ଗାଧୋଇବାକୁ ଯାଇଥିବା ୨ ମହିଳାଙ୍କ ଉପରେ ମାଡ଼ିଗଲା ଅଚିହ୍ନା ଗାଡ଼ି: ରାସ୍ତାରେ ଟାୟାର ଜାଳି ବିକ୍ଷୋଭ

ଦିଗପହଣ୍ଡି,୧୭।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ. ରାଜ୍ୟ ରାଜପଥ ଗୋକର୍ଣ୍ଣପୁର ଗ୍ରାମ ମୁଖ୍ୟରାସ୍ତାରେ ଶୁକ୍ରବାର ଦୁର୍ଘଟଣା ଘଟିଛି। କୌଣସି ଗାଡି ମାଡ଼ିଯିବାରୁ ଘଟଣାସ୍ଥଳରେ ୨ ଜଣ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ବୟ ହେଲେ ଗୋକର୍ଣ୍ଣ ପୁର ଗ୍ରାମର ତମାଳ ବିନ୍ଧାଣି ଏବଂ ଚିନାରି. ବାଙ୍ଗାରି ପାତ୍ର। ଭୋରରେ ଗ୍ରାମର ମୁଖ୍ୟରାସ୍ତା କଡ଼ରେ ଥିବା ହରିଣୀ ନାଳକୁ ଗାଧୋଇବା ପାଇଁ ଯାଉଥିବା ସମୟରେ କୋଣସି ଗାଡ଼ି ଉଭୟଙ୍କୁ ମାଡ଼ିଯିବାରୁ ଘଟଣାସ୍ଥଳରେ ହିଁ ଉଭୟଙ୍କ ମୃତ୍ୟୁ ଘଟିଥିଲା। ଉଭୟଙ୍କ ରକ୍ତାକ୍ତ ମୃତଦେହ ରାସ୍ତା ଉପରେ ପଡ଼ିରହିଥିଲା। ଦୁର୍ଘଟଣା ଘଟାଇଥିବା ଗାଡି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା। ବହୁସଂଖ୍ୟକ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ମୃତକଙ୍କ ପରିବାରଙ୍କୁ କ୍ଷତିପୂରଣ ଦାବିରେ ରାସ୍ତାରେ ଟାୟାର ଜାଳି ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟରାସ୍ତାକୁ ଦୀର୍ଘସମୟ ଧରି ଅବରୋଧ କରିଥିଲେ। ଖବରପାଇ ସ୍ଥାନୀୟ ସରପଞ୍ଚ ପ୍ରତିନିଧି ଅସିତ କୁମାର ସାହୁ , ଦିଗପହଣ୍ଡି ଥାନା ଆଇଆଇସି ବସନ୍ତ କୁମାର ସେଠୀ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଗ୍ରାମବାସୀଙ୍କୁ ବୁଝାସୁଝା କରିବା ପରେ ରାସ୍ତାରୋକ ହଟିବା ସହ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଥିଲା । ପୋଲିସ ୨ ମହିଳାଙ୍କ ମୃତଦେହକୁ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇଥିଲେ। ସେଠାରେ ବ୍ୟବଚ୍ଛେଦ ପରେ ମୃତଦେହ ୨ଟିକୁ ସେମାନଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଏ ନେଇ ପୋଲିସ ପକ୍ଷରୁ ଥାନା ମାମଲା ନଂ.୨୩୭/୨୨ ଅନୁଯାୟୀ ମକଦ୍ଦମା ରୁଜୁ କରି ତଦନ୍ତ ଚାଲିଥିବା ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?