ଗାଧୋଇବାକୁ ଯାଇଥିବା ୨ ମହିଳାଙ୍କ ଉପରେ ମାଡ଼ିଗଲା ଅଚିହ୍ନା ଗାଡ଼ି: ରାସ୍ତାରେ ଟାୟାର ଜାଳି ବିକ୍ଷୋଭ

ଦିଗପହଣ୍ଡି,୧୭।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ. ରାଜ୍ୟ ରାଜପଥ ଗୋକର୍ଣ୍ଣପୁର ଗ୍ରାମ ମୁଖ୍ୟରାସ୍ତାରେ ଶୁକ୍ରବାର ଦୁର୍ଘଟଣା ଘଟିଛି। କୌଣସି ଗାଡି ମାଡ଼ିଯିବାରୁ ଘଟଣାସ୍ଥଳରେ ୨ ଜଣ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ବୟ ହେଲେ ଗୋକର୍ଣ୍ଣ ପୁର ଗ୍ରାମର ତମାଳ ବିନ୍ଧାଣି ଏବଂ ଚିନାରି. ବାଙ୍ଗାରି ପାତ୍ର। ଭୋରରେ ଗ୍ରାମର ମୁଖ୍ୟରାସ୍ତା କଡ଼ରେ ଥିବା ହରିଣୀ ନାଳକୁ ଗାଧୋଇବା ପାଇଁ ଯାଉଥିବା ସମୟରେ କୋଣସି ଗାଡ଼ି ଉଭୟଙ୍କୁ ମାଡ଼ିଯିବାରୁ ଘଟଣାସ୍ଥଳରେ ହିଁ ଉଭୟଙ୍କ ମୃତ୍ୟୁ ଘଟିଥିଲା। ଉଭୟଙ୍କ ରକ୍ତାକ୍ତ ମୃତଦେହ ରାସ୍ତା ଉପରେ ପଡ଼ିରହିଥିଲା। ଦୁର୍ଘଟଣା ଘଟାଇଥିବା ଗାଡି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା। ବହୁସଂଖ୍ୟକ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ମୃତକଙ୍କ ପରିବାରଙ୍କୁ କ୍ଷତିପୂରଣ ଦାବିରେ ରାସ୍ତାରେ ଟାୟାର ଜାଳି ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟରାସ୍ତାକୁ ଦୀର୍ଘସମୟ ଧରି ଅବରୋଧ କରିଥିଲେ। ଖବରପାଇ ସ୍ଥାନୀୟ ସରପଞ୍ଚ ପ୍ରତିନିଧି ଅସିତ କୁମାର ସାହୁ , ଦିଗପହଣ୍ଡି ଥାନା ଆଇଆଇସି ବସନ୍ତ କୁମାର ସେଠୀ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଗ୍ରାମବାସୀଙ୍କୁ ବୁଝାସୁଝା କରିବା ପରେ ରାସ୍ତାରୋକ ହଟିବା ସହ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଥିଲା । ପୋଲିସ ୨ ମହିଳାଙ୍କ ମୃତଦେହକୁ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇଥିଲେ। ସେଠାରେ ବ୍ୟବଚ୍ଛେଦ ପରେ ମୃତଦେହ ୨ଟିକୁ ସେମାନଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଏ ନେଇ ପୋଲିସ ପକ୍ଷରୁ ଥାନା ମାମଲା ନଂ.୨୩୭/୨୨ ଅନୁଯାୟୀ ମକଦ୍ଦମା ରୁଜୁ କରି ତଦନ୍ତ ଚାଲିଥିବା ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri