ଆଇସକ୍ରିମ୍‌ କିଣି ଘରକୁ ଫେରୁଥିଲେ କୁନି ଝିଅକୁ ଧକ୍କା ଦେଲା ବାଇକ୍‌, ପରେ…

ଦିଗପହଣ୍ଡି,୧୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗ୍ରାମ ମିଲ ସାହିର ୨ୟ ଶ୍ରେଣୀ ଛାତ୍ରୀ ସିଏଚ୍‌.ପ୍ରିୟଙ୍କା ପାତ୍ର(୬) ବାଇକ (ଓଡ଼ି୦୭ ଏ ଜେଡ – ୨୭୮୪) ଧକ୍କାରେ ଗୁରୁତର ଆହାତ ହୋଇ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ମୃତ୍ୟୁ ଘଟିଥିଲା। ଏନେଇ ପ୍ରିୟଙ୍କାଙ୍କ ବାପା ସିଏଚ୍‌.ରବୀନ୍ଦ୍ର ପାତ୍ର ୧୧ ତାରିଖରେ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଥାନା ମାମଲା ନଂ.୧୭୧/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇଥିଲେ। ଏହି ଘଟଣାରେ ଅଭିଯୁକ୍ତ ଥିବା ପାଟପୁର ଥାନା ଡି.ଆମ୍ବଠା ଗ୍ରାମର ସୁଶାନ୍ତ ରାଉତଙ୍କୁ ତଦନ୍ତକାରୀ ଅଧିକାରୀ ଏସଆଇ ସୋଫିଆ ମିଶ୍ର ଶୁକ୍ରବାର ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।
ସୂଚନାଯୋଗ୍ୟ, ଗତ ଏପ୍ରିଲ ୨୮ ତାରିଖ ଅପରାହ୍ନରେ ସୁଶାନ୍ତ ଏବଂ ତାଙ୍କ ଭାଇ ବାଇକ ଯୋଗେ ଆମ୍ବ ଗାଁ ରୁ କାମସାରି ଫେରୁଥିଲେ। ପ୍ରିୟଙ୍କା ଦୋକାନରୁ ଆଇସକ୍ରିମ୍‌ କିଣି ରାସ୍ତାପାର ହେଉଥିବା ବେଳେ ସୁଶାନ୍ତଙ୍କ ବାଇକ ତାଙ୍କୁ ଧକ୍କା ଦେଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଅବସ୍ଥାରେ ସୁଧାର ନ ଆସିବାରୁ ତାଙ୍କୁ ପରିବାର ଲୋକେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?