ଘରୁ ବାହାରି ଆସିଥିଲେ ପୁଅ ରାସ୍ତାରେ ଜଗି ବସିଥିଲା ମୃତ୍ୟୁ: ବାହୁନି ବାହୁନି କାନ୍ଦୁଛି ମା’

ଦିଗପହଣ୍ଡି,୧୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଶ୍ରୀ ଶନିଶ୍ଚର ମନ୍ଦିର ନିକଟ ମୁଖ୍ୟରାସ୍ତାରେ ରବିବାର ଦୁର୍ଘଟଣା ଘଟିଛି। ସକାଳେ ବୀଣାପାଣି ନାମକ ଯାତ୍ରୀବାହୀ ବସ ଧକ୍କାରେ ଜଣେ ଯୁବକ ମୃତ୍ୟୁବରଣ କରିଛନ୍ତି। ମୃତକ ଜଣକ ହେଲେ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଡି. ରୋହିତ ଦୋରା(୩୫)। ରୋହିତ ଏକ ଟିଭିଏସ ଏକ୍ସଲ ମୋପେଡରେ ଗାଁରୁ ଗୋକର୍ଣ୍ଣପୁର ଯାଉଥିବା ବେଳେ ବି. ତୁରୁବୁଡ଼ି ଗ୍ରାମରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଯାତ୍ରୀବାହୀ ବସଟି ଦୃତଗତିରେ ତାଙ୍କୁ ପଛପଟୁ ଧକ୍କା ଦେଇ ମାଡ଼ି ଯାଇଥିଲା। ଘଟଣାସ୍ଥଳରେ ରୋହିତଙ୍କ ମୃତ୍ୟୁ ଘଟିଥିଲା। ଖବରପାଇ ବହୁ ସଂଖ୍ୟକ ଗ୍ରାମବାସୀ ଓ ସମ୍ପର୍କୀୟ ଘଟଣାସ୍ଥଳରେ ପହଞ୍ଚି ବସଟିକୁ ଅଟକ ରଖିଥିଲେ। ସେଠାରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା। ଦିଗପହଣ୍ଡି ପୋଲିସ ଟିମ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରିଛନ୍ତି। ପୋଲିସ ଯାତ୍ରୀବାହୀ ବସ ଏବଂ ମୋପେଡକୁ ଜବତ କରି ତଦନ୍ତ ଚଳାଇଛିି। ବସ୍‌ ଚାଳକ ଫେରାର ହୋଇଯାଇଛନ୍ତି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ଦୁଃଖ: ମିଳିଲାନି ଟୋକନ, ଚିକିତ୍ସା ପାଇଁ କମ୍ ଦରରେ ଧାନ ବିକିଲେ ଚାଷୀ

ବରଗଡ଼,୧୯।୪(ପ୍ରେମାନନ୍ଦ ଖମାରୀ) :  ଧାନବିକ୍ରି ପଞ୍ଜିକରଣରୁ ବାଦ୍ ପଡିଥିବା ଯୋଗୁଁ ବରଗଡ ଜିଲାର ଅନେକ ଚାଷୀ ଏପର୍ଯ୍ୟନ୍ତ ଗତବର୍ଷ ଖରିଫରେ ଅମଳ ଧାନ ବିକ୍ରି କରି ପାରି…

ଭାରତୀୟ ଜାହାଜକୁ ଖୋଲା ଧମକ ଦେଲା ଇରାନ, ଫେରିଯାଅ ନହେଲେ…

ନୂଆଦିଲ୍ଲୀ,୧୯।୪: ମଧ୍ୟପ୍ରାଚ୍ୟରେ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ପଥ ହର୍ମୁଜ ପ୍ରଣାଳୀରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ସମ୍ପ୍ରତି, ଇରାନର ସାମରିକ ବାହିନୀ (IRGC) ଏହି ପଥ…

ସକାଳୁ ସକାଳୁ ଭାରତର ଜାହାଜ ଉପରେ ବଡ଼ ଆଟାକ୍‌, ଦେଶରେ ହାଇ ଆଲର୍ଟ!

ନୂଆଦିଲ୍ଲୀ,୧୯।୪: ଇରାନ ଦ୍ୱାରା ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବା ପାଇଁ ନବୀକରଣ କରାଯାଇଥିବା ପଦକ୍ଷେପ ମଧ୍ୟରେ, ଏକ ଭାରତୀୟ ତୈଳ ଟ୍ୟାଙ୍କର୍‌ ସଫଳତାର ସହ ଏହି ଗୁରୁତ୍ୱପୂର୍ଣ୍ଣ…

ସଂଗ୍ରାମ କେଶରୀ ସେନାପତିଙ୍କ ପ୍ରଥମ ଓଡ଼ିଆ ଉପନ୍ୟାସ ‘ସିଗାରେଟ’ ଉନ୍ମୋଚିତ

ଭୁବନେଶ୍ୱର,୧୯।୪: ଟାଇମ୍‌ପାସ୍‌ ପ୍ରକାଶନ ସଂସ୍ଥା ଦ୍ୱାରା ଭୁବନେଶ୍ୱର ବୁଦ୍ଧ ମନ୍ଦିର ଠାରେ ଆୟୋଜିତ ବହି ବିଷୁବ କାର୍ଯ୍ୟକ୍ରମରେ ସଂଗ୍ରାମ କେଶରୀ ସେନାପତିଙ୍କ ପ୍ରଥମ ଓଡ଼ିଆ ଉପନ୍ୟାସ ‘ସିଗାରେଟ’…

‘ଫେମିନା ମିସ୍‌ ଇଣ୍ଡିଆ’ ମୁକୁଟ ପିନ୍ଧିଲେ ସାଧ୍‌ଭୀ ସୈଲ୍‌

ଭୁବନେଶ୍ୱର,୧୯ା୪ (ଅନୁରାଧା ମହାରଣା): ଭୁବନେଶ୍ୱରସ୍ଥିତ କିଟ୍‌ ବିଶ୍ୱବିଦ୍ୟାଳୟରେ ଶନିବାର ‘ଫେମିନା ମିସ୍‌ ଇଣ୍ଡିଆ ୨୦୨୬’ର ୬୧ତମ ସଂସ୍କରଣ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶାରେ ପ୍ରଥମଥର ପାଇଁ ଆୟୋଜିତ ଏହି…

ଚଢ଼ାଉ ବେଳେ ଟ୍ରାକ୍ଟର ଚଢ଼ାଇ ଦେଲେ: ତହସିଲଦାର ଗୁରୁତର

ଯାଜପୁର/ବ୍ୟାସନଗର (ହର୍ଷବର୍ଦ୍ଧନ ବେହେରା/ ପବିତ୍ର ରଞ୍ଜନ ମହାନ୍ତି), ୧୯ା୪ : ମାଟି ଚୋରାଚାଲାଣ ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଯାଜପୁର ଜିଲା ବ୍ୟାସନଗର ତହସିଲଦାର ପ୍ରଶାନ୍ତ…

ଅନିୟମିତତା ଅଭିଯୋଗ ପ୍ରମାଣିତ ହେଲେ ବନ୍ଦ ହେବ ଅଧିକାରୀଙ୍କ ଦରମା

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଏବଂ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସାମାଜିକ…

ଜିଲାର ବିକାଶ ଉପରେ ମନ୍ତ୍ରୀଙ୍କ ଫୋକସ୍‌

ଛତ୍ରପୁର,୧୮ା୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସାମାଜିକ ଭିତିଭୂମିର ଉନ୍ନତି ପାଇଁ ସରକାରୀସ୍ତରରେ ବିଭିନ୍ନ ଯୋଜନାକୁ ତ୍ୱରାନ୍ବିତ କରାଯାଉଛି । ସ୍ବାସ୍ଥ୍ୟ ସେବା, ଶିକ୍ଷା ଏବଂ ପାନୀୟ ଜଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri