ସମ୍ବଲପୁର,୩୧ା୩(ବ୍ୟୁରୋ): ସମ୍ବଲପୁର ଜିଲାରେ ହୋଲିରେ ଏକ ଅଘଟଣ ଘଟିଛି। ଶାସନ ଥାନା ନୂଅଁାମୁଣ୍ଡା ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଦୁଇ ଯୁବକଙ୍କ ଜୀବନ ଯାଇଛି। ସେମାନେ ହେଲେ ପରମାଣପୁର ଗ୍ରାମର ଚିଣ୍ଟୁ ସାହୁ (୨୪) ଓ ଦୁଲ୍ଲଭ ମରେଇ (୨୩)।
ପରମାଣପୁରର ଏକ ଗ୍ୟାରେଜରେ କାମ କରୁଥିବା ଦୁଇସାଙ୍ଗ ଦୁଲ୍ଲଭ ଓ ଚିଣ୍ଟୁ ସୋମବାର ହୋଲି ଖେଳିବାକୁ ନୂଅଁାମୁଣ୍ଡା ଗ୍ରାମକୁ ଯାଇଥିଲେ। ସେଠାରୁ ବାଇକ୍ (ଓଡି୧୫ଜି-୪୪୯୨)ରେ ନିଜ ଗ୍ରାମ ପରମାଣପୁର ଫେରୁଥିବାବେଳେ ସମ୍ମୁଖରୁ ଆସୁଥିବା ଟ୍ରେଲର (ଓଡି୨୩କେ-୮୨୧୫) ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଥିଲା। ପୋଲିସ ୭୮/୨୧ରେ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରିଛି। ଦୁର୍ଘଟଣା ଘଟାଇଥିବା ଟ୍ରେଲରକୁ ପୋଲିସ ଜବତ କରିବା ସହ ଡ୍ରାଇଭରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।
Posted inଆମ ଜିଲା ଖବର, ସମ୍ବଲପୁର View All
ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ
ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…
ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ
ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…
ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍
ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…
ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ
ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…
ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ
ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍ଯାପିତ ହୋଇଛି।…
କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…
ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…
ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…
ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…
ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ
ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…
Archives

