ଭାଣିଜୀ ବାହାଘରକୁ ଆସିଥିଲେ, ନିୟନ୍ତ୍ରଣ ହରାଇ ଖୁଣ୍ଟରେ ପିଟି ହୋଇଗଲା ବାଇକ୍‌; ୩ ବ୍ୟକ୍ତି…

ବଲାଙ୍ଗୀର, ୯।୫(ସୁନୀଲ କୁମାର ମହାନ୍ତି): ଭାଣିଜୀର ବାହାଘର ଖୁସି ଏବେ ଶୋକରେ ପରିଣତ ହୋଇଛି। ଭାଣିଜୀ ବାହାଘରରେ ଯୋଗ ଦେବାକୁ ଆସି ଏକ ବାଇକ ଦୁର୍ଘଟଣାରେ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ବଲାଙ୍ଗିର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଭୁତିଆର୍‌ ବାହାଲ ରାସ୍ତାରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।

ସୂଚନା ଅନୁଯାୟୀ, ଦେଓଗାଁ ବ୍ଲକ ଶିଆଲଜୋରୀ ଗ୍ରାମର ସୁରଥ ନାଗ (୫୦), ଅର୍ଡ଼ା ଗ୍ରାମର ହୁର୍ସି ସୁନା (୪୦) ଏବଂ ଲଖନ୍ପୁର ଗ୍ରାମର ମାଲ ଛତ୍ରିଆ (୪୮) ସେମାନଙ୍କ ଭାଣିଜୀ ବାହାଘର ପାଇଁ ବ୍ରାହ୍ମଣୀଜୋର ଗ୍ରାମକୁ ଆସିଥିଲେ। ବାହାଘର ଚାଲିଥିବା ବେଳେ କୌଣସି ଜରୁରୀ କାମରେ ଏହି ତିନିଜଣ ଏକ ମଟରସାଇକେଲ ଯୋଗେ ଭୁତିଆର୍‌ ବାହାଲ ଅଭିମୁଖେ ବାହାରିଥିଲେ। ମାତ୍ର ଭୁତିଆର୍‌ ବାହାଲ ରାସ୍ତାରେ ବାଇକଟି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଖୁଣ୍ଟରେ ପିଟି ହୋଇଯାଇଥିଲା।

ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ବାଇକ୍‌ରେ ଥିବା ତିନି ଜଣ ଯାକ ରାସ୍ତାରେ ଛିଟିକି ପଡ଼ି ରକ୍ତାକ୍ତ ହୋଇଯାଇଥିଲେ। ସ୍ଥାନୀୟ ଲୋକେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ ଉଦ୍ଧାର କରି ବଲାଙ୍ଗିର ସ୍ଥିତ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ତେବେ ଜଣଙ୍କର ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ହେବାରୁ ଡାକ୍ତର ତାଙ୍କୁ ପ୍ରାଥମିକ ଚିକିତ୍ସା ପରେ ବୁର୍ଲା ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରିଛନ୍ତି।

ଖବର ପାଇ ପୋଲିସ ହସ୍ପିଟାଲରେ ପହଞ୍ଚି ଆହତଙ୍କ ପରିବାର ଲୋକଙ୍କ ସହ ଆଲୋଚନା କରିବା ସହ ଦୁର୍ଘଟଣା ସମ୍ପର୍କରେ ପଚରାଉଚୁରା ଜାରି ରଖିଛି। ବାଇକଟି ଦ୍ରୁତ ଗତିରେ ଥିବା ଯୋଗୁ ଚାଳକ ନିୟନ୍ତ୍ରଣ ହରାଇ ଖୁଣ୍ଟରେ ପିଟି ଦେଇଥିବା ପ୍ରାଥମିକ ଭାବେ ଅନୁମାନ କରାଯାଉଛି। ଏହି ଘଟଣା ପରେ ବ୍ରାହ୍ମଣୀଜୋର ଗ୍ରାମରେ ଚାଲିଥିବା ବାହାଘର ଉତ୍ସବରେ ବିଷାଦର ଛାୟା ଖେଳିଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧ରେ ରାଜ୍ୟ କ୍ୟାବିନେଟ୍‌: ୭ରୁ ଊର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମିଳିବ ଅନୁମୋଦନ

ଭୁବନେଶ୍ୱର,୨୪ା୬(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଜୁଲାଇ ପହିଲାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

ସବୁ ଜିଲାକୁ ଛୁଇଁଲା ମୌସୁମୀ: ଏହି ସବୁ ଜିଲାକୁ ପ୍ରବଳ ବର୍ଷା ଆଲର୍ଟ

ଭୁବନେଶ୍ୱର,୨୪ା୬(ବନ୍ଦନା ସେଠୀ): ରାଜ୍ୟର ଅବଶିଷ୍ଟ ଅଂଶକୁ ସ୍ପର୍ଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ସ୍ଥିତି ଅନୁକୂଳ ଥିବାରୁ ମଙ୍ଗଳବାର ସମସ୍ତ ଜିଲାକୁ ମୌସୁମୀ ପ୍ରବେଶ କରିଥିବା ଆଞ୍ଚଳିକ…

ଝାରପଡ଼ା ଜେଲରେ ନିଶାର ଜାଲ! ଅତ୍ୟଧିକ ଡ୍ରଗ୍ସ ଖାଇ ୫ କଏଦୀ ଗୁରତର, ୩ ଆଇସିୟୁରେ

ଭୁବନେଶ୍ୱର, ୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀର ଝାରପଡ଼ା ସ୍ୱତନ୍ତ୍ର କାରାଗାର ପୁଣିଥରେ ନିଶା କାରବାରକୁ ନେଇ ଚର୍ଚ୍ଚାକୁ ଆସିଛି। ଜେଲ ଭିତରେ ଅତ୍ୟଧିକ ପରିମାଣର ଡ୍ରଗ୍ସ ସେବନ କରିଥିବା…

ରାଜଧାନୀରେ ଲଜ୍ଜା: ଏକ୍ସଟ୍ରା କ୍ଲାସ ବାହାନାରେ ଦଶମଶ୍ରେଣୀ ଛାତ୍ରୀଙ୍କୁ କୋଚିଂ ସେଣ୍ଟରରେ ବଳାତ୍କାର, ଶିକ୍ଷକଙ୍କୁ ବାନ୍ଧିଲା…

ଭୁବନେଶ୍ୱର,୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ୍ କେନ୍ଦ୍ରରେ ବଳାତ୍କାର କରାଯାଇଥିବା ଅଭିଯୋଗ ନେଇ ମହିଳା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହି…

ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ…

କାକୁଡିଗଡ଼ିଆ ସଡ଼କ ଉନ୍ନତିକରଣ କାମରେ ଅନିୟମିତତା ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ତିହିଡ଼ି, ୨୩।୬(କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକ ଅଧୀନ କାକୁଡିଗଡ଼ିଆ ଅଞ୍ଚଳରେ ରାଜ୍ୟ ବିପର୍ଯ୍ୟୟ ପାଣ୍ଠି (ଏସ୍‌ଡିଏମ୍‌ଏଫ୍‌) ଅଧୀନରେ ଚାଲିଥିବା ସଡ଼କ ଉନ୍ନତିକରଣ କାମରେ ବ୍ୟାପକ…

ଲଡୁଗାଁ କେନାଲ ରାସ୍ତାରେ ଭୟାବହ ଦୁର୍ଘଟଣା: ଦୁଇ ବାଇକ୍‌ ମୁହାଁମୁହିଁ; ଜଣେ ମୃତ, ୩ ଗୁରୁତର

କୋକସରା, ୨୩।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ-ଉଛୁଲା କେନାଲ ରାସ୍ତାରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି…

ଦିଗପହଣ୍ଡିର ପ୍ରହଲ୍ଲାଦ ନାଟକ ନୃତ୍ୟଗୁରୁ ସୀମାଞ୍ଚଳ ପାତ୍ରଙ୍କୁ ପଦ୍ମଶ୍ରୀ, ଛୁଟୁଛି ଅଭିନନ୍ଦନର ସୁଅ

ଦିଗପହଣ୍ଡି, ୨୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବମୋକେଇ ଗ୍ରାମର ବିଶିଷ୍ଟ ଲୋକନାଟ୍ୟ କଳାକାର ଓ ପ୍ରହଲ୍ଲାଦ ନାଟକର ନୃତ୍ୟଗୁରୁ ସୀମାଞ୍ଚଳ ପାତ୍ରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri