ଆଇସକ୍ରିମ୍‌ କିଣି ଘରକୁ ଫେରୁଥିଲେ କୁନି ଝିଅକୁ ଧକ୍କା ଦେଲା ବାଇକ୍‌, ପରେ…

ଦିଗପହଣ୍ଡି,୧୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗ୍ରାମ ମିଲ ସାହିର ୨ୟ ଶ୍ରେଣୀ ଛାତ୍ରୀ ସିଏଚ୍‌.ପ୍ରିୟଙ୍କା ପାତ୍ର(୬) ବାଇକ (ଓଡ଼ି୦୭ ଏ ଜେଡ – ୨୭୮୪) ଧକ୍କାରେ ଗୁରୁତର ଆହାତ ହୋଇ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ମୃତ୍ୟୁ ଘଟିଥିଲା। ଏନେଇ ପ୍ରିୟଙ୍କାଙ୍କ ବାପା ସିଏଚ୍‌.ରବୀନ୍ଦ୍ର ପାତ୍ର ୧୧ ତାରିଖରେ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଥାନା ମାମଲା ନଂ.୧୭୧/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇଥିଲେ। ଏହି ଘଟଣାରେ ଅଭିଯୁକ୍ତ ଥିବା ପାଟପୁର ଥାନା ଡି.ଆମ୍ବଠା ଗ୍ରାମର ସୁଶାନ୍ତ ରାଉତଙ୍କୁ ତଦନ୍ତକାରୀ ଅଧିକାରୀ ଏସଆଇ ସୋଫିଆ ମିଶ୍ର ଶୁକ୍ରବାର ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।
ସୂଚନାଯୋଗ୍ୟ, ଗତ ଏପ୍ରିଲ ୨୮ ତାରିଖ ଅପରାହ୍ନରେ ସୁଶାନ୍ତ ଏବଂ ତାଙ୍କ ଭାଇ ବାଇକ ଯୋଗେ ଆମ୍ବ ଗାଁ ରୁ କାମସାରି ଫେରୁଥିଲେ। ପ୍ରିୟଙ୍କା ଦୋକାନରୁ ଆଇସକ୍ରିମ୍‌ କିଣି ରାସ୍ତାପାର ହେଉଥିବା ବେଳେ ସୁଶାନ୍ତଙ୍କ ବାଇକ ତାଙ୍କୁ ଧକ୍କା ଦେଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଅବସ୍ଥାରେ ସୁଧାର ନ ଆସିବାରୁ ତାଙ୍କୁ ପରିବାର ଲୋକେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

ଏଥର ଫେବୃଆରୀ ୧ରେ ଆସିବନି ବଜେଟ୍‌! ଭାରତ ସଂସଦୀୟ ଇତିହାସରେ ପ୍ରଥମ?

ନୂଆଦିଲ୍ଲୀ,୨୧।୧୨: ଆସନ୍ତା ବର୍ଷ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ କେଉଁ ତାରିଖରେ ବଜେଟ ଉପସ୍ଥାପନ କରିବେ ତାକୁ ନେଇ ସସପେନ୍ସ ଜାରି ରହିଛି। ୨୦୧୭ରୁ...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri