ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ମୃତକ ଜଣକ ହେଲେ ଭୁବନେଶ୍ୱର ଖଣ୍ଡଗିରି ଅଞ୍ଚଳର ରାଜକିଶୋର ସ୍ବାଇଁ(୩୫) ଏବଂ ଆହାତ ଜଣକ ହେଲେ ତାଙ୍କ ସହପାଠୀ ତପନ କୁମାର ମହାନ୍ତି(୩୪)।

ମଙ୍ଗଳବାର ସକାଳେ ପାଟପୁର ଥାନା ମାମଲା ନଂ.୫୨୭/୨୫ ଅନୁଯାୟୀ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ମୃତଦେହ ବ୍ୟବଚ୍ଛେଦ କରାଯିବା ପରେ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ଆଇଆଇସି ଦୀପ୍ତି ରଞ୍ଜନ ବେହେରା କହିଛନ୍ତି। ଭୁବନେଶ୍ୱରର ଦୁଇ ସାଙ୍ଗ ଏକ ହୋଣ୍ଡା ସାଇନ ବାଇକ ନଂ.( ଓଡି ୩୩ ଏୟୁ – ୪୧୬୨) ଯୋଗେ ଗତ ଦିନ ପୂର୍ବେ ଗଜପତି ଜିଲା ଆର୍‌. ଉଦୟଗିରି ନିକଟ ମହେନ୍ଦ୍ରଗିରି ପାହାଡକୁ ବୁଲିବାକୁ ଆସିଥିଲେ। ସୋମବାର ଅପରାହ୍ନରେ ଭୁବନେଶ୍ୱର ଫେରୁଥିବା ବେଳେ ତପ୍ତପାଣି ଘାଟିରେ ବାଇକ ଚାଳକ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଷ୍ଟିଲ ରେଲିଙ୍ଗରେ ପିଟି ହୋଇଯାଇଥିଲେ ଘାଟି ରାସ୍ତାରେ ଗୁରୁତର ଆହାତ ହୋଇ ପଡ଼ିଥିବା ଉଭୟଙ୍କୁ ସ୍ଥାନୀୟଲୋକେ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଦିଗପହଣ୍ଡି ଗୋଷ୍ଠୀ ସୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ ଉପସ୍ଥିତ ଡାକ୍ତର ରାଜକିଶୋରଙ୍କୁ ମୃତ ଘୋଷଣା କରିଥିବା ବେଳେ ତପନଙ୍କୁ ପ୍ରାଥମିକ ଚିକିତ୍ସାପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଖବରପାଇ ଏନେଇ ପାଟପୁର ପୋଲିସ ଟିମ୍‌ ଦୁର୍ଘଟଣାସ୍ଥଳରେ ପହଞ୍ଚି ବାଇକକୁ ଜବତ କରିଥିଲେ। ପରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପୋଲିସ ଟିମ୍‌ ପହଞ୍ଚି ରାଜକିଶୋରଙ୍କ ମୃତଦେହ ଜବତ କରିଥିବା ବେଳେ ମଙ୍ଗଳବାର ସକାଳୁ ମୃତଦେହସ୍‌କୁ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ

Dharitri – Odisha’s No.1 Odia Daily

ପଠାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କୁ Zomatoର ବଡ଼ ଝଟ୍‌କା! ଏଲ୍‌ପିଜି ସଙ୍କଟ ପରେ ଏବେ ଅନଲାଇନ୍‌ରେ ଖାଇବା ମଗାଇବା ହେଲା ମହଙ୍ଗା, ଦେବାକୁ ହେବ…

ନୂଆଦିଲ୍ଲୀ,୨୦।୩:ସାଧାରଣ ଲୋକଙ୍କ ପକେଟ ଉପରେ ପୁଣି ଏକ ମହଙ୍ଗା ମାଡ଼ ହୋଇଛି। ଯଦି ଆପଣ ଅନଲାଇନ୍‌ରେ ଖାଦ୍ୟ ଅର୍ଡର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

ଛାତ୍ରୀମାନେ ନିଜ ସୁରକ୍ଷା ନିଜେ କରିବା ପାଇଁ ନେଲେ ଏମିତି ପଦକ୍ଷେପ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୩(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁଠାରେ ରହିଥିବା ଋଷିମାଳ ଡିଗ୍ରୀ ମହାବିଦ୍ୟାଳୟରେ ମାର୍ଚ୍ଚ ୫ରୁ ୧୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା…

