ଛତିଶଗଡ଼ରେ ଦୁର୍ଘଟଣା: ୩ ଓଡ଼ିଆ ଶ୍ରମିକ ମୃତ, ୧୨ ଆହତ

କୋଷାଗୁମୁଡା,୧୧।୧୧(ପ୍ରସାଦ ବିଷୋୟୀ): ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ ସୀମାନ୍ତ ଛତିଶଗଡ଼ର ବକାୱଣ୍ଡ ରାଜନଗର ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ପିକଅପ୍‌ ଏବଂ ଟ୍ରାକ୍ଟର ମଧ୍ୟରେ ଦୁର୍ଘଟଣା ଯୋଗୁ ୩ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାବେଳେ ୧୨ ଆହତ ହୋଇଛନ୍ତି। ମୃତ ଶ୍ରମିକମାନେ ହେଲେ କୋଷାଗୁମୁଡ଼ା ବ୍ଲକ୍‌ ଏମ. କେରାଗାଁ ପଞ୍ଚାୟତ ଶିରିଗୁଡ଼ା ଗ୍ରାମର ଧନାଇ ଭତ୍ରା (୪୨), ପୂର୍ଣି ଭତ୍ରା (୫୬) ଓ ଦୟାବତୀ ସରାବୁ(୪୪)। ସୂଚନା ଅନୁଯାୟୀ, ବକାୱଣ୍ଡ ଥାନା ଅଧୀନ ପଣ୍ଡାନାର ଗୁଜୁରାତି କୃଷି ଫାର୍ମରେ କାମ କରିବା ପାଇଁ ଏମ୍‌.କେରାଗାଁ ପଞ୍ଚାୟତ ଶିରାଗୁଡ଼ା ଗ୍ରାମର ୨୦ରୁ ୨୫ ଶ୍ରମିକ ପ୍ରତିଦିନ ପିକଅପ୍‌ ଭ୍ୟାନ୍‌ ଯୋଗେ ଯାଇଥାନ୍ତି। ଶନିବାର ବିଳମ୍ବିତ ରାତିରେ ଶ୍ରମିକମାନେ କାମ ସାରି ଘରକୁ ଫେରୁଥିବା ସମୟରେ ବକାୱଣ୍ଡ ନିକଟ ରାଜନଗର ନିକଟରେ ଧାନ ଭାର ଆଣୁଥିବା ଟ୍ରାକ୍ଟର ଟ୍ରଲି ସହ ପିକଅପ୍‌ ଧକ୍କା ହେଇଥିଲା। ଘଟଣାସ୍ଥଳରେ ଆହତ ସମସ୍ତ ଶ୍ରମିକଙ୍କୁ ଡିମରାପାଲ ମେଡିକାଲ କଲେଜକୁ ନିଆଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ୩ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ଅଛନ୍ତି। ଆହତମାନେ ଚିକିତ୍ସିତ ହେଉଥିବା ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

CBI ତଦନ୍ତ ନେଇ ମୁହଁ ଖୋଲିଲେ ଦୀପାଳି, ମୋହନ ସରକାରଙ୍କୁ କଲେ ପ୍ରଶ୍ନ

ଭୁବନେଶ୍ୱର,୧୫।୧: ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ମୁହଁ ଖୋଲିଛନ୍ତି ଝିଅ ଦୀପାଳି ଦାସ। ଭାଜପା ନେତାମାନେ ବାରମ୍ବାର ଏହି ପ୍ରସଙ୍ଗ ଉଠାଉଥିବାରୁ ଅସନ୍ତୋଷ...

ରାଜାରାଣୀଙ୍କ ଝାମୁ ଯାତ୍ରା ସହ ଶେଷ ହେଲା ଆଦିବାସୀଙ୍କ ପୌଷ ପର୍ବ

ଥୁଆମୂଳ ରାମପୁର,,୧୫।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଠାରେ ମାଳି ଚଗା ବା ରାଜାରାଣୀ ଝାମୁ ଯାତ୍ରା ସହ ଶେଷ ହେଲା ଆଦିବାସୀଙ୍କ...

ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି (NEP) ୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର,୧୫।୧: ଭାରତ ସରକାର ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଜାରି କରାଯାଇଥିବା ଜାତୀୟ ଶିକ୍ଷା ନୀତି ୨୦୨୦ କୁ ରାଜ୍ୟରେ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଓଡିଶା...

ଶ୍ରୀମନ୍ଦିରରେ ଟଳିପଡ଼ିଲେ ସୁଆର ବଡୁ ସେବାୟତ

ପୁରୀ,୧୫ା୧(ଅଜିତ ମହାନ୍ତି): ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସେବା କରିବା ସମୟରେ ଜଣେ ସୁଆରବଡୁ ସେବକଙ୍କ ମୃତ୍ୟୁ ଘଟିଛି। ମୃତ ସେବାୟତ ଜଣଙ୍କ ହେଉଛନ୍ତି ଜଗନ୍ନାଥ ସୁନାଥାଳି। ଶ୍ରୀମନ୍ଦିରରେ...

ଆଲୋକ ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, କେନ୍ଦୁଝରରେ ଥିଲେ…

ଭୁବନେଶ୍ୱର,୧୫।୧: ଓଡ଼ିଶା ସରକାର ବରିଷ୍ଠ ଓଏଏସ୍ ଅଧିକାରୀ ଆଲୋକ କୁମାର ପ୍ରଧାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତ କରିଛନ୍ତି। ଏନେଇ...

ଟ୍ରଲରକୁ ଧକ୍କା ଦେଇ ବୁଡ଼ିଲା ବୋଟ୍‌, ୮ ଯାତ୍ରୀଙ୍କୁ ଉଦ୍ଧାର କଲେ ମତ୍ସ୍ୟଜୀବୀ

ଚାନ୍ଦବାଲି,୧୫ା୧(ଅଶୋକ ପଣ୍ଡା): ଭଦ୍ରକ ଜିଲା ଧାମରାଠାରେ ମାଛଧରା ଟ୍ରଲରକୁ ଧକ୍କା ଦେଇ ବୁଧବାର ଏକ ଯାତ୍ରୀବାହୀ ବୋଟ୍‌ ବୁଡ଼ିଯାଇଛି। ଖବରରୁ ପ୍ରକାଶ ଏକ ଯାତ୍ରୀବାହୀ ବୋଟ୍‌...

ଫେରିବ ଶୀତ, ଘନ କୁହୁଡି ପାଇଁ ଏସବୁ ଜିଲାକୁ ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୧୫।୧: ଗତ ଦୁଇ ଦିନ ମଧ୍ୟରେ କିଛି ଆରାମ ପାଇବା ପରେ ଶୀତ ପୁଣି ଓଡିଶା ଫେରିବାର ସମ୍ଭାବନା ରହିଛି। ଆସନ୍ତା ତିନିରୁ ଚାରି ଦିନ...

ବାଲି ବୋଝେଇ ହାଇଓ୍ବା ଧକ୍କାରେ ମୋପେଡ ଚାଳକଙ୍କ ଜୀବନ ଗଲା

ହିଞ୍ଜିଳିକାଟୁ,୧୫ା୧(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଚୈତନ୍ୟପଡ଼ା ନିକଟରେ ଏକ ନଦୀ ବାଲି ବୋଝେଇ ହାଇଓ୍ବା ଧକ୍କାରେ ଜଣେ ମୋପେଡ ଚାଳକଙ୍କ ଜୀବନ ଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri