ଟ୍ରକ୍‌ ପଛରେ ପିଟିହେଲା ପିକ୍‌ଅପ୍‌ ଭ୍ୟାନ୍‌: ୩ ମୃତ, ୬ ଗୁରୁତର

ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର,୯।୪(ସ୍ବ.ପ୍ର.): ଯାଜପୁର ଜିଲା ଚଣ୍ଡିଖୋଲ-ପାରାଦୀପ ୫୩ ନଂ.ଜାତୀୟ ରାଜପଥର ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ଚାରିନଙ୍ଗଳ ଛକ ନିକଟରେ ଶନିବାର ସକାଳେ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୬ଜଣ ଗୁରୁତର ହୋଇ କଟକ ବଡ଼ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ମୃତକ ହେଲେ ଯାଜପୁର ଜିଲା ବୈରୀ ଥାନା ଅନ୍ତର୍ଗତ ବିଦ୍ୟାଧରପୁରର ଗାଡ଼ି ହେଲ୍‌ପର ମାନସ ଦେହୁରି(୩୫), ବ୍ରହ୍ମପୁର ଅଞ୍ଚଳରୁ ଆସି ବାଲିଚନ୍ଦ୍ରପୁର ଅଞ୍ଚଳରେ ଶୁଖୁଆ ବ୍ୟବସାୟ କରୁଥିବା ମମି ବେହେରା (୩୫) ଓ ମମତା ବେହେରା(୪୦)। ଗୁରୁତର ଆହତମାନେ ହେଲେ ଯାଜପୁର ଛତିଆ ଅଞ୍ଚଳର ପିକ୍‌ଅପ୍‌ ଭ୍ୟାନ୍‌ ଡ୍ରାଇଭର ସରଜୁ ସିଂହ(୩୫), ବାଲିଚନ୍ଦ୍ରପୁର ଅଞ୍ଚଳର କମଳୀ ବେହେରା (୬୦), ଲକ୍ଷ୍ମୀ ବେହେରା (୪୮), କାମୁଲୀ ବେହେରା (୫୦), ଗୁରା ବେହେରା (୫୧) ଓ ଗୀତାଞ୍ଜଳି ବେହେରା (୪୨)।
ଛତିଆରୁ ଏକ ପିକ୍‌ଅପ ଭ୍ୟାନ୍‌ (ଓଡି-୦୪-ଇ-୧୨୩୧) ପଟ୍ଟାମୁଣ୍ଡାଇ ଅଞ୍ଚଳକୁ ଧାନ ଚଷୁ ଆଣିବାକୁ ଯାଉଥିଲା। ବାଟରେ ବାଲିଚନ୍ଦ୍ରପୁର ନିକଟରୁ ୬ଜଣ ଶୁଖୁଆ ବ୍ୟବସାୟୀ ଉକ୍ତ ଗାଡ଼ିରେ ଉଠିଥିଲେ। ଏହାପରେ ଗାଡ଼ିଟି ଚାରିନଙ୍ଗଳ ଛକ ନିକଟରେ ଠିଆ ହୋଇଥିବା ଏକ ଲୁହାପଥର ବୋଝେଇ ଟ୍ରକ୍‌(ଓଡି-୦୪-ଏଲ-୪୧୧୭) ପଛରେ ପିଟିହୋଇ ଯାଇଥିଲା। ଘଟଣାସ୍ଥଳରେ ଭ୍ୟାନ୍‌ ହେଲପର ମାନସଙ୍କ ମୃତ୍ୟୁ ହୋଇଯାଇଥିଲା। ଅନ୍ୟମାନେ ଗୁରୁତର ହୋଇଥିଲେ। ବାଲିଚନ୍ଦ୍ରପୁର ପୋଲିସ ପହଞ୍ଚି ଆମ୍ବୁଲାନ୍ସ ଓ ଅଗ୍ନିଶମ ବାହିନୀ ସହାୟତାରେ ସେମାନଙ୍କୁ ଉଦ୍ଧାର କରି ପ୍ରଥମେ ବଡ଼ଚଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରିଥିଲା। କିନ୍ତୁ କଟକ ବଡ଼ ମେଡିକାଲରେ ମମତା ଓ ମମିଙ୍କ ମୃତ୍ୟୁ ହୋଇଥିଲା। ଡ୍ରାଇଭର ସରଜୁ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି। ଭୋର ସମୟରେ କୁହୁଡି ହେଇଥିଲେ ମଧ୍ୟ ଗାଡ଼ିଚାଳକ ନିଶାଶକ୍ତ ହୋଇ ଦ୍ରୁତଗତିରେ ଯିବାରୁ ଦୁର୍ଘଟଣା ଘଟିଥିଲା ବୋଲି କେତେଜଣ ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି। ତେବେ ମାଲ ପରିବହନ ଗାଡ଼ିରେ ଚାଳକ ଲୋକଙ୍କୁ ପରିବହନ କରିବା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଘଟଣାକୁ ନେଇ ବାଲିଚନ୍ଦ୍ରପୁର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ମୃତକ ୩ ଜଣଙ୍କ ପରିବାରକୁ ରେଡ୍‌କ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କା ଲେଖାଏ ସହାୟତା ଦିଆଯାଇଥିବା ଦର୍ପଣ ତହସିଲଦାର ଶୁଭଦର୍ଶନ ମିଶ୍ର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?