କାରଣ ଦର୍ଶାଅ ନୋଟିସର ଉତ୍ତର ନେଇ ପ୍ରତିକ୍ରିୟା ରଖିଲେ ପ୍ରମିଳା: ଦଳ ଫିଲଟର ହେଉଛି, ସବୁ ଅଳିଆ…

ଭୁବନେଶ୍ୱର,୨୦।୩: କାରଣ ଦର୍ଶାଅ ନୋଟିସର ଉତ୍ତର ନେଇ ପ୍ରତିକ୍ରିୟାରଖିଲେ ପ୍ରମିଳା ମଲ୍ଲିକ। ସେ କହିଛନ୍ତି,ଚିଠି ଗୋଟେ ଅଫିସରୁ ବସି ଟାଇପ ହୋଇଛି। ଏମାନେ ଦସ୍ତଖତ କରିଛନ୍ତି ବୋଲି…

ଧୋନଙ୍କ ସହ ଏମିତି କରିବାକୁ ଖୁବ ଆଗ୍ରହୀ ଅଛନ୍ତି ସଞ୍ଜୁ ସମାସନ, Video ଖୋଲିଲା ବଡ଼ ଗୁମର

ନୂଆଦିଲ୍ଲୀ,୨୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ ପୂର୍ବରୁ, ଚେନ୍ନାଇ ସୁପର କିଙ୍ଗସ ରାଜସ୍ଥାନ ରୟାଲ୍ସ ସହିତ ଏକ ଟ୍ରେଡରେ ସଞ୍ଜୁ ସାମସନଙ୍କୁ କିଣିଥିଲା। ସେବେଠାରୁ, ପ୍ରଶଂସକମାନେ…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, IPL 2026ରେ ଧମାଲ କରିବେ ଏହି ଷ୍ଟାର, ବଡ଼ ଭବିଷ୍ୟବାଣୀ କଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୨୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ପାଇଁ କାଉଣ୍ଟଡାଉନ ଚାଲିଛି। ଲିଗର ୧୯ତମ ସିଜିନ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଉଦଘାଟନୀ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ! ଆମେରିକା-ଇସ୍ରାଏଲ ପରେ ଏସବୁ ଦେଶକୁ ଧମକ ଦେଲା ଇରାନ, ବିଶ୍ୱରେ ଚହଳ…

ତେହରାନ,୨୦।୩: ଇରାନ ବ୍ରିଟେନକୁ ଏକ କଠୋର ଚେତାବନୀ ଦେଇଛି। ଏହା କହିଛି ଯେ ଯଦି ବ୍ରିଟେନ ଆମେରିକାକୁ ତାର ସାମରିକ ଘାଟି ବ୍ୟବହାର କରିବାକୁ ଅନୁମତି ଦିଏ,…

ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଭାଜପା ନେତା ଆଲୋକଙ୍କୁ ମିଳିଲା ବଡ଼ ଦାୟିତ୍ୱ, ଦଳ ଆସ୍ଥା ପ୍ରକଟ କରି..

ହାଟଡିହୀ,୨୦ା୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା ନେତା ଆଲୋକ ସେଠୀଙ୍କୁ ଦଳ ତରଫରୁ ବଡ଼ ଦାୟିତ୍ୱ ମିଳିଛି।ରାଜନୀତି ମଇଦାନରେ ଦଳର ଜଣେ ଦକ୍ଷ…

‘ତୁମର ସ୍ବାମୀ ମରିଯିବ…’, ଏମିତି କହି ତିନି ବର୍ଷ ଧରି ମହିଳାଙ୍କୁ ବଳାତ୍କାର କଲେ ‘କ୍ୟାପ୍ଟେନ’, ପେନ ଡ୍ରାଇଭରେ ମିଳିଲା ୫୮ଟି ଭିଡିଓ

ନାସିକ,୨୦।୩: ମହାରାଷ୍ଟ୍ରର ନାସିକରେ, ପୋଲିସ ଗୁରୁବାର ଅବସରପ୍ରାପ୍ତ ମର୍ଚ୍ଚାଣ୍ଟ ନେଭି ଅଧିକାରୀ ଅଶୋକ କୁମାର ଖରାଟଙ୍କୁ ଗିରଫ କରିଛି। ଅଶୋକଙ୍କ ବିରୋଧରେ ତିନି ବର୍ଷରୁ ଅଧିକ ସମୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri