ଘରୁ ବାହାରି ଆସିଥିଲେ ପୁଅ ରାସ୍ତାରେ ଜଗି ବସିଥିଲା ମୃତ୍ୟୁ: ବାହୁନି ବାହୁନି କାନ୍ଦୁଛି ମା’

ଦିଗପହଣ୍ଡି,୧୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଶ୍ରୀ ଶନିଶ୍ଚର ମନ୍ଦିର ନିକଟ ମୁଖ୍ୟରାସ୍ତାରେ ରବିବାର ଦୁର୍ଘଟଣା ଘଟିଛି। ସକାଳେ ବୀଣାପାଣି ନାମକ ଯାତ୍ରୀବାହୀ ବସ ଧକ୍କାରେ ଜଣେ ଯୁବକ ମୃତ୍ୟୁବରଣ କରିଛନ୍ତି। ମୃତକ ଜଣକ ହେଲେ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଡି. ରୋହିତ ଦୋରା(୩୫)। ରୋହିତ ଏକ ଟିଭିଏସ ଏକ୍ସଲ ମୋପେଡରେ ଗାଁରୁ ଗୋକର୍ଣ୍ଣପୁର ଯାଉଥିବା ବେଳେ ବି. ତୁରୁବୁଡ଼ି ଗ୍ରାମରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଯାତ୍ରୀବାହୀ ବସଟି ଦୃତଗତିରେ ତାଙ୍କୁ ପଛପଟୁ ଧକ୍କା ଦେଇ ମାଡ଼ି ଯାଇଥିଲା। ଘଟଣାସ୍ଥଳରେ ରୋହିତଙ୍କ ମୃତ୍ୟୁ ଘଟିଥିଲା। ଖବରପାଇ ବହୁ ସଂଖ୍ୟକ ଗ୍ରାମବାସୀ ଓ ସମ୍ପର୍କୀୟ ଘଟଣାସ୍ଥଳରେ ପହଞ୍ଚି ବସଟିକୁ ଅଟକ ରଖିଥିଲେ। ସେଠାରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା। ଦିଗପହଣ୍ଡି ପୋଲିସ ଟିମ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରିଛନ୍ତି। ପୋଲିସ ଯାତ୍ରୀବାହୀ ବସ ଏବଂ ମୋପେଡକୁ ଜବତ କରି ତଦନ୍ତ ଚଳାଇଛିି। ବସ୍‌ ଚାଳକ ଫେରାର ହୋଇଯାଇଛନ୍ତି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜୁଆ ଆଡ୍ଡାରେ ଚଢ଼ାଉ ବେଳେ ପୋଲିସକୁ ହତ୍ୟା ଉଦ୍ୟମ ଅଭିଯୋଗ, ୨୬ ଅଭିଯୁକ୍ତ…

ଦିଗପହଣ୍ଡି,୧୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା କରପଡା ପଞ୍ଚାୟତ ଜଙ୍ଘମା ଗ୍ରାମ ନିକଟ ଜଙ୍ଗଲରେ ଏକ ବଡ଼ ଧରଣର ଜୁଆ ଆଡ୍ଡା ଚାଲିଥିଲା...

ଅଜଣା ଗାଡି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ସହାୟତା ରାଶି ଘୋଷଣା କଲେ….

ଛତ୍ରପୁର,(ଦିଲ୍ଲୀପ ସାମଲ)୧୧/୧: ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଯୁବକ ଜଣକ ହେଲେ ଗାଙ୍ଗପୁର- ୨ ଗ୍ରାମର ସାଗର ନାହାକ (୨୮)...

ଲାଇନ୍‌ଚ୍ୟୁତ ହେଲା ମାଲବାହୀ ଟ୍ରେନ, ଠିଆ ହୋଇଥିବା ବେଳେ….

ବେଲପାହାଡ, ୧୧/୧(ସୁବାସ ପ୍ରଧାନ): ବର୍ତ୍ତିଗଲା ବଡ଼ ଟ୍ରେନ ଦୁର୍ଘଟଣା । ଝାରସୁଗୁଡ଼ା ଜିଲାରେ ମାଲବାହୀ ଟ୍ରେନ୍‌ର ୩ଟି ବଗି ଲାଇନ୍‌ଚ୍ୟୁତ ହୋଇଛି । ଝାରସୁଗୁଡା ଜିଲା ବେଲପାହାଡ଼...

ଧାନ କିଣାବିକାରେ ଅବ୍ୟବସ୍ଥା: ଚାଷୀ ପ୍ରତିନିଧି ଅଟକ, ରାଜନେତାଙ୍କୁ ଘାରିଲାଣି ଭୟ

ବରଗଡ଼,୧୧ା୧(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଅବ୍ୟବସ୍ଥା ଅଭିଯୋଗରେ ଚାଷୀ ଅସନ୍ତୋଷ ତେଜି ଉଠିଛି। ଏହି କ୍ରମରେ ଚାଷୀମାନେ କେବଳ ରାଜରାସ୍ତାକୁ ଓହ୍ଲାଉଛନ୍ତି, ତାହା ନୁହେଁ। ଶାସକ ଦଳର...

ତଦନ୍ତ ପାଇଁ ଯାଇଥିବା ବେଳେ ତଦନ୍ତ ଅଧିକାରୀଙ୍କ ସହ ଧସ୍ତାଧସ୍ତି, ଥାନାରେ…

ଗଜପତି,୧୧।୧(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ରାଣୀପେଣ୍ଠା ଗ୍ରାମ ନିକଟରେ ଗୋଟିଏ ଆବାସିକ ଘରେ କୌଣସି ଏକ ସଂଗଠନ ତରଫରୁ ଚାକିରି ଦେବା...

India vs New Zealand 1st ODI: ଭାରତ ଆଗରେ ୩୦୧ ରନ୍‌ର ଟାର୍ଗେଟ୍

ନୂଆଦିଲ୍ଲୀ,୧୧।୧: ଭଦୋଦରାର କୋଟାମ୍ବି ଷ୍ଟାଡିୟମଠାରେ ରବିବାର ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚରେ ଭାରତ ଆଗରେ ୩୦୧ ରନ୍‌ର ବିଜୟ ଲକ୍ଷ୍ୟ ରଖିଛି ନ୍ୟୁଜିଲାଣ୍ଡ। ଟସ୍ ଜିତି...

‘ଆମ ବସ୍’ ଡିପୋରେ ଅଗ୍ନିକାଣ୍ଡ, ଦୁଇ ଦିନରେ ଦୁଇଟି ବସ୍‌ ଜଳିଗଲା

ଭୁବନେଶ୍ୱର,୧୧।୧: ଭୁବନେଶ୍ୱରରେ ପୁଣି ଏକ ‘ଆମ ବସ୍’ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ରବିବାର ଅପରାହ୍ନରେ ପଟିଆ ଛକ ନିକଟରେ ଥିବା ଆମ ବସ୍ ଡିପୋରେ ଚାର୍ଜିଂ...

ଉପଭୋକ୍ତାଙ୍କ ସୁରକ୍ଷା ପାଇଁ ସ୍ମାର୍ଟଫୋନ୍ ନିର୍ମାତାଙ୍କୁ ଏପରି ପ୍ରସ୍ତାବ ଦେଲେ ଭାରତ ସରକାର

ନୂଆଦିଲ୍ଲୀ,୧୧।୧: ଦେଶରେ ବଢୁଥିବା ସାଇବର ଅପରାଧକୁ ଦୃଷ୍ଟିରେ ରଖି ସ୍ମାର୍ଟଫୋନ୍ ସୁରକ୍ଷା ପାଇଁ ନୂଆ ନିୟମ ଆଣିବେ ଭାରତ ସରକାର। ଏହି ନିୟମ ଅନୁସାରେ ସ୍ମାର୍ଟଫୋନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri