ଏମିତି ବି ଆସେ ମୃତ୍ୟୁ: ସକାଳୁ ସକାଳୁ ବୁଲି ବାହାରି ପଡ଼ିଥିଲେ ଦମ୍ପତି, ସ୍ବାମୀଙ୍କ ଆଖିଆଗରେ…             

ବୌଦ୍ଧ ୮।୧୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ଖୋର୍ଦ୍ଧା ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ପୁରୁଣାକଟକ ଥାନା ଅନ୍ତର୍ଗତ ମାର୍ଦିଙ୍ଗ ଗ୍ରାମ ନିକଟସ୍ଥ ବୁଲାଣି ରାସ୍ତାରେ  ରବିବାର ଏକ  ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ସ୍ତ୍ରୀ ଙ୍କ ମୃତ୍ୟୁ  ଘଟିଥିବା ବେଳେ ସ୍ବାମୀ ଆହତ ହୋଇଛନ୍ତି।
ସୂଚନା ମୁତାବକ  କନ୍ଧମାଳ ଜିଲା ଚକାପାଦ ବ୍ଲକ ଅନ୍ତର୍ଗତ ବ୍ରାହ୍ମଣପାଦ ଗ୍ରାମର ବିରୂପାକ୍ଷ  ରାଉତ ଓ ସ୍ତ୍ରୀ ଅପରାଜିତା ରାଉତ, ସକାଳୁ ଏକ ବାଇକ ଯୋଗେ ପୁରୁଣାକଟକକୁ  ଆସୁଥିବା ବେଳେ ପଛପଟୁ ଏକ ଟ୍ରକ  ଜାତୀୟ ରାଜପଥର  ମର୍ଦଇଙ୍ଗି ଠରେ ଧକ୍କା ଦେଇଥିଲା । ଧକ୍କା ଦେବା ଫଳରେ ସ୍ତ୍ରୀ ଅପରାଜିତାଙ୍କ ମୃତ୍ୟୁ  ହୋଇଥିବା ବେଳେ ସ୍ବାମୀ ଆହତ ଅଛନ୍ତି। ଦୁର୍ଘଟଣା ପରେ ଟ୍ରକ୍‌  ଫେରାର  ମାରୁଥିବା ବେଳେ ଟ୍ରକ୍‌କୁ ହରେକୃଷ୍ଣପୁର ଛକରେ ଅଟକାଯାଇଛି। ପୋଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

୪ରେ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ପଦଯାତ୍ରାରେ ଯିବେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨ା୮(ପି.ଟି.): ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

ୟୁରୋପରେ ଗ୍ରୀଷ୍ମ ତାଣ୍ଡବ

ଶୀତପ୍ରଧାନ ମହାଦେଶ ୟୁରୋପରେ ଅତ୍ୟଧିକ ଉତ୍ତାପଜନିତ ବିପର୍ଯ୍ୟୟ ଯେ କେତେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି କରିପାରେ, ଏହା ଅବିଶ୍ୱସନୀୟ ହେଲେ ମଧ୍ୟ ୨୦୨୬ ମସିହା ଗ୍ରୀଷ୍ମଋତୁ ତାହାର…

ସମୟର ସଙ୍କେତ

ମଦର ଅଫ୍‌ ଡେମୋକ୍ରାସି ବା ଗଣତନ୍ତ୍ରର ଜନନୀ ହେଉଛି ଭାରତ। ଏହା ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଏକ ଅସ୍ଥାୟୀ ନିର୍ବାଚିତ ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri