ଼ି ଯାଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଅନ୍ତର୍ଯ୍ୟାମୀଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲା । ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥଲେ। ଶନିବାର ତାଙ୍କର ମୃତଦେହ ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ଏହାବାଦ ମୃତଦେହ ରାସ୍ତା ଉପରେ ରଖି ରାସ୍ତାରୋକୋ ଆନ୍ଦୋଳନ ଆରମ୍ଭ ହୋଇଛି। ଅପରପକ୍ଷରେ ଦୁର୍ଘଟଣା ଘଟାଇଥିବା ଗାଡ଼ି ସହ ଚାଳକ ଫେରାର ହୋଇଥିବା ବେଳେ ପୋଲିସ ହାତୀବାରୀରୁ କେବଳ ଗାଡ଼ିକୁ ଜବତ କରିଛି। ମୃତ ଅନ୍ତର୍ଯ୍ୟାମୀଙ୍କ ପୁତ୍ର ସଞ୍ଜୀବ ବେହେରାଙ୍କ ଏତଲା କ୍ରମେ ଧନୁପାଲି ଥାନାରେ ଏକ ମାମଲା ରୁଜୁ କରି ପୋଲିସ ନିକଟରେ ଲାଗିଥିବା ସିସି କ୍ୟାମେରା ଆଦି ଯାଞ୍ଚ ପୂର୍ବକ ଗାଡ଼ି ଚିହ୍ନଟ ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

ସ୍ଥାନୀୟ ଲୋକଙ୍କ ଅଭିଯୋଗ ଅନୁସାରେ ଦୁର୍ଘଟଣା ଘଟାଇଥିବା ଗାଡ଼ିର ଚାଳକ ମଦ୍ୟପାନ କରିଥିଲେ। ଏପରିକି ସହର ମଧ୍ୟରେ ଧନୁପାଲି ରାସ୍ତାରେ ନୋ ଏଣ୍ଟ୍ରି ସମୟରେ ଭାରୀଯାନ ଚଳାଚଳ ନିଷିଦ୍ଧ ଥିବା ବେଳେ ଚାଳକ ମଧ୍ୟ ନିଶାସକ୍ତ ଥିଲେ। ଫଳରେ ଧନୁପାଲି ଛକରେ ନିୟୋଜିତ ଟ୍ରାଫିକ ପୋଲିସ ଉକ୍ତ ଗାଡ଼ିକୁ ଅଟକାଇ କେବଳ ଚାଲାଣ କାଟି ଛାଡ଼ି ଦେଇଥିଲେ। ଯାହା ସିସିଟିଭି ଫୁଟେଜରୁ ସ୍ପଷ୍ଟ ହୋଇଛି। ନିଶାସକ୍ତ ଚାଳକ ଆଗକୁ ଯାଇ ଏହି ଦୁର୍ଘଟଣା ଘଟାଇଛନ୍ତି ବୋଲି ସ୍ଥାନୀୟ ଲୋକେ କହିଛନ୍ତି।

ସେହିପରି ରାସ୍ତାରେ ଷ୍ଟ୍ରିଟ ଲାଇଟ ଜଳୁ ନ ଥିବାରୁ ଏଅଞ୍ଚଳଟି ସର୍ବଦା ଅନ୍ଧକାର ରହିଥାଏ। ଏହା ଦୁର୍ଘଟଣାର ଅନ୍ୟ ଏକ ମୁଖ୍ୟ କରଣ ବୋଲି ଅଭିଯୋଗ କରି ତରନ୍ତ ଏହାର ପ୍ରତିକାର ଦାବି କରିଛନ୍ତି ଆନ୍ଦୋଳନକାରୀ।


Enter your email to get our daily news in your inbox.

All Right Reserved By Dharitri.Com

ନିଆଁ କବଳରେ ମୂଲ୍ୟବାନ ଗଛ, ଜୀବଜନ୍ତୁ

ଛତ୍ରପୁର,୧୮ା୩(ଦିଲ୍ଲୀପ ସାମଲ): ଗ୍ରୀଷ୍ମଋତୁ ଆରମ୍ଭରୁ ହିଁ ଜଙ୍ଗଲରେ ନିଆଁର ପ୍ରକୋପ ବଢ଼ିବାରେ ଲାଗିଛି। ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଲଣ୍ଡା ବାଉଁଶ ପାହାଡ଼ ଜଙ୍ଗଲରେ କୌଣସି କାରଣରୁ…

Video: କ୍ରିକେଟରରୁ ପାଇଲଟ ହେଲେ ଗ୍ଲେନ୍ ଫିଲିପ୍ସ, ଯଦି ଟଙ୍କା ଥା’ନ୍ତା….

ନୂଆଦିଲ୍ଲୀ,୧୮।୩: ନ୍ୟୁଜିଲାଣ୍ଡର ଷ୍ଟାର କ୍ରିକେଟର ଗ୍ଲେନ୍ ଫିଲିପ୍ସ କେବଳ କ୍ରିକେଟ୍ ପଡ଼ିଆରେ ଜଣେ ଅଲରାଉଣ୍ଡର ନୁହଁନ୍ତି, ବରଂ ଅନ୍ୟାନ୍ୟ କାର୍ଯ୍ୟରେ ମଧ୍ୟ ତାଙ୍କର ଅଲରାଉଣ୍ଡର କ୍ଷମତା ରହିଛି…

ଭାରତରେ ମିଳିବ କି ପ୍ୟାଟରନିଟି ଲିଭ୍? ସୁପ୍ରିମକୋର୍ଟ କହିଲେ ବାପାର ଭୂମିକାକୁ…

ନୂଆଦିଲ୍ଲୀ,୧୮।୩; ଦେଶର ସର୍ବୋଚ୍ଚ ନ୍ୟାୟାଳୟ କେନ୍ଦ୍ର ସରକାରଙ୍କୁ ପ୍ୟାଟରନିଟି ଲିଭକୁ ସାମାଜିକ ସୁରକ୍ଷା ଲାଭ ଭାବରେ ମାନ୍ୟତା ଦେବା ପାଇଁ ଆଇନ ପ୍ରଣୟନ କରିବା ବିଷୟରେ ବିଚାର କରିବାକୁ…

ଛାଡ଼ପତ୍ର ନେବା ପାଇଁ କୋର୍ଟକୁ ଆସିଥିଲେ ସ୍ତ୍ରୀ, ରାସ୍ତା ମଝିରେ ସ୍ବାମୀଙ୍କ ମାଡ଼ରେ ହେଲେ ଲହୁଲୁହାଣ, ଆଉ ତା’ ପରେ…

ବାଲେଶ୍ୱର,୧୮ା୩(ବାଞ୍ଛାନିଧି ଦେ): ରାସ୍ତା ମଝିରେ ସ୍ତ୍ରୀଙ୍କୁ ମାରି ଲହୁଲୁହାଣ କରିଦେଇଛନ୍ତି ସ୍ବାମୀ। ବିବାହ ବିଚ୍ଛେଦ ପାଇଁ ଫ୍ୟାମିଲି କୋର୍ଟକୁ ଆସିଥିଲେ ସ୍ତ୍ରୀ। ମାତ୍ର ଘରକୁ ଯିବା ରାସ୍ତାରେ…

ଟେନସନ୍ ଶେଷ! କମର୍ସିଆଲ ଗ୍ୟାସ ସିଲିଣ୍ଡର ନେଇ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଏହି ରାଜ୍ୟକୁ ମିଳିବ…

ନୂଆଦିଲ୍ଲୀ,୧୮।୩; ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଦେଶରେ LPG ଏବଂ ତେଲ ସଙ୍କଟ ଦେଖାଯାଇଛି । ଏହାରି ଭିତରେ ସରକାର ଆଜି ବଡ଼ ନିଷ୍ପତ୍ତି ନେଇଛନ୍ତି । ସରକାର ସ୍ପଷ୍ଟ…

ଏସ୍‌-ପୂଜାରୀପୁଟରେ ପୁସିଂ ବ୍ରିଜ୍‌ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୧୮ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ଦେଇ ଯାଇଥିବା କେ.କେ ରେଳପଥର ସାଉନି ପୂଜାରୀପୁଟ ଗ୍ରାମ ନିକଟ ପୋଲ ନଂ ୧୫୬/୦୬ ଓ ୧୫୬/୦୮ ନିକଟରେ ଏକ ପୁସିଂ…

ଜସପ୍ରିତ ବୁମରା ଏବଂ ଅକ୍ଷର ପଟେଲଙ୍କ ଦରମା ବଢ଼ାଇବ BCCI, ମିଳିବ ଏତେ କୋଟି

ନୂଆଦିଲ୍ଲୀ,୧୮।୩: ଜସପ୍ରିତ ବୁମରାହ ଏବଂ ଅକ୍ଷର ପଟେଲ ନିରନ୍ତର ଭଲ ପ୍ରଦର୍ଶନ କରିଆସୁଛନ୍ତି । ଏହା ସତ୍ତ୍ୱେ, କେନ୍ଦ୍ରୀୟ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ଦରମା ହ୍ରାସ କରାଯାଇଥିଲା।…

ବାଘ ଗାଈକୁ ମାରି ଖାଇବା ଘଟଣା ପରେ ବନ ବିଭାଗ ଲଗାଇଲା ୪ ଟ୍ରାପ କ୍ୟାମେରା

ମୋହନା,୧୮।୩( ମନ୍ମଥ ମିଶ୍ର ): ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ ପରେ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